Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫୪ତମ ଆଇଏଫ୍ଏଫ୍ଆଇରେ ସମ୍ମାନିତ ହେଲେ ସୁପ୍ରସିଦ୍ଧ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ
ଆଜିର ଖବର

୫୪ତମ ଆଇଏଫ୍ଏଫ୍ଆଇରେ ସମ୍ମାନିତ ହେଲେ ସୁପ୍ରସିଦ୍ଧ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ

November 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୁପ୍ରସିଦ୍ଧ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ସମ୍ମାନ ପ୍ରଦାନ ସ୍ବରୂପ ଭାରତର ୫୪ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଭାରତୀୟ ସିନେମାରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି’ ପାଇଁ ପୁରସ୍କୃତ କରାଯାଇଛି। ୪ ଦଶନ୍ଧିର ଚମତ୍କାର କ୍ୟାରିୟର ସହ ମାଧୁରୀ ଦୀକ୍ଷିତ ଭାରତୀୟ ଚଳଚ୍ଚିତ୍ର ଜଗତରେ ଏକ ଅବିସ୍ମରଣୀୟ ଛାପ ଛାଡ଼ିଛନ୍ତି। କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର, ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗାନ୍ ଏବଂ ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ଆଜି ଗୋଆର ପାନାଜୀଠାରେ ଆୟୋଜିତ ୫୪ତମ ଆଇଏଫ୍ଏଫ୍ଆଇର ଉଦଘାଟନୀ ସମାରୋହରେ ଏହି ପୁରସ୍କାର ଘୋଷଣା କରିଛନ୍ତି।

କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରି କହିଛନ୍ତି, “ଦୀର୍ଘ ଦିନ ଧରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା, ମାଧୁରୀ ଦୀକ୍ଷିତ ଅସାଧାରଣ ଦକ୍ଷତା ବଳରେ ଚାରି ଦଶନ୍ଧି ଧରି ଅତୁଳନୀୟ ପ୍ରତିଭା ସହିତ ଆମ ପରଦାର ଶୋଭା ବଢାଇ​‌ ଆସିଛନ୍ତି।”

ବିବିଧ ଚରିତ୍ରକୁ ଜୀବନ୍ତ କରିବାର ତାଙ୍କର ଦକ୍ଷତା ପିଢୀ ପରେ ପିଢୀ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଛି। ମାଧୁରୀ ଦୀକ୍ଷିତଙ୍କ ଅସାଧାରଣ ସଫଳତା ଏବଂ ଭାରତୀୟ ସିନେମାରେ ତାଙ୍କର ସ୍ଥାୟୀ ପ୍ରଭାବର ପ୍ରମାଣ ହେଉଛି ‘ଭାରତୀୟ ସିନେମାରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ପୁରସ୍କାର’। ୧୯୮୦, ୧୯୯୦ ଏବଂ ୨୦୦୦ ଦଶକର ପ୍ରାରମ୍ଭରେ ହିନ୍ଦୀ ଚଳଚ୍ଚିତ୍ରର ଅଗ୍ରଣୀ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ୬ଟି ଫିଲ୍ମଫେୟାର ପୁରସ୍କାର ପାଇଥିଲେ ଏବଂ ରେକର୍ଡ ୧୪ ଥର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଫିଲ୍ମଫେୟାର ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ମାଧୁରୀ ଦୀକ୍ଷିତ ‘ଅବୋଧ’ (୧୯୮୪)ରୁ ତାଙ୍କର ଚଳଚ୍ଚିତ୍ର କ୍ୟାରିୟର ଆରମ୍ଭ କରିଥିଲେ ଏବଂ ତେଜାବ (୧୯୮୮) ଜରିଆରେ ବ୍ୟାପକ ଲୋକପ୍ରିୟତା ହାସଲ କରିଥିଲେ। ୨୦୧୪ରେ ତାଙ୍କୁ ଭାରତରେ ୟୁନିସେଫର ସଦଭାବନା ରାଷ୍ଟ୍ରଦୂତ ଭାବେ ନିଯୁକ୍ତ କରାଯାଇଥିଲା।

ଆଇଏଫ୍‌ଏଫ୍‌ଆଇ ଭାରତୀୟ ସିନେମା ମାଧୁରୀ ଦୀକ୍ଷିତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Latest News

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.