Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆସନ୍ତାକାଲି ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

November 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ହେବାକୁ ଥିବା ଏକ ସମାରୋହରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗଶିପ୍‌ ଯୋଜନାର ଶତପ୍ରତିଶତ ଲାଭ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଲାଗି ପ୍ରଧାନମନ୍ତ୍ରୀ ଲଗାତାର ପ୍ରୟାସ କରି ଆସୁଛନ୍ତି। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସରକାରୀ ଯୋଜନାର ସୁଫଳ ଯେପରି ସବୁ ହିତାଧିକାରୀଙ୍କୁ ମିଳିପାରିବ ସେଥିପ୍ରତି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି।

ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଆସନ୍ତାକାଲି ତୃତୀୟ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଶ୍ରୀ ମୋଦୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ କରିବେ। ସ୍ୱଚ୍ଛତା ସୁବିଧା, ଜରୁରି ଆର୍ଥିକ ସେବା, ବିଦ୍ୟୁତ ସଂଯୋଗ, ଏଲପିଜି ସିଲିଣ୍ଡର ଯୋଗାଣ, ଗରିବଙ୍କୁ ପକ୍କା ଆବାସ, ଖାଦ୍ୟ ସୁରକ୍ଷା, ଉପଯୁକ୍ତ ପୁଷ୍ଟିସାଧନ, ଭରସାଯୋଗ୍ୟ ସ୍ୱାସ୍ଥ୍ୟସେବା, ସ୍ୱଚ୍ଛ ପାନୀୟ ଜଳ ଆଦି ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ହିତାଧିକାରୀଙ୍କୁ ଏସବୁ ଯୋଜନାର ଅଧିକରୁ ଅଧିକ ଲାଭ ଯୋଗାଇ ଦେବା ନିମନ୍ତେ ଜନସମ୍ପର୍କ ସ୍ଥାପନ ଲାଗି ଯାତ୍ରାରେ ଗୁରୁତ୍ୱ ଦିଆଯିବ। ଯାତ୍ରା ଆୟୋଜନ ସମୟରେ ସଂଗ୍ରହ କରାଯାଇଥିବା ବିବରଣୀ ଆଧାରରେ ସମ୍ଭାବ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯିବ।

‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଝାଡ଼ଖଣ୍ଡର ଖୁଣ୍ଟିରୁ ଆଇଇସି (ସୂଚନା, ଶିକ୍ଷା ଓ ଯୋଗାଯୋଗ) ବାହନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଅଧିକ ଆଦିବାସୀ ବହୁଳ ଜନସଂଖ୍ୟା ଥିବା ଜିଲ୍ଲାରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଯାତ୍ରା ଆରମ୍ଭ ହେବ ଏବଂ ୨୫ ଜାନୁଆରୀ ୨୦୨୪ ସୁଦ୍ଧା ଦେଶର ସବୁ ଜିଲ୍ଲାରେ ଯାତ୍ରା ପହଞ୍ଚିବ।

ସୂଚନାଯୋଗ୍ୟ ଯେ, ଆସନ୍ତାକାଲି ସକାଳ ପ୍ରାୟ ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ଉଦ୍ୟାନ ତଥା ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବେ। ଏହାପରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗ୍ରାମରେ ପହଞ୍ଚି ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଶ୍ରୀ ମୋଦୀ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗାଁକୁ ଗସ୍ତ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଖୁଣ୍ଟିଠାରେ ତୃତୀୟ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ସେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଏବଂ ‘ପିଏମ୍‌ ପିଭିଟିଜି ମିଶନର ଶୁଭାରମ୍ଭ କରିବେ। ସେ ପିଏମ-କିଷାନର ୧୫ତମ କିସ୍ତି ମଧ୍ୟ ଜାରି କରିବେ ଏବଂ ଝାଡ଼ଖଣ୍ଡରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ତଥା ଶିଳାନ୍ୟାସ କରିବେ।

କେନ୍ଦ୍ର ସରକାର ଝାଡ଼ଖଣ୍ଡ ନରେନ୍ଦ୍ର ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରା ଭଗବାନ ବିର୍ସା ମୁଣ୍ଡା ଲୋକାର୍ପଣ ଶିଳାନ୍ୟାସ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026

ପଞ୍ଜାବରେ ବିଜେପିର ରାଜନୈତିକ ରଣନୀତି, ଗାଁରୁ ବିଧାନସଭା ଆସନ ଯାଏଁ ହେବ ଅଭିଯାନ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.