Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୈନିକ ସ୍କୁଲରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିମନ୍ତେ ଅନ୍‌ଲାଇନ୍‌ ପଞ୍ଜୀକରଣ ଜାରି
ଆଜିର ଖବର

ସୈନିକ ସ୍କୁଲରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିମନ୍ତେ ଅନ୍‌ଲାଇନ୍‌ ପଞ୍ଜୀକରଣ ଜାରି

November 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ସୈନିକ ସ୍କୁଲ
ଭୁବନେଶ୍ୱର ସୈନିକ ସ୍କୁଲରେ ପାଠ ପଢ଼ିବାର ସୁଯୋଗ

ଭୁବନେଶ୍ଵର: ଦେଶର ୩୩ଟି ସୈନିକ ସ୍କୁଲ୍‌ରେ ଷଷ୍ଠ ଓ ନବମ ଶ୍ରେଣୀରେ ନାମ ଲେଖା ନିମନ୍ତେ ଆସନ୍ତା ୨୧ ଜାନୁଆରୀ ୨୦୨୪ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ଜାତୀୟ ପରୀକ୍ଷା ଏଜେନ୍ସି ପକ୍ଷରୁ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଆୟୋଜନ କରାଯାଉଛି। ପ୍ରବେଶିକା ପରୀକ୍ଷା ଦେଶର ୧୮୬ଟି ସହରରେ ଅନୁଷ୍ଠିତ ହେବ। ୮ ନଭେମ୍ବର ୨୦୨୩ ଠାରୁ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହୋଇଥିବା ବେଳେ ୧୬ ଡିସେମ୍ବର ୨୦୨୩ ଶେଷ ତାରିଖ ରଖାଯାଇଛି।

ଇଚ୍ଛୁକ ଛାତ୍ରଛାତ୍ରୀ ଓ ଅଭିଭାବକ ଏନଟିଏ ୱେବସାଇଟ୍‌ https://aissee.ntaonline.in/ରେ ଆବେଦନ କରି ପଞ୍ଜୀକରଣ କରିପାରିବେ। ଭୁବନେଶ୍ୱର ସୈନିକ ସ୍କୁଲ୍‌ରେ ଷଷ୍ଠ ଶ୍ରେଣୀରେ ୮୦ ଛାତ୍ର ୧୦ ଛାତ୍ରୀ ଏବଂ ନବମ ଶ୍ରେଣୀରେ ୧୫ ଛାତ୍ର ଓ ଜଣେ ଛାତ୍ରୀ ନାମ ଲେଖାଇପାରିବେ। ଷଷ୍ଠ ଶ୍ରେଣୀରେ ପଢ଼ିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ବୟସ ୧୦ରୁ ୧୨ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ଅନ୍ୟପଟେ କୌଣସି ମାନ୍ୟତାପ୍ରାପ୍ତ ବିଦ୍ୟାଳୟରୁ ଅଷ୍ଟମ ଶ୍ରେଣୀ ଉତ୍ତୀର୍ଣ୍ଣ ୧୩ରୁ ୧୫ ବର୍ଷର ଛାତ୍ରଛାତ୍ରୀ ସୈନିକ ସ୍କୁଲରେ ନବମ ଶ୍ରେଣୀରେ ନାମ ଲେଖାଇପାରିବେ।

ନାମ ଲେଖା ପ୍ରବେଶିକା ପରୀକ୍ଷା ସୈନିକ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.