Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସସିଏସଟିଆରଟିଆଇ ପକ୍ଷରୁ ‘ଜନଜାତୀୟ ଗୌରବ ଦିବସ’ ପାଳନ
ଆଜିର ଖବର

ଏସସିଏସଟିଆରଟିଆଇ ପକ୍ଷରୁ ‘ଜନଜାତୀୟ ଗୌରବ ଦିବସ’ ପାଳନ

November 16, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଭାରତୀୟ ଆଦିବାସୀ ଜୀବନର ପ୍ରେରଣା ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ନଭେମ୍ବର ୧୫କୁ ଦେଶବ୍ୟାପି ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରାଯାଉଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଶୁଭାରମ୍ଭ  କରାଯାଇଛି।

ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରାଳୟ ସହଯୋଗରେ, ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗର ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ ଆୟୋଜିତ ବିଶେଷ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।

‘‘ବିଳ୍ପବୀ ବିର୍ସା ମୁଣ୍ଡାଙ୍କ ବଳିଦାନ କେବଳ ଜନଜାତି ସଂପ୍ରଦାୟ ଲାଗି ପ୍ରେରଣା ନୁହେଁ, ବରଂ ସେ ସାରା ଦେଶ ପାଇଁ ଗର୍ବ ଓ ଗୌରବ। ତେଣୁ ତାଙ୍କ ବିଷୟରେ ଆଗାମୀ ପିଢ଼ିଙ୍କୁ ଜଣାଇବା ସହ ଏହି ଅବସରରେ ଆମ ଜନଜାତିଙ୍କ ଜୀବନ ତଥା ସେମାନଙ୍କ ଅନନ୍ୟ କଳା ଓ ସଂସ୍କୃତି ବିଷୟରେ ସମସ୍ତଙ୍କୁ ସଚେତନ କରାଇବା ପାଇଁ ଜନଜାତୀୟ ଗୌରବ ଦିବସ ପାଳନ କରାଯାଉଛି। ଏଭଳି କାର୍ଯ୍ୟକ୍ରମ ଦ୍ୱାରା ଆମେ ଜନଜାତି ବର୍ଗର ସମୃଦ୍ଧ ସଂସ୍କୃତି ଓ ପରମ୍ପରାକୁ ସଂରକ୍ଷଣ ଓ ପ୍ରସାର କରିପାରିବା”, କହିଛନ୍ତି ମନ୍ତ୍ରୀ ଜଗନ୍ନାଥ ସାରକା।

ଓଡ଼ିଶା ଜନଜାତି ଐତିହ୍ୟର ପ୍ରଚାର ପ୍ରସାର କରିବା ଉଦ୍ଦେଶ୍ୟରେ ନଭେମ୍ବର ୧୫ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୨୬ ତାରିଖ ଯାଏଁ ଚାଲିବ। ଏଥିରେ ଆଦିବାସୀ କଳା ଓ କଳାକୃତିର ଲାଇଭ୍‌ ଡେମୋ ସହିତ ଚିତ୍ରକଳା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଏବଂ ଜନଜାତି କବି ସମ୍ମିଳନୀ ଆଦି କାର୍ଯ୍ୟକ୍ରମ କରାଯାଉଛି।

ଉଦଘାଟନୀ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ରୁପାରୋଶନ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଓଡ଼ିଶାର ଜନଜାତି ବର୍ଗଙ୍କ ଜୀବନ ଓ ସାଂସ୍କୃତିକ ବିକାଶ ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ବିଷୟରେ ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ପୂର୍ବତନ ନିର୍ଦ୍ଦେଶକ ନିହାର ରଞ୍ଜନ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ସେ କହିଥିଲେ ଯେ, ‘‘ସ୍ୱାଧୀନତା ଆନ୍ଦୋଳନ ବେଳେ ଓଡ଼ିଶାର ଜନଜାତିଙ୍କ ଯୋଗଦାନ ସାରା ଦେଶରେ ଅଗ୍ରଣୀ ଥିଲା। ଜମି, ଜଙ୍ଗଲ ଓ ଜଳ ପାଇଁ ସେମାନଙ୍କ ଉତ୍ସର୍ଗୀକୃତ ଆନ୍ଦୋଳନ ଆଜି ସମସ୍ତଙ୍କ ପାଇଁ ସ୍ମରଣୀୟ ହୋଇ ରହିଛି।’’ ଏହି ଅବସରରେ ସେ ବିର୍ସା ମୁଣ୍ଡାଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ।

ଏସସିଏସଟିଆରଟିଆଇ ତଥା ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ସ୍ୱାଗତ ଭାଷଣ ଦେଇଥିଲେ। ଜନଜାତିଙ୍କ କଳା, ସାହିତ୍ୟ ଓ ସଂସ୍କୃତିର ପ୍ରସାର ଲାଗି ଜନଜାତୀୟ ଗୌରବ ଦିବସ ଅବସରରେ ବିଭାଗ ପକ୍ଷରୁ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସେ ସୂଚନା ଦେଇଥିଲେ।

ଏହି ଅବସରରେ ମନ୍ତ୍ରୀ ଓ ଅନ୍ୟ ଅତିଥିମାନେ ରାଜ୍ୟ ଜନଜାତି ସଂଗ୍ରହାଳୟ ବୁଲି ଦେଖିବା ସହ ଏହା ପରିସରରେ ଚାଲିଥିବା ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀ ପ୍ରସ୍ତୁତିର ଲାଇଭ୍‌ ଡେମୋ ଦେଖି ଆଦିବାସୀ ଶିଳ୍ପୀଙ୍କ ସହ କଥା ହୋଇଥିଲେ। ଶେଷରେ ଅନସୂଚିତ ଜାତି (କଲ୍ୟାଣ) ନିର୍ଦ୍ଦେଶକ ଲକ୍ଷ୍ମଣ କୁମାର ମଲ୍ଲିକ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଗଣ୍ଡ ଓ ପରଜା ଜନଜାତି ଉପରେ ଆଧାରିତ ଦୁଇଟି ପ୍ରାମଣିକ ପୁସ୍ତକ ଉନ୍ମୋଚନ କରାଯାଇଥିଲା। ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ନେଇ କରାଯାଇଥିବା ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯରାଇଥିଲା।

ବରିଷ୍ଠ ବର୍ଗରେ ହୋଇଥିବା ପ୍ରତିଯୋଗିତାରେ ବାଲେଶ୍ୱର ଜିଲ୍ଲା ଟେଣ୍ଡା ସରକାରୀ ହାଇସ୍କୁଲର ଛାତ୍ରୀ ମାଣିକ ସିଂ ପ୍ରଥମ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ମେଘଡେଗା ସରକାରୀ ହାଇସ୍କୁଲର ଛାତ୍ରୀ ଜେନମଣି ମିଞ୍ଜ ଦ୍ୱିତୀୟ ଏବଂ ରାୟଗଡ଼ା କୁମ୍ଭିକୋଟା ସରକାରୀ ହାଇସ୍କୁଲର ଛାତ୍ର ନିଲୁ ପଡ଼ିଙ୍ଗି ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ସେହିପରି କନିଷ୍ଠ ବର୍ଗରେ ସମ୍ବଲପୁର ସୁଣ୍ଢିମୁଣ୍ଡି ସରକାରୀ ହାଇସ୍କୁଲର ଛାତ୍ରୀ ଗାଙ୍ଗୀ ସଠ ପ୍ରଥମ, କୋରାପୁଟ ପୋଡ଼ାଗଡ଼ ସରକାରୀ ହାଇସ୍କୁଲର ଛାତ୍ରୀ ଲୀଲାବତୀ ମୁଦୁଲି ଦ୍ୱିତୀୟ ଏବଂ ବାଲେଶ୍ୱର ଢେଲିପାଳ ସରକାରୀ ହାଇସ୍କୁଲର ଛାତ୍ର ରାଜେନ୍ଦ୍ର ମୁର୍ମୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ଜନଜାତୀୟ ଗୌରବ ଦିବସ ନଭେମ୍ବର ୧୫ ବିର୍ସା ମୁଣ୍ଡା ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.