Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଜ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା
ଆଜିର ଖବର

ନିଜ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା

November 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନିଜ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା

ଭୁବନେଶ୍ୱର: କୋରାପୁଟ ନିର୍ବାଚନ ମଣ୍ଡଳୀର ୨୦୧୯ର ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା ଆଜି ଶତାଧିକ ବିଜେପି କର୍ମୀ ଓ ସମର୍ଥକଙ୍କ ସହ ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବାଶ୍ ରୀଗରଡ଼ା ଏବଂ ଅନ୍ୟ ସମସ୍ତ ବିଜେପି କର୍ମୀଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ। ଶ୍ରୀ ଗରଡ଼ାଙ୍କ ଏହା ହେଉଛି ଘରବାହୁଡ଼ା ଏବଂ ବିଜୁ ଜନତା ଦଳରେ ତାଙ୍କ ଯୋଗଦାନ ଫଳରେ ବିଶେଷ କରି କୋରାପୁଟ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତା ତ୍ରିପୁରାରୀ ଗରଡ଼ା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ ବିଜେପିର କାର୍ଯ୍ୟଶୈଳୀ, ନୀତି ନୈତିକାରେ ଅତିଷ୍ଠ ହୋଇ ମୁଁ ବିଜେପି ଦଳରେ ଏକ ପ୍ରକାର କୋଣଠେସା ହୋଇ ରହିଥିଲି। ତେଣୁ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଲିା

ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ବୋଲି ସେ କହିଥିଲେ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଜେପି ମଣ୍ଡଳ ସଭାପତି ବିଜୟ କୁମାର ଦଳାଇ, କୋରାପୁଟ ନଗର ବିଜେପି ସାଧାରଣ ସମ୍ପାଦକ ଅମରେନ୍ଦ୍ର ସେଠୀ, କୋରାପୁଟ ନଗର ବିଜେପି ଯୁଗ୍ମ ସମ୍ପାଦକ ଅଖିଳ ପ୍ରସାଦ ମଲ୍ଲିକଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲେ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ, କୋରାପୁଟ ଜିଲ୍ଲା ପର୍ଯ୍ୟବେକ୍ଷକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, କୋଟପାଡ଼ ବିଧାୟିକା ପଦ୍ମିନୀ ଦିଆନ, କୋରାପୁଟ ବିଧାୟକ ରଘୁରାମ ପଡ଼ାଲ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁଜାନୀ, ପଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ, ପୂର୍ବତନ ସାଂସଦ ତଥା କୋରାପୁଟ ଜିଲ୍ଲା ସଭାପତି ଝୀନ ହିକକା, ପୂର୍ବତନ କୋରାପୁଟ ଜିଲ୍ଲା ସଭାପତି ଈଶ୍ୱରଚନ୍ଦ୍ର ପାଣିଗ୍ରାହୀ, କୋରାପୁଟ ମହିଳା ବିଜେଡ଼ି ପ୍ରଭାରୀ ମୀରା ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

BJD koraput BJD ବିଜେଡି ମିଶ୍ରଣ ପର୍ବ ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026
Latest News

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.