Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେମିଫାଇନାଲ ମ୍ୟାଚ୍ ପାଇଁ ଘୋଷଣା ହେଲା ଅମ୍ପାୟାର, ନ୍ୟୁଜିଲ୍ୟାଣ୍ଡ ସହିତ ମୁମ୍ବାଇରେ ଭେଟିବ ଭାରତ
ଆଜିର ଖବର

ସେମିଫାଇନାଲ ମ୍ୟାଚ୍ ପାଇଁ ଘୋଷଣା ହେଲା ଅମ୍ପାୟାର, ନ୍ୟୁଜିଲ୍ୟାଣ୍ଡ ସହିତ ମୁମ୍ବାଇରେ ଭେଟିବ ଭାରତ

November 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ODI ବିଶ୍ୱକପ ର ଲିଗ୍ ମ୍ୟାଚ୍ ସମାପ୍ତ ହୋଇଛି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ ମ୍ୟାଚ୍ ନଭେମ୍ବର ୧୫ ତାରିଖ ବୁଧବାର ଦିନ ମୁମ୍ବାଇର ୱାନଖେଡେ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଆଇସିସି ଦ୍ୱାରା ଅମ୍ପାୟର ଘୋଷଣା କରାଯାଇଛି। ରିଚାର୍ଡ ଇଲିଙ୍ଗୱର୍ଥ ଏବଂ ରୋଡ୍ ଟକର୍ ମ୍ୟାଚ୍ ପାଇଁ ଫିଲ୍ଡ ଅମ୍ପାୟର ହେବେ। ତୃତୀୟ ଅମ୍ପାୟାରର ଦାୟିତ୍ ଜୋଏଲ ୱିଲସନଙ୍କୁ ଦିଆଯାଇଛି।

ଟୁର୍ଣ୍ଣାମେଣ୍ଟର ସମସ୍ତ ଲିଗ୍ ମ୍ୟାଚ୍ ରେ ଭାରତୀୟ ଦଳ ଶୀର୍ଷ ସ୍ଥାନ ହାସଲ କରିଛି। ୫ ଟି ବିଜୟ ସହ ନ୍ୟୁଜିଲ୍ୟାଣ୍ଡ ଚତୁର୍ଥ ସ୍ଥାନରେ ରହିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ ପ୍ରଥମ ଏବଂ ଚତୁର୍ଥ ମାନ୍ୟତା ଦଳ ମଧ୍ୟରେ ଖେଳାଯିବ। ଏହା ପରେ ଦ୍ୱିତୀୟ ସେମିଫାଇନାଲ ପାଇଁ ଦୁଇ ନମ୍ବର ଏବଂ ତିନି ନମ୍ବର ଦଳ ମଧ୍ୟରେ ସଂଘର୍ଷ ହେବ। ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ଯଥାକ୍ରମେ ୭-୭ ବିଜୟ ସହ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗୁରୁବାର ନଭେମ୍ବର ୧୬ ତାରିଖରେ କୋଲକାତାର ଇଡେନ୍ ଗାର୍ଡେନରେ ଖେଳାଯିବ। ଫାଇନାଲ ମ୍ୟାଚ୍ ନଭେମ୍ବର ୧୯ ତାରିଖ ରବିବାର ଦିନ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ।

ଟୁର୍ଣ୍ଣାମେଣ୍ଟର ଲିଗ୍ ପର୍ଯ୍ୟାୟରେ ଅପରାଜିତ ରହିଥିବା ଏକମାତ୍ର ଦଳ ଥିଲା ଆୟୋଜକ ଭାରତ। ରୋହିତ ଶର୍ମାଙ୍କ ନେତୃତ୍ଵରେ ଭାରତୀୟ ଦଳ ୯ ଟି ମ୍ୟାଚ ମଧ୍ୟରୁ ୯ ଟି ଜିତିଥିଲା। ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ଅଭିଯାନ ଆରମ୍ଭ କରିଥିଲା। ଭାରତ କଙ୍ଗାରୁ ଦଳକୁ ୬ ୱିକେଟରେ ପରାସ୍ତ କରିଥିଲା। ଏହା ପରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ରୋହିତ ବ୍ରିଗେଡ ଆଫଗାନିସ୍ତାନକୁ ୮ ୱିକେଟରେ ପରାସ୍ତ କରିଥିଲା।

ତେବେ ତୃତୀୟ ମ୍ୟାଚ୍‌ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ପାକିସ୍ତାନକୁ ୭ ୱିକେଟରେ ପରାସ୍ତ କରିଥିଲା। ଏହା ପରେ ମେନ ଇନ୍ ବ୍ଲୁ ଚତୁର୍ଥ ମ୍ୟାଚ୍ ରେ ବାଂଲାଦେଶକୁ ୭ ୱିକେଟ୍, ପଞ୍ଚମରେ ନ୍ୟୁଜିଲ୍ୟାଣ୍ଡ ୪ ୱିକେଟ୍, ଷଷ୍ଠରେ ଇଂଲଣ୍ଡ ୧୦୦ ରନ୍, ସପ୍ତମ ମ୍ୟାଚରେ ଶ୍ରୀଲଙ୍କାକୁ ୩୦୨ ରନ୍, ଦକ୍ଷିଣ ଆଫ୍ରିକାକୁ ୨୪୩ ରନ୍ ରେ ପରାସ୍ତ କରିଛି ଏବଂ ଅନ୍ତିମ ଲିଗରେ ନେଦରଲ୍ୟାଣ୍ଡକୁ ୧୬୦ ରନ୍ ରେ ରୋହିତ ବାହିନୀ ପରାସ୍ତ କରିଥିଲା।

ଆଇସିସି ନ୍ୟୁଜିଲ୍ୟାଣ୍ଡ ଭାରତ ମୁମ୍ବାଇ ସେମିଫାଇନାଲ ମ୍ୟାଚ୍
Share. Facebook Twitter LinkedIn Email WhatsApp Copy Link

Related Posts

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.