Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବରେ ସ୍ଥାନ ସୁଦୃଢ଼ କଲା ଜିଓ: ଟ୍ରାଇ ତଥ୍ୟ
ଆଜିର ଖବର

ଓଡ଼ିଶାରେ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବରେ ସ୍ଥାନ ସୁଦୃଢ଼ କଲା ଜିଓ: ଟ୍ରାଇ ତଥ୍ୟ

November 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ରିଲାଏନ୍ସ ଜିଓ ନିଜର ଅଗ୍ରଣୀ ସ୍ଥିତିକୁ ଆହୁରି ସୁଦୃଢ଼ କରି ୨୦୨୩ ଅଗଷ୍ଟ ମାସରେ ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ ଯୋଡ଼ିଥିବା ଟ୍ରାଇ ପକ୍ଷରୁ ଗୁରୁବାର ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି।

ଏହା ସହିତ ଜିଓ ୨୦୨୩ ଅଗଷ୍ଟ ୩୧ ସୁଦ୍ଧା ଓଡ଼ିଶାରେ ସର୍ବାଧିକ ୧.୪୪ କୋଟି ମୋବାଇଲ ଗ୍ରାହକ ଏବଂ ୨.୪୫ ଲକ୍ଷରୁ ଉର୍ଦ୍ଧ୍ୱ ଜିଓଫାଇବର ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଗ୍ରାହକ ସହିତ ଉଭୟ ଓୟାରଲେସ୍ ଏବଂ ୱୟାରଲାଇନ୍ କ୍ଷେତ୍ରରେ ରାଜ୍ୟରେ ନିଜର ଏକ ନମ୍ବର ସ୍ଥାନ ଆହୁରି ସୁଦୃଢ଼ କରିଛି। ଭାରତୀୟ ଦୂରସଂଚାର ନିୟାମକ କର୍ତୃପକ୍ଷ (ଟ୍ରାଇ) ଦ୍ୱାରା ଗୁରୁବାର ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତାଙ୍କ ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ୨୦୨୩ ଅଗଷ୍ଟ ମାସରେ ଓଡ଼ିଶାରେ ୨୮,୦୦୦ରୁ ଅଧିକ ନୂତନ ମୋବାଇଲ୍ ଗ୍ରାହକ ଏବଂ ୭୦୦୦ରୁ ଅଧିକ ନୂତନ ଜିଓଫାଇବର ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଗ୍ରାହକ ଯୋଡ଼ିଛି। ଏହି ସମୟରେ ରାଜ୍ୟରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟାରେ ୪୬,୦୦୦ ବୃଦ୍ଧି ସହିତ ଓଡ଼ିଶାରେ ମୋଟ ମୋବାଇଲ୍ ଉପଭୋକ୍ତାଙ୍କ ସଂଖ୍ୟା ୩.୩୬ କୋଟିରୁ ଅଧିକ ହୋଇଛି।

ଜାତୀୟ ସ୍ତରରେ, ୨୦୨୩ ଅଗଷ୍ଟରେ ଜିଓ ସର୍ବାଧିକ ମୋବାଇଲ୍ ଗ୍ରାହକ ଯୋଡ଼ିଥିବା ବେଳେ ୩୨.୪୫ ଲକ୍ଷରୁ ଅଧିକ ନୂଆ ଗ୍ରାହକ ଜିଓ ନେଟୱାର୍କରେ ଯୋଗ ଦେଇଥିବା ଟ୍ରାଇ ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି। ଏହା ସହିତ ୨୦୨୩ ଅଗଷ୍ଟ ୩୧ ସୁଦ୍ଧା ଦେଶରେ ଜିଓର ମୋଟ ମୋବାଇଲ ଉପଭୋକ୍ତା ସଂଖ୍ୟା ୪୪.୫୭ କୋଟିରେ ପହଞ୍ଚିଛି। ରିଲାଏନ୍ସ ଜିଓ ମଧ୍ୟ ଅଗଷ୍ଟରେ ସାରାଦେଶରେ ୧.୭୮ ଲକ୍ଷରୁ ଅଧିକ ଜିଓଫାଇବର ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଗ୍ରାହକ ଯୋଡ଼ିଥିବା ବେଳେ ଦେଶରେ ମୋଟ ଜିଓ ଫାଇବର ଗ୍ରାହକଙ୍କ ସଂଖ୍ୟା ୧.୦୩ କୋଟିରୁ ଅଧିକ ହୋଇଛି।

ସୂଚନାଯୋଗ୍ୟ ଯେ ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ପସନ୍ଦଯୋଗ୍ୟ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନି ହୋଇରହିଥିବା ବେଳେ ଶିଳ୍ପରେ ଏହାର ସର୍ବାଧିକ ୪୩ ପ୍ରତିଶତ ଗ୍ରାହକ ବଜାର ଅଂଶ ଓ ୫୨ ପ୍ରତିଶତ ରାଜସ୍ୱ ବଜାର ଅଂଶ ରହିଛି। ଓଡ଼ିଶାରେ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଜିଓ ଓଡ଼ିଶାରେ ଦ୍ରୁତ ଗତିରେ ନିଜର ଟ୍ରୁ-୫ଜି ନେଟୱାର୍କକୁ ସମ୍ପ୍ରସାରଣ କରୁଛି ଏବଂ ଏହା ରାଜ୍ୟର ସମସ୍ତ ଜିଲ୍ଲାରେ ୫ଜି ନେଟୱାର୍କ ଉପଲବ୍ଧ କରାଇଥିବା ପ୍ରଥମ ଟେଲିକମ ଅପରେଟର ଅଟେ। ଜିଓ ହେଉଛି ଏକମାତ୍ର ସେବା ପ୍ରଦାନକାରୀ ଯିଏ ପ୍ରିମିୟମ ୭୦୦ ମେଗାହର୍ଜ ବ୍ୟାଣ୍ଡରେ ସ୍ପେକ୍ଟ୍ରମ୍ ହାସଲ କରିଛି, ଯାହାକୁ ୫ଜି ନେଟୱାର୍କ ନିୟୋଜନ ପାଇଁ ଅଧିକ ଉପଯୁକ୍ତ ବୋଲି ବିବେଚନା କରାଯାଉଛି।

ସାରା ରାଜ୍ୟରେ ଟ୍ରୁ-୫ଜି ସୁବିଧା ପହଂଚାଇବା ଲାଗି ଜିଓ ରାଜ୍ୟରେ ସର୍ବାଧିକ ସଂଖ୍ୟକ ୫ଜି ବିଟିଏସ୍ ମୂତୟନ କରିଛି। ଶିକ୍ଷା କ୍ଷେତ୍ରରେ ଟ୍ରୁ-୫ଜିର ବିପୁଳ ପରିବର୍ତ୍ତନଶୀଳ ସମ୍ଭାବନାକୁ ଉପଯୋଗ କରି ଜିଓ ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ପରିସରଗୁଡିକରେ ଜିଓ ଟ୍ରୁ-୫ଜି ରୂପାନ୍ତରଣ ଯାତ୍ରା ଆରମ୍ଭ କରିଛି। ଦ୍ରୁତ ଏବଂ ବିଶ୍ୱସନୀୟ ସଂଯୋଗ ପ୍ରଦାନ କରି, ଜିଓ ଟ୍ରୁ-୫ଜି ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଏକ ଉନ୍ନତ ଶିକ୍ଷଣୀୟ ଅନୁଭୂତିକୁ ସକ୍ଷମ କରିଛି ଏବଂ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ କରିବାକୁ ସଶକ୍ତ କରିଛି। ଯେହେତୁ ଅଧିକରୁ ଅଧିକ ଶିକ୍ଷାନୁଷ୍ଠାନ ଏହି ଜ୍ଞାନକୌଶଳକୁ ଗ୍ରହଣ କରୁଛନ୍ତି, ଏହା ଦେଶର ଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିବାର କ୍ଷମତା ରଖିଥିବା ବେଳେ ଜ୍ଞାନ ଆଦାନପ୍ରଦାନ, ନବସୃଜନ, ଉଦ୍ଭାବନ ଏବଂ ସହଯୋଗ ପାଇଁ ଅସୀମ ସମ୍ଭାବନାର ପଥ ଉନ୍ମୁକ୍ତ କରିବ। ସମଗ୍ର ଭାରତରେ କ୍ୟାମ୍ପସଗୁଡିକୁ ଡିଜିଟାଲ କରିବା ପାଇଁ ଜିଓର ପ୍ରତିବଦ୍ଧତା ଶିକ୍ଷାକୁ ପ୍ରୋତ୍ସାହିତ କରିବା ଏବଂ ପରବର୍ତୀ ପିଢ଼ି ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବାରେ ଏହାର ଉତ୍ସର୍ଗୀକୃତ ମନୋଭାବକୁ ପ୍ରଦର୍ଶିତ କରୁଛି।

ଓଡିଶା ଜିଓ ଟ୍ରାଇ ତଥ୍ୟ ଡିଜିଟାଲ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026
Latest News

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026

ବାଙ୍କିପୁରରୁ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହେବେ କି ପ୍ରଶାନ୍ତ କିଶୋର?: ସ୍ପଷ୍ଟ କଲେ ଆରଜେଡି, କଂଗ୍ରେସ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.