Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ସୁନକଙ୍କୁ ତାଙ୍କ କାର୍ଯ୍ୟକାଳର ଏକ ବର୍ଷ ସଫଳତାର ସହ ପୂରା ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି।

ବାଣିଜ୍ୟ, ପୁଞ୍ଜିନିବେଶ, ନୂତନ ପ୍ରଯୁକ୍ତିବିଦ୍ୟା, ପ୍ରତିରକ୍ଷା, ନିରାପତ୍ତା, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟକ୍ଷେତ୍ର ରେ ଦ୍ୱିପାକ୍ଷିକ ବ୍ୟାପକ ଷ୍ଟାର୍ଟଅପ୍ ଭାଗିଦାରୀକୁ ସୁଦୃଢ଼ କରିବା ପାଇଁ ନେତାମାନେସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ। ପାରସ୍ପରିକ ଲାଭଦାୟକ ମୁକ୍ତ ବାଣିଜ୍ୟଚୁକ୍ତିକୁ ଶୀଘ୍ର କାର୍ଯ୍ୟକାରୀ କରିବା ଦିଗରେ ହେଉଥିବା ଅଗ୍ରଗତିକୁ ସେମାନେ ସ୍ୱାଗତକରିଥିଲେ।

ଉଭୟ ନେତା ପଶ୍ଚିମ ଏସିଆ ଅଞ୍ଚଳର ବିକାଶ ଏବଂ ଇସ୍ରାଏଲ ଏବଂ ହମାସ ମଧ୍ୟରେସଂଘର୍ଷ ଉପରେ ମତ ବିନିମୟ କରିଥିଲେ। ଆତଙ୍କବାଦ, ସୁରକ୍ଷା ପରିସ୍ଥିତି ବିଗିଡ଼ିବା ଏବଂସାଧାରଣ ନାଗରିକଙ୍କ ଜୀବନହାନି କୁ ନେଇ ଉଭୟ ନେତା ଗଭୀର ଉଦ୍‌ବେଗ ପ୍ରକାଶକରିଛନ୍ତି। ଆଞ୍ଚଳିକ ଶାନ୍ତି, ନିରାପତ୍ତା, ସ୍ଥିରତା ଏବଂ ନିରନ୍ତର ମାନବିକ ସହାୟତାରଆବଶ୍ୟକତା  ଉପରେ ସେମାନେ ସହମତ ହୋଇଥିଲେ।

ଉଭୟ ନେତା ଯୋଗାଯୋଗରେ ରହିବାକୁ ସହମତ ହୋଇଥିଲେ ଏବଂ ଦୀପାବଳିର ପର୍ବପାଇଁ ଶୁଭେଚ୍ଛା ଆଦାନ ପ୍ରଦାନ କରିଥିଲେ।

ଋଷି ସୁନକ ଦ୍ୱିପାକ୍ଷିକ ଭାଗିଦାରୀ ନରେନ୍ଦ୍ର ମୋଦୀ ବ୍ରିଟେନ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ୍ ରିପୋର୍ଟ

September 13, 2026

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026
Latest News

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ୍ ରିପୋର୍ଟ

September 13, 2026

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026

ଆଜିଠୁ କମିବ ବର୍ଷାର ପ୍ରକୋପ: କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.