Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ
ଆଜିର ଖବର

ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

November 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
draupadi murmu
ଅକ୍ଟୋବର ୨୧ ରୁ ୨୪ ପର୍ଯ୍ୟନ୍ତ କେରଳ ଗସ୍ତ କରିବେ ରାଷ୍ଟ୍ରପତି: ଜାଣନ୍ତୁ କାର୍ଯ୍ୟକ୍ରମ

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ।

ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର  ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌ଘାଟନ କରିବେ । ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିବେ ।

ନଭେମ୍ବର ୨୧ ତାରିଖ ମଙ୍ଗଳବାର ରାଷ୍ଟ୍ରପତି ମୟୂରଭଞ୍ଜର ପାହାଡପୁରଠାରେ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ବାଦାମପାହାଡ଼ ରେଳଷ୍ଟେସନରେ ତିନୋଟି ନୂଆ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିବେ। ଏହି ଟ୍ରେନ୍‌ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ;  ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍‌ଘାଟନ କରାଯିବ। ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ। ମଙ୍ଗଳବାର ସନ୍ଧ୍ୟାରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ।

ଆସନ୍ତା ୨୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ। ଏହାପରେ ରାଷ୍ଟ୍ରପତି ପୁଟ୍ଟପର୍ତୀ ଗସ୍ତ କରିବେ, ଯେଉଁଠାରେ ସେ ଶ୍ରୀ ସତ୍ୟ ସାଇ ଉଚ୍ଚଶିକ୍ଷା ପ୍ରତିଷ୍ଠାନର ୪୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

ଆନ୍ଧ୍ରପ୍ରଦେଶ ଓଡିଶା ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026
Latest News

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.