Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ‘କ୍ରିଏଟିଭୋ’ ପକ୍ଷରୁ ଶିଶୁ ଦିବସରେ “ଉର୍ଜା- ୨୦୨୩”
ଆଜିର ଖବର

ସୋଆ ‘କ୍ରିଏଟିଭୋ’ ପକ୍ଷରୁ ଶିଶୁ ଦିବସରେ “ଉର୍ଜା- ୨୦୨୩”

November 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିଶୁମାନେ ଗୋଟିଏ ଜାତିର ହୃତପିଣ୍ଡ। ଶିଶୁ ମାନଙ୍କ ମଧ୍ୟରେ ଲୁଚିରହିଥିବା ପ୍ରତିଭାର ବିକାଶ ହିଁ ଗୋଟିଏ ଦେଶ ବା ଜାତିକୁ ଅଗ୍ରଗାମୀ କରିପାରିବ। ଆମେ ସମସ୍ତେ ଶିଶୁମାନଙ୍କ ସର୍ବାଙ୍ଗୀନ ଉନ୍ନତି ଦିଗରେ କାର୍ଯ୍ୟକରିବା ଉଚିତ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍ସ (ଆଇଏଏସ୍‌)ର ସାମାଜିକ ଓ ସାଂସ୍କୃତିକ ଶାଖା ‘କ୍ରିଏଟିଭୋ’ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ‘ଉର୍ଜା ୨୦୨୩’ ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୋଆ ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି।

‘ଉର୍ଜା ୨୦୨୩’ର ପରିକଳ୍ପନା ଏକ ଅନନ୍ୟ ପଦକ୍ଷେପ ଓ କ୍ରିଏଟିଭୋ ଶାଖା ନି୧⁄୨ୟ ସୋଆ ବିଶ୍ୱବିଦ୍ୟାଳୟର ସାମାଜିକ ସେତୁବନ୍ଧ ବୋଲି ମଧ୍ୟ ସେ କହିଛନ୍ତି।

ଏହି କାର୍ଯ୍ୟକ୍ରମ ପିଲାମାନଙ୍କ ପ୍ରତିଭାର ବିକାଶ କ୍ଷେତ୍ରରେ ସହାୟକ ହେବ ବୋଲି ଶ୍ରୀମତି ଦାସ ଆଶା ପ୍ରକାଶ କରିଥିଲେ। ପୂର୍ବରୁ ଏହି କ୍ଳବ ଅଧୀନରେ ଚାଷୀମାନଙ୍କ ସାହାଯ୍ୟ ପାଇଁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ ‘ଆଶା’ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ଏହାଦ୍ୱାରା ସ୍ଥାନୀୟ ଅଂଚଳ ନିକଟବର୍ତ୍ତୀ ଗାଁ ଗୁଡିକର କୃଷକମାନେ ବେଶ ଉପକୃତ ହେଉଛନ୍ତି ବୋଲି ଓ ଏ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ପ୍ରତି ସୋଆ କୃଷିବିଜ୍ଞାନ ବିଭାଗର ଛାତ୍ରଛାତ୍ରୀ ମାନେ ଗୁରୁତ୍ୱର ସହ ନେଉଛନ୍ତି ବୋଲି ଶ୍ରୀମତି ଦାସ କହିଥିଲେ।

ଏହି ଉତ୍ସବରେ ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗଦେଇ ଶିଶୁମାନଙ୍କ ବିକାଶ ଦିଗରେ ବିଦ୍ୟାଳୟର ଅବଦାନ ଉପରେ ବିଶେଷ ଆଲୋକପାତ କରିଥିଲେ। ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ଶିଶୁମାନଙ୍କ ବିକାଶର ଆରମ୍ଭ ସେମାନଙ୍କ ପରିବାରରୁ ହୁଏ ଓ ଏଥିପାଇଁ ଦେଶର ପ୍ରତ୍ୟେକ ଅଭିଭାବକ ସଚେତନ ହେବା ଦରକାର ବୋଲି ସେ କହିଥିଲେ।

ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ସ୍ୱାଗତ ଭାଷଣ ଦେବା ସହିତ ସରଳ ଗପ, ଗୀତ, ନାଟକ ହିଁ ସଂସ୍କୃତି ପରମ୍ଫରା ଓ ଆମ ଐତିହ୍ୟ ଆଡକୁ ଶିଶୁ ମାନଙ୍କୁ ଆକର୍ଷିତ କରିପାରିବ ବୋଲି ମତବ୍ୟକ୍ତ କରିଥିଲେ। ପ୍ରଫେସର ପ୍ରଭାତ କୁମାର ଷଡ଼ଙ୍ଗୀ ଅତିଥି ପରିଚୟ ଦେବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

କ୍ରିଏଟିଭୋର ମୁଖ୍ୟ ସଂଯୋଜକ ଡକ୍ଟର ଭୁବନାନନ୍ଦ ଅଧିକାରୀଙ୍କ ସଂଯୋଜନାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ନିକଟସ୍ଥ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ସୋଆ ର ‘କ୍ରିଏଟିଭୋ’ ର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ଦର୍ଶକମାନଙ୍କୁ ବିଭୋର କରିଥିଲେ। ପରେ ପରେ କୃତି ପ୍ରତିଯୋଗୀ ତଥା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ଶତାଧିକ ଶିଶୁମାନଙ୍କୁ ମୁଖ୍ୟ ଅତିଥି ତଥା ଅନ୍ୟ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା।

ପ୍ରଫେସର ବିବୁଧ ପରାଶର ଧନ୍ୟବାଦ ଦେଇଥିଲେ। ଡକ୍ଟର ବିଷ୍ଣୁପ୍ରିୟା ପାତ୍ର, ଲୋପାମୁଦ୍ରା ମହାନ୍ତି, ଡକ୍ଟର ଦୀପାଲି ଦାଶ, ମାନସ ଦାସ, ରାଜୀବ କୁମାର ବେହେରା, ଡକ୍ଟର ରାକେଶ ରୋଶନ୍ ଶତପଥୀ, ବିଦ୍ୱାନ୍ ରଞ୍ଜନ ସାହୁ, ଡକ୍ଟର ଏସ୍‌.ପି. ମୋନାଲିସା, ସୁବ୍ରତ କୁମାର ସେନାପତି, ବିଶ୍ୱଜିତ୍ ମିଶ୍ର, ଅମରେନ୍ଦ୍ର ଆଚାର୍ଯ୍ୟ, ଶୁଭ୍ରା ମିଶ୍ର, ଆଦ୍ୟାଶକ୍ତି ଚାନ୍ଦ ପ୍ରମୁଖ ଏହି ଉତ୍ସବକୁ ପରିଚାଳନା କରିଥିଲେ।

ଶିଶୁ ଦିବସର ଅବ୍ୟବହିତ ପୂର୍ବରୁ କ୍ରିଏଟିଭୋ ପକ୍ଷରୁ ନିକଟସ୍ଥ ବିଦ୍ୟାଳୟ ମାନଙ୍କରେ ଗୀତ , ଛଦ୍ମବେଶ, ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ‘ଉର୍ଜା ୨୦୨୩’ ଉତ୍ସବରେ ଯୋଗଦେବାକୁ ଆସିଥିବା ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ଫାକଲ୍ଟି ଅଫ୍ ଏଗ୍ରିକଲଚରାଲ ସାଇନ୍ସ ପରିସରରେ ଏକ ସ୍ୱତବ ବୈଷୟିକ ସଂଗ୍ରହାଳୟ ମଧ୍ୟ ଉଦ୍‌ଘାଟିତ ହୋଇଥିଲା।

ଶିଶୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.