Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋରମ ଅତଡ଼ା ଧସି ୩ ଶ୍ରମିକ ମୃତ, ଜଣେ ଗୁରୁତର
ଆଜିର ଖବର

ମୋରମ ଅତଡ଼ା ଧସି ୩ ଶ୍ରମିକ ମୃତ, ଜଣେ ଗୁରୁତର

June 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
3 died in a mines
mines

କେନ୍ଦୁଝର ଟାଉନ ଥାନା ଅଧୀନ ତୁଳସୀଚଉରା ଗ୍ରାମର ଏକ ବେଆଇନ ମୋରମ ଖଣିରେ ମୋରମ ବୋଝେଇ ସମୟରେ ଅତଡ଼ା ଧସି ଶନିବାର ଅପରାହ୍ଣ ପ୍ରାୟ ୫ଟାରେ ୩ଜଣ ଶ୍ରମିକଙ୍କ ଗଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ଟାଉନ ଥାନା ଅଧୀନ ଶିରିଷପାଳ ପଞ୍ଚାୟତ ତୁଳସୀଚଉରା ଗ୍ରାମରେ ଥିବା ଏକ ବେଆଇନ ମୋରମ ଖଣିରେ ଏକ ଟ୍ରାକ୍ଟର ଯୋଗେ ମୋରମ ବୋଝେଇ ହେଉଥିବା ବେଳେ ମୋରମ ଖଣି ଭିତରେ ଥିବା ୪ଜଣ ଶ୍ରମିକଙ୍କ ଉପରେ ହଠାତ୍‍ ମୋରମ ଅତଡା ଧସିଥିଲା। ଫଳରେ ଘଟଣାସ୍ଥଳରେ ୩ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ମାନେ ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା ଅଧିନ ତାଳପଦା ଗ୍ରାମର ରେଖା ଦେହୁରୀ, କେଶବ ଜୁଆଙ୍ଗ ଓ ନିର ଜୁଆଙ୍ଗ ଏବଂ ଆହତଙ୍କ ପରିଚୟ କୁଆଁର ଗ୍ରାମର ରାଣିଆ ମନ୍ତ୍ରୀଙ୍କ ସ୍ତ୍ରୀ ପାଟ ମନ୍ତ୍ରୀ (୪୦) ବୋଲି ପୁଲିସ ସୂତ୍ରରୁ ପ୍ରକାଶ। ଖବରପାଇ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟରକୁ ଜବତ କରିଥିବା ବେଳେ ଆହତ ପାଟକୁ ଚିକିତ୍ସା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ଏବଂ ମୃତ ୩ ଶ୍ରମିକଙ୍କ ଶବକୁ ଜିଲା ମୁଖ୍ୟ ଚିକିତ୍ସାଳୟ ଅଣାଯାଇଥିବା ବେଳେ ରବିବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.