Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନାରସ-ସମ୍ବଲପୁର ଏକ୍ସପ୍ରେସ ବିଶାଖାପାଟନମ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ
ଆଜିର ଖବର

ବନାରସ-ସମ୍ବଲପୁର ଏକ୍ସପ୍ରେସ ବିଶାଖାପାଟନମ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ

November 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ, ଭାରତ ସରକାର ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସମ୍ବଲପୁର ରେଳ ଷ୍ଟେସନରୁ ବିଶାଖାପାଟନମ୍ ପର୍ଯ୍ୟନ୍ତ ବନାରସ-ସମ୍ବଲପୁର-ବନାରସ ଦ୍ୱି-ସାପ୍ତାହିକ ଏକ୍ସପ୍ରେସର ସମ୍ପ୍ରସାରଣକୁ ଶୁଭାରମ୍ଭ କରିଛନ୍ତି।

ସମ୍ବଲପୁରରେ ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟଗଣ୍ୟ ବ୍ୟକ୍ତି ସାଂସଦ ନୀତେଶ ଗଙ୍ଗଦେବ ଏବଂ ବିଧାୟକ ନାଉରି ନାୟକ ଉପସ୍ଥିତ ଥିବାବେଳେ ଭିଡିଓ କନଫରେନସିଂ ମାଧ୍ୟମରେ ସାଂସଦ ସୁରେଶ ପୂଜାରୀ ବରଗଡ଼ ରୋଡ଼ ଷ୍ଟେସନ ଠାରେ, ସଂଗୀତା କୁମାରୀ ସିଂ ଦେଓ ଏବଂ ନିରଂଜନ ବିଶି ବଲାଙ୍ଗୀର ଷ୍ଟେସନ ଠାରେ ଏବଂ ବସନ୍ତ କୁମାର ପଣ୍ଡା କେସିଙ୍ଗା ଷ୍ଟେସନରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ।

ଆଜି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଏହି ଟ୍ରେନ୍ ସମ୍ବଲପୁରରୁ ବିଶାଖାପାଟନମ୍ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚାଲିବ। ଅବଶ୍ୟ, ଏହି ଟ୍ରେନ୍ ପାଇଁ ସମ୍ପ୍ରସାରଣ ଅଂଶରେ ନିୟମିତ ସେବା 22 ନଭେମ୍ବର 2023 ରୁ ବିଶାଖାପାଟନମ୍ ଠାରୁ ଏବଂ 23 ନଭେମ୍ବର 2023 ଠାରୁ ବନାରସରୁ ପ୍ରାରମ୍ଭ କରାଯିବ। ସମ୍ବଲପୁର ଏବଂ ବନାରସ ମଧ୍ୟରେ ଏହି ଟ୍ରେନ୍ ପାଇଁ ନିର୍ଦ୍ଧାରିତ ସମୟ ଏବଂ ରହଣି ଷ୍ଟେସନ ମାନଙ୍କରେ କୌଣସି ପରିବର୍ତ୍ତନ ନକରାଯାଇ ଏହି ଟ୍ରେନ୍ କୁ ବିଶାଖାପାଟନମ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଅଛି।

ବିଶାଖାପାଟନମ୍ ପର୍ଯ୍ୟନ୍ତ ଏହି ଟ୍ରେନର ସମ୍ପ୍ରସାରଣ ଦକ୍ଷିଣ ଏବଂ ପଶ୍ଚିମ ଓଡିଶାର ଲୋକଙ୍କ ପାଇଁ ଏକ ଯୁଗାନ୍ତକାରୀ ପରିବର୍ତ୍ତନ। ଏହି ଟ୍ରେନର ସମ୍ବଲପୁରରୁ ବିଶାଖାପାଟନମ୍ ପର୍ଯ୍ୟନ୍ତ ସମ୍ପ୍ରସାରଣ ପଶ୍ଚିମ ଏବଂ ଦକ୍ଷିଣ ଓଡିଶାର ଅଧିବାସୀ ମାନଙ୍କ ପାଇଁ ବ୍ୟବସାୟ, ଶିକ୍ଷା ଏବଂ ଚିକିତ୍ସା ଭଳି ବିଭିନ୍ନ କାରଣରୁ ଯାତ୍ରା କରିବା ପାଇଁ ଏକ ଜୀବନ ରେଖା ଭାବରେ କାର୍ଯ୍ୟ କରିବ। ଏହା ବ୍ୟତୀତ ବନାରସ ଏବଂ ବିଶାଖାପାଟନମ୍ ମଧ୍ୟରେ ସିଧାସଳଖ ସଂଯୋଗ ଯୋଗୁଁ ପର୍ଯ୍ୟଟନ ଏବଂ ସାଂସ୍କୃତିକ ବିନିମୟରେ ଏହା ବୃଦ୍ଧି ପାଇବ।

ସମ୍ପ୍ରସାରିତ ଟ୍ରେନ୍, ବର୍ତ୍ତମାନ 18311 ବିଶାଖାପାଟନମ୍-ବନାରସ୍ ଏକ୍ସପ୍ରେସ୍ ପ୍ରତି ବୁଧବାର ଏବଂ ରବିବାର ଦିନ ଭୋର 04ଘ.10ମି.ରେ ବିଶାଖାପାଟନମ୍ ଛାଡିବ। ଫେରିବା ମାର୍ଗରେ 18312 ବନାରସ-ବିଶାଖାପାଟନମ୍ ଏକ୍ସପ୍ରେସ, ପ୍ରତ୍ୟେକ ଗୁରୁବାର ଏବଂ ସୋମବାର ଦିନ ଅପରାହ୍ନ 03 ଘଣ୍ଟାରେ ବନାରସ ଛାଡିବ।

ଏହି ଟ୍ରେନ ବରଗଡ ରୋଡ଼, ବାଲାଙ୍ଗୀର, ଟିଟିଲାଗଡ, କେସିଙ୍ଗା, ମୁନିଗୁଡା, ରାୟାଗଡା, ପାର୍ବତୀପୁରମ, ବବିଲି, ବିଜୟନଗରମ ଏବଂ କୋଟାଭାଲାସା ଭଳି ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ ସମ୍ପ୍ରସାରିତ ମାର୍ଗରେ ରହଣି କରିବ।

ଏହି ସମ୍ପ୍ରସାରଣ ସମ୍ବଲପୁର ଏବଂ ବନାରସ ମଧ୍ୟରେ ପ୍ରାୟ 28 ଘଣ୍ଟା 30 ମିନିଟର ବର୍ଦ୍ଧିତ ଯାତ୍ରା ସମୟ ସହିତ 895 କିମିରୁ 1400 କିମି ପର୍ଯ୍ୟନ୍ତ ଯାତ୍ରା ଦୂରତା ବୃଦ୍ଧି କରିବ।

ଏହି ଟ୍ରେନ୍ ବର୍ତ୍ତମାନ ପୂର୍ବର କନଭେଷନାଲ କୋଚ ପରିବେର୍ତ୍ତେ ଅତ୍ୟାଧୁନିକ ଏଲଏଚବି କୋଚ୍ ସହିତ ଚଳାଚଳ କରିବ ଯେଉଁଥିରେ ଗୋଟିଏ ଏସି-୨ ଟାୟାର୍, ଚାରିଟି ଏସି -3 ଟାୟାର୍, ଆଠଟି ସ୍ଲିପର ଶ୍ରେଣୀ, ଛଅଟି ଦ୍ୱିତୀୟ ଶ୍ରେଣୀ ସିଟିଙ୍ଗ, ଗୋଟିଏ ଗାର୍ଡ ତଥା ଲଗେଜ୍ ଏବଂ ଦିବ୍ୟାଙ୍ଗଜନ କୋଚ୍ ଏବଂ ଗୋଟିଏ ପାୱାର୍ କାର୍ ରହିଛି।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ଅତିଥି ତଥା ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇଥିବାବେଳେ ସମ୍ବଲପୁର ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଭିନୀତ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।

ଅଶ୍ୱିନୀ ବୈଷ୍ଣବ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତଟ ରେଳପଥ ବିଶାଖାପାଟନମ୍ ସମ୍ପ୍ରସାରିତ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.