Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘୂର୍ଣ୍ଣିଝଡରେ ପରିଣତ ହେବା ଆଶଙ୍କା
ଆଜିର ଖବର

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘୂର୍ଣ୍ଣିଝଡରେ ପରିଣତ ହେବା ଆଶଙ୍କା

November 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଥିବା ବେଳେ ବୁଧବାର ପାରାଦୀପ ଠାରୁ ଦକ୍ଷିଣ -ପୂର୍ବ ପ୍ରାୟ ୬୫୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରାରମ୍ଭିକ ତଥ୍ୟାନୁଯାୟୀ ଶୁକ୍ରବାର ଏହା ଉତର-ପଶ୍ଚିମ ଦିଗରେ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଥିବାବେଳେ ପରବର୍ତ୍ତୀ କାଳରେ ଗଭୀର ଅବପାତର ରୂପ ନେଇ ପାରେ ବୋଲି ସିଇସି ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ କହିଛି।

ପରେ ଏହାର ଗତିପଥରେ ପରିବର୍ତନ ହେବା ସହ ଉତର କିମ୍ବା ଉତର-ପୂର୍ବ ଦିଗକୁ ଗତି କରି ଓଡ଼ିଶା ଉପକୂଳ ମୁହାଁ ହେବା ସହ ନଭେମ୍ବର ୧୭ରେ ଏକ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଂଟା ପ୍ରତି ୮୦ ରୁ ୯୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ତେବେ ପୁରୀ, ଜଗତସିଂହପୁର ଏବଂ ଭଦ୍ରକ ଜିଲ୍ଲା ଉପକୂଳରେ ପବନର ବେଗ ଏହି ସମୟରେ ଘଂଟା ପ୍ରତି ୫୫ ରୁ ୭୦ କିଲୋମିଟର ରହିପାରେ ବୋଲି କୁହାଯାଇଛି।

ନଭେମ୍ବର ୧୮ତାରିଖ ସକାଳେ ବାଲେଶ୍ୱର ଉପକୂଳ ଠାରୁ କିଛି ଦୂରରେ ରହିବ ଯେଉଁ ସମୟରେ ପବନର ବେଗ ଘଂଟା ପ୍ରତି ୬୦ରୁ ୭୫ କିଲୋମିଟର ରହିବାର ସମ୍ଭାବନା ରହିଛି। ତେବେ ଏହି ସମୟରେ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାରେ ପବନର ବେଗ କମ୍ ରହିବ।
ଏହାର ପ୍ରଭାବରେ ନଭେମ୍ବର ୧୫ ରାତିରୁ ଭୁବନେଶ୍ୱର ସମେତ ଉପକୂଳ ଓଡିଶାରେ ମଧ୍ୟମରୁ ଭାରି ବର୍ଷା ଜାରି ରହିବ। ତେବେ ନଭେମ୍ବର ୧୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କାରଣ ଏହି ସିଷ୍ଟମ ସାରାଦିନ ଭଦ୍ରକ ଉପକୂଳରେ ସ୍ଥ୍‌ିର ରହିବ । ନଭେମ୍ବର ୧୬ ଏବଂ ୧୭ ତାରିଖରେ ଭୁବନେଶ୍ୱରରେ ୪୦ ରୁ ୬୦ ମିଲିମିଟର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଖୋର୍ଦ୍ଧାରେ ୩୦ ରୁ ୪୫ ମିମି ର ବର୍ଷା ହୋଇପାରେ।

ନଭେମ୍ବର ୧୬ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର , ଢେଙ୍କାନାଳ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ୨୪ ଘଂଟା ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅବପାତ ଘୂର୍ଣ୍ଣିଝଡ ପାରାଦୀପ ବଙ୍ଗୋପସାଗର ସିଇସି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.