Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଜନଜାତୀୟ ଗୌରବ ଦିବସ’ କାର୍ଯ୍ୟକ୍ରମ ଅବସରରେ ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ଓ ପ୍ରଦର୍ଶନୀ
ଆଜିର ଖବର

‘ଜନଜାତୀୟ ଗୌରବ ଦିବସ’ କାର୍ଯ୍ୟକ୍ରମ ଅବସରରେ ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ଓ ପ୍ରଦର୍ଶନୀ

November 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ ଏସସିଏସଟିଆରଟିଆଇ ପରିସରରେ ଗୁରୁବାରଠାରୁ ଜନଜାତି ଚିତ୍ରକଳା କର୍ମଶାଳା ଓ ପ୍ରଦର୍ଶନୀ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୨୫ ଜଣ ଯୁବ ଚିତ୍ରଶିଳ୍ପୀ ଭାଗନେଇ ସେମାନଙ୍କ ସର୍ଜନାତ୍ମକ ପ୍ରତିଭା ଦେଖାଉଛନ୍ତି।

ଏହି କର୍ମଶାଳା ଓ ପ୍ରଦର୍ଶନୀକୁ ଅନୁସୂଚିତ ଜନଜାତି, ଜାତି, ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ତଥା ପଛୁଆବର୍ଗ କଲ୍ୟାଣ ବିଭାଗର ସଚିବ ରୂପା ରୋଶନ ସାହୁ ଉଦଘାଟନ କରିଥିଲେ। ସେ କହିଥିଲେ, ‘‘ଜନଜାତି ଚିତ୍ରକଳାର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି। ବର୍ତ୍ତମାନ ପିଢ଼ିର ଶିଳ୍ପୀମାନେ ଏହାକୁ ଅନ୍ତର୍ଜାତୀୟ ସ୍ତରରେ ବ୍ୟାପକ ଭାବେ ପ୍ରସାର କରୁଛନ୍ତି। ଜନଜାତି ଚିତ୍ରକଳାର ସଂରକ୍ଷଣ ଓ ଅଧିକ ପ୍ରସାର ନିମନ୍ତେ ଏହାକୁ ସ୍ୱତନ୍ତ୍ର ବିଷୟ ଭାବେ ପାଠ୍ୟକ୍ରମରେ ସାମିଲ କରିବା ପାଇଁ ଉଦ୍ୟମ କରାଯିବା ଦରକାର ଫଳରେ ଜନଜାତିଙ୍କ ଉପରେ ଗବେଷଣା ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହୋଇପାରିବ।’’ ଏହିଭଳି ପ୍ରଦର୍ଶନୀ ଓଡ଼ିଶାର ଜନଜାତୀୟ ଚିତ୍ରକଳାକୁ ବିଶ୍ୱ ସ୍ତରରେ ପହଞ୍ଚାଇ ପାରିବ ବୋଲି ସେ କହିଥିଲେ।

ଭୁବନେଶ୍ୱରସ୍ଥିତ ବି କେ କଲେଜ ଅଫ୍ ଆର୍ଟସ୍ ଆଣ୍ଡ କ୍ରାଫ୍ଟସ୍ ସହଭାଗିତାରେ ଏହି ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୨୫ ଜଣ ଶିଳ୍ପୀ ଭାଗନେଇ ଆକର୍ଷଣୀୟ ଚିତ୍ର ଆଙ୍କୁଛନ୍ତିା ଏଥିରେ ଜନଜାତିଙ୍କ ଜୀବନୀ, କଳା ଓ ସଂସ୍କୃତି ଆଦି ଉପରେ ନିଖୁଣ ଚିତ୍ର ଦେଖିବାକୁ ମିଳୁଛି।

ଏସସିଏସଟିଆରଟିଆଇ ତଥା ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ, ‘‘ଜନଜାତି ଚିତ୍ରକଳାକୁ ଅଧିକ ପ୍ରୋତ୍ସାହନ ଦେବା ଲାଗି ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀ ତରଫରୁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଉଛି। ଚିତ୍ରକଳା କର୍ମଶାଳା ଓ ପ୍ରଦର୍ଶନୀ ମାଧ୍ୟମରେ ଓଡ଼ିଶାର ବିଭିନ୍ନ ଜନଜାତି ସଂପ୍ରଦାୟର ଜୀବନୀ, ସଂସ୍କୃତି ଓ ଐତିହ୍ୟର ପ୍ରତିଛବି ଦେଖିବାକୁ ମିଳୁଛି।’’

ଏହି କାର୍ଯ୍ୟକ୍ରମରେ ବି କେ କଲେଜ ଅଫ୍ ଆର୍ଟସ୍ ଆଣ୍ଡ କ୍ରାଫ୍ଟସ୍ ଅଧ୍ୟକ୍ଷ ଗଜେନ୍ଦ୍ର କୁମାର ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ତାଙ୍କ ସହ ଅଧ୍ୟାପକ ମାନସ କୁମାର ଜେନା ଅନ୍ୟତମ ଅତିଥି ଭାବେ ଯୋଗଦେଇ ଚିତ୍ରଶିଳ୍ପୀମାନଙ୍କ ସହ କଥା ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଯୁବ ଚିତ୍ରଶିଳ୍ପୀମାନଙ୍କ ଦ୍ୱାରା ପ୍ରସ୍ତୁତ ଚିତ୍ରକଳା ପରବର୍ତ୍ତି ସମୟରେ ରାଜ୍ୟ ଜନଜାତି ସଂଗ୍ରହଳୟରେ ସଂରକ୍ଷିତ ହୋଇ ରହିବ।

କାର୍ଯ୍ୟକ୍ରମରେ ଏସସିଏସଟିଆରଟିଆଇର ଓଏସଡି ସମରେନ୍ଦ୍ର ଭୂତିଆ ଅତିଥିମାନଙ୍କୁ ସ୍ୱାଗତ କରିଥିବା ବେଳେ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ରଥ ଧନ୍ୟବାଦ ପ୍ରଦାନ କରିଥିଲେ।

ଜନଜାତୀୟ ଗୋରବ ଦିବସ କାର୍ଯ୍ୟକ୍ରମ ନଭେମ୍ବର ୨୬ ତାରିଖ ଯାଏଁ ଚାଲିବ। ଏଥିରେ ଓଡ଼ିଶାର ଆଦିବାସୀ କଳା ଓ କଳାକୃତିର ଲାଇଭ୍ ଡେମୋ ସହିତ ଚିତ୍ରକଳା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଏବଂ ଜନଜାତି କବି ସମ୍ମିଳନୀ ଆଦି ଆୟୋଜନ କରାଯାଉଛି।

ଭୁବନେଶ୍ୱର ସିଆରପିଏଫ୍ ଛକ ନିକଟରେ ଥିବା ରାଜ୍ୟ ଜନଜାତି ସଂଗ୍ରହଳୟରେ ଆଦିବାସୀଙ୍କ ଜୀବନ, ଜୀବିକା, ପୋଷାକ, ଅଳଙ୍କାର, ପାରମ୍ପରିକ ଅସ୍ତ୍ରଶସ୍ତ୍ର ଆଦି ସଂରକ୍ଷିତ ହୋଇ ରହିଛି। ତେଣୁ ବିଭିନ୍ନ ସ୍କୁଲ, କଲେଜର ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ, ଗବେଷକ ଏବଂ ସାଧାରଣ ଲୋକମାନେ ଏହି ସଂଗ୍ରହାଳୟ ପରିଦର୍ଶନ କରିବାକୁ ଏସସିଏସଟିଆରଟିଆଇର ନିର୍ଦ୍ଦେଶକ ଅନୁରୋଧ କରିଛନ୍ତି। ଏହି ସଂଗ୍ରହାଳୟ ମଙ୍ଗଳବାରଠାରୁ ରବିବାର ପର୍ଯ୍ୟନ୍ତ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ଖୋଲା ରହୁଛି।

ଏସସିଏସଟିଆରଟିଆଇ ଜନଜାତି ଚିତ୍ରକଳା ଜନଜାତୀୟ ଗୌରବ ଦିବସ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.