Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ୱିତୀୟ ଦିନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା
ଆଜିର ଖବର

ଦ୍ୱିତୀୟ ଦିନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

November 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିକଶିତ ଭାରତ ସଂକଳ୍ପ ଯାତ୍ରା ଆଜି ଦ୍ୱିତୀୟ ଦିନରେ ଅନୁଷ୍ଠିତ ହୋଇଯାଇଛି। ଆଜି ମାଲକାନଗିରି, କଳାହାଣ୍ଡି ସମେତ ରାଜ୍ୟର ବିଭିନ୍ନ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ ଆୟୋଜିତ ସଂକଳ୍ପ ଯାତ୍ରାରେ ବହୁସଂଖ୍ୟାରେ ହିତାଧିକାରୀ ଯୋଗ ଦେଇଥିଲେ । ମାଥିଲି ଠାରେ ସଂକଳ୍ପ ଯାତ୍ରାର ସଚେତନତା ରଥ ପହଞ୍ଚି ସାଧାରଣ ହିତାଧିକାରୀ ମାନଙ୍କୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି। କେତେକ ହିତାଧିକାରୀଙ୍କୁ ଯୋଜନାର ଲାଭ ନେବାକୁ ପଞ୍ଜୀକରଣ କରାଯିବା ସହିତ ସେମାନଙ୍କୁ ସହାୟତା ବିତରଣ କରାଯାଇଥିଲା ।
ସେହିପରି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଛି । ଏହି ରଥ ବ୍ଲକ୍ର ବିଭିନ୍ନ ସ୍ଥାନ ପରିକ୍ରମା କରି କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରିବ । ହିତାଧିକାରୀଙ୍କୁ ବାହନ ନିକଟରେ ପଞ୍ଜୀକରଣ କରାଯିବା ସହିତ ଆବଶ୍ୟକ ସ୍ଥଳେ ସହାୟତା ମଧ୍ୟ ବିତରଣ କରାଯିବ ।

ଅନ୍ୟପଟେ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ତୃଣମୂଳସ୍ତରର ହିତାଧିକାରୀମାନଙ୍କୁ ସଚେତନ କରାଯାଇଛି । ସଚେତନତା ରଥ ବିଭିନ୍ନ ଗ୍ରାମପଞ୍ଚାୟତରେ ପହଞ୍ଚି ଏଲଇଡି ସ୍କ୍ରିନ୍ ମାଧ୍ୟମରେ କ୍ଷୁଦ୍ର ଚଳଚ୍ଚିତ୍ର ପରିବେଷଣ କରି ହିତାଧିକାରୀଙ୍କୁ ସଚେତନ କରିଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ସହାୟତା ବିତରଣ କରାଯିବା ସହିତ ସ୍ୱାସ୍ଥ୍ୟ ଶିବିର ମଧ୍ୟ ଆୟୋଜିତ ହୋଇଯାଇଛି । ଜିଲ୍ଲାର ଦେଓଗାଁ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଥିଲା । ହିତାଧିକାରୀଙ୍କୁ ପ୍ରଚାର ପୁସ୍ତିକା ବିତରଣ କରାଯାଇଛି ସଚେତନତା କରାଯାଇଥିଲା।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ଶତପ୍ରତିଶତ ପ୍ରସାର ଉଦ୍ଦେଶ୍ୟରେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଆରମ୍ଭ କରିଥିଲେ । ଏହି ଯାତ୍ରା ଆସନ୍ତା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ।

ବିକଶିତ ଭାରତ ସଂକଳ୍ପ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Latest News

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.