Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କଲେ ରାଷ୍ଟ୍ରପତି
ଆଜିର ଖବର

କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କଲେ ରାଷ୍ଟ୍ରପତି

November 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ନଭେମ୍ବର ୨୦, ୨୦୨୩ରେ) ମୟୂରଭଞ୍ଜ ଜିଲ୍ଲା କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ପିଲାଦିନେ ତାଙ୍କ ଘର ନିକଟରେ କୌଣସି ବିଦ୍ୟାଳୟ ନଥିଲା; ତେଣୁ ପାଠ ପଢ଼ିବା ପାଇଁ ତାଙ୍କୁ ଘରୁ ଦୂରକୁ ଯିବାକୁ ପଡ଼ିଥିଲା। ସେ ଆହୁରି କହିଥିଲେ ଯେ, ଘର ପାଖରେ ବିଦ୍ୟାଳୟ ନଥିବାରୁ ସେହି ସମୟରେ ଅନେକ ପିଲା ପାଠପଢ଼ାରୁ ବଞ୍ଚିତ ହୋଇଥିଲେ, ଏହି ସମସ୍ୟା ଆଜି ଦେଖିବାକୁ ମିଳୁନାହିଁ। ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଖୋଲିବା ଦ୍ୱାରା ସ୍ଥାନୀୟ ପିଲାମାନେ ଏବେ ଶିକ୍ଷାର ଅଧିକ ସୁଯୋଗ ପାଇବେ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଛନ୍ତି।

ରାଷ୍ଟ୍ରପତି କହିଥିଲେ ଯେ ଶିକ୍ଷା ହେଉଛି ଆର୍ଥିକ ଏବଂ ସାମାଜିକ କଲ୍ୟାଣର ଚାବିକାଠି। ସେ ଅଭିଭାବକମାନଙ୍କୁ ନିଜ ପିଲାମାନଙ୍କୁ ପାଠ ପଢ଼ାଇବାକୁ ପରାମର୍ଶ ଦେଇଥିଲେ।

ପିଲାମାନଙ୍କୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଥିଲେ ଯେ, ସେମାନଙ୍କ ଭଳି ସେ ମଧ୍ୟ ଏକ ସାଧାରଣ ପୃଷ୍ଠଭୂମିରୁ ଆସିଛନ୍ତି। ପାଠପଢ଼ା ଯୋଗୁଁ ସେ ନାଗରିକଙ୍କ ସେବା କରିବାର ସୁଯୋଗ ପାଇଥିଲେ। ଶିକ୍ଷା ସେମାନଙ୍କୁ ସଫଳ କରିପାରିବ ବୋଲି ରାଷ୍ଟ୍ରପତି କହିଥିଲେ। ଜଣେ ଶିକ୍ଷିତ ବ୍ୟକ୍ତି ଭାବେ ସେମାନେ ନିଜ ବିକାଶ ସହିତ ଦେଶ ଓ ସମାଜର ପ୍ରଗତିରେ ଯୋଗଦାନ ଦେଇପାରିବେ।

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରେଳ, ଜାତୀୟ ରାଜପଥ, ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇଦେବା ପାଇଁ ଭାରତ ସରକାର ବିଭିନ୍ନ ମନ୍ତ୍ରଣାଳୟ ଜରିଆରେ ବହୁମୁଖୀ ଯୋଜନା ଆରମ୍ଭ କରିଛନ୍ତି ବୋଲି ରାଷ୍ଟ୍ରପତି କହିଥିଲେ । ଆଦିବାସୀ ପିଲାଙ୍କ ଶିକ୍ଷା ପାଇଁ ସମଗ୍ର ଦେଶରେ ୭୦୦ରୁ ଅଧିକ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରାଯାଉଥିବାରୁ ସେ ଆନନ୍ଦିତ ହୋଇଥିଲେ। ସେ କହିଥିଲେ ଯେ ଏହି ବିଦ୍ୟାଳୟଗୁଡ଼ିକରେ ସମଗ୍ର ଭାରତରେ ୩.୫ ଲକ୍ଷରୁ ଅଧିକ ଆଦିବାସୀ ଛାତ୍ରଛାତ୍ରୀ ଗୁଣାତ୍ମକ ଶିକ୍ଷା ପାଇବା ସହିତ ସମାଜ ଏବଂ ରାଷ୍ଟ୍ରର ବିକାଶରେ ଯୋଗଦାନ କରିବାକୁ ସକ୍ଷମ ହେବେ ।

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଡେଡ୍‌ଲାଇନ୍‌ ପରେ ବି ଶେଷ ହୋଇନି ଏସ୍‌ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ

June 28, 2026

ମଟନ ପାଇଁ କଟିଲା ବେକ

June 28, 2026
Latest News

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.