Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ପ୍ରେସ୍‌ ଦିବସ: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସି ଗଣମାଧ୍ୟମ ପାଇଁ ବଡ ଆହ୍ବାନ
ଆଜିର ଖବର

ଜାତୀୟ ପ୍ରେସ୍‌ ଦିବସ: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସି ଗଣମାଧ୍ୟମ ପାଇଁ ବଡ ଆହ୍ବାନ

November 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ପ୍ରେସ୍‌ ଦିବସ
ଜାତୀୟ ପ୍ରେସ୍‌ ଦିବସ: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସି ଗଣମାଧ୍ୟମ ପାଇଁ ବଡ ଆହ୍ବାନ

ଭୁବନେଶ୍ବର: ଆଜିର ସମୟରେ ଗଣମାଧ୍ୟମର ଭୂମିକା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ନାଗରିକମାନଙ୍କର ଅଧିକାର ବିଷୟରେ ଗଣମାଧ୍ୟମ କହିଥା। ଏହା ବ୍ୟତୀତ ପ୍ରେସ୍‌ ଜରିଆରେ ଜନସମୁଦାୟଙ୍କ ସମସ୍ୟା, ଅସୁବିଧା ବିଷୟରେ ଜାଣିବାକୁ ମିଳିଥାଏ। ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା, ସମାଜରେ ନୈତିକତା ବଜାୟ ରଖିବା ପ୍ରେସ୍‌ର ବଡ଼ କର୍ତ୍ତବ୍ୟ। ସେଥିପାଇଁ ଗଣମାଧ୍ୟମ ସବୁବେଳେ ସତ୍ୟ, ନିର୍ଭୀକ ଓ ନିରପେକ୍ଷ ସମ୍ବାଦ ପରିବେଷଣ କରିଥାଏ।

ଆଜିର ଦିନଟିକୁ ସାରା ଦେଶରେ ଜାତୀୟ ପ୍ରେସ୍‌ ଦିବସ ଭାବେ ପାଳନ କରାଯାଉଛି । ଗଣମାଧ୍ୟମର ପରିଚାଳନା କ୍ଷେତ୍ରରେ ପ୍ରେସ୍‌ କାଉନ୍‌ସିଲ୍‌ର ଭୂମିକା ମହତ୍ତ୍ୱପୂର୍ଣ୍ଣ। ପ୍ରେସ୍‌ର ସ୍ୱାଧୀନତା, ଦାୟିତ୍ୱ ସାଙ୍ଗକୁ ଏଥିରେ ସଂପୃକ୍ତ ଲୋକମାନଙ୍କର ଅଧିକାର ବାବଦରେ ସମସ୍ତଙ୍କୁ ସଚେତନ କରାଇବା ଏହି ଦିବସ ପାଳନର ଉଦ୍ଦେଶ୍ୟ ବୋଲି ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ ପ୍ରକାଶ କରିଛନ୍ତି।

ସ୍ଥାନୀୟ ଜୟଦେବ ଭବନଠାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ଆନୁକୂଲ୍ୟରେ ଅନୁଷ୍ଠିତ ଜାତୀୟ ପ୍ରେସ୍‌ ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀମତୀ ମଲ୍ଲିକ ଏହା ପ୍ରକାଶ କରିଛନ୍ତି।

ଜାତୀୟ ପ୍ରେସ୍‌ ଦିବସ ଅବସରରେ ଆୟୋଜିତ ‘କୃତି୍ରମ ବୁଦ୍ଧିମତା ସମୟରେ ଗଣମାଧ୍ୟମ’ ଶୀର୍ଷକ ସେମିନାରକୁ ଉଦ୍‌ଘାଟନ କରି ସୂଚନା ଓ ଲୋକସଂପର୍କ, ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ କହିଲେ ଯେ ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ। ସାମ୍ବାଦିକ ଓ ଗଣମାଧ୍ୟମର ଭୂମିକା ସମାଜ ଗଠନ ଓ ଦିଗ୍‌ଦର୍ଶନ ଦେବା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ। ସମାଜକୁ ଉନ୍ନତି ଓ ପ୍ରଗତି ପଥରେ ଆଗେଇନେବା ପାଇଁ ଗଣମାଧ୍ୟମ ସବୁବେଳେ ପ୍ରୟାସରତ।

ସାରା ଦେଶରେ ସାମ୍ବାଦିକମାନଙ୍କ ପାଇଁ କଲ୍ୟାଣ ଯୋଜନା ଲାଗୁ କରିବାରେ ଓଡ଼ିଶା ଏକ ଆଗୁଆ ରାଜ୍ୟ। ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାରେ ମିଳୁଥିବା ୨ ଲକ୍ଷ ଟଙ୍କାକୁ ୫ ଲକ୍ଷ ଟଙ୍କାକୁ ସରକାର ବୃଦ୍ଧି କରିଛନ୍ତି। ସାମ୍ବାଦିକମାନଙ୍କର ସୁବିଧା-ଅସୁବିଧା ସଂପର୍କରେ ସରକାର ସଚେତନ ଅଛନ୍ତି।

ଆଜି ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସି ବା କୃତି୍ରମ ବୁଦ୍ଧିମତା ସାମ୍ବାଦିକତା କ୍ଷେତ୍ରରେ ବଡ଼ ଆହ୍ୱାନ ହୋଇ ଠିଆ ହୋଇଛି। ତେବେ ଆମକୁ ପରବର୍ତ୍ତିତ ସମୟରେ ଟେକ୍‌ନୋଲୋଜିର ବ୍ୟବହାର ସହ ପାରମ୍ପରିକ ପଦ୍ଧତିରେ କାର୍ଯ୍ୟ କରିବାକୁ ପଡ଼ିବ। ଆମେ କେବେହେଲେ ସଂପୂର୍ଣ୍ଣ ଭାବେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି ଉପରେ ନିର୍ଭରଶୀଳ ହେବା ଉଚିତ ନୁହେଁ ବୋଲି ଶ୍ରୀ ସିଂ ପ୍ରକାଶ କରିଛନ୍ତି।

ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡର ସଭାପତି ବରିଷ୍ଠ ସାମ୍ବାଦିକ ଶ୍ରୀ ପ୍ରଦୋଷ ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦୂରଦର୍ଶନ ଓ ଆକାଶବାଣୀର ପୂର୍ବତନ ଉପନିର୍ଦ୍ଦେଶକ ସୁଧାଂଶୁ ଶେଖର ଧଡ଼ା, ଉତ୍କଳ ସାମ୍ବାଦିକ ସଂଘର ସଭାପତି ବିଭୂତି ଭୂଷଣ କର, ବରିଷ୍ଠ ସାମ୍ବାଦିକ ଶୀତଳ ତରଙ୍ଗ ବେଉରିଆ, ଅଶୋକ ପଣ୍ଡା, ରମେଶ ଚନ୍ଦ୍ର ମହାନ୍ତି, ଭାଗବତ ତ୍ରିପାଠୀ, ସୁରେଶ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହି ସେମିନାରରେ ଅଂଶଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମ ଆରମ୍ଭରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡର ସାଧାରଣ ସଂପାଦକ ସନତ ମିଶ୍ର ସ୍ୱାଗତ ଭାଷଣ ଦେଇଥିବାବେଳେ ଉପସଭାପତି ପ୍ରଦୁ୍ୟମ୍ନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଅମିତ କଲେଜର ନିର୍ଦ୍ଦେଶକ ତ୍ରିଦେବ ନାରାୟଣ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପ୍ରଫେସର ଡ. ସୁପ୍ରିତା ପାଲିତ ଉପସ୍ଥିତ ଥିଲେ।

National Press Day ଜାତୀୟ ପ୍ରେସ୍ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.