Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

“ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

November 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ବିକଶିତ ଏବଂ ଭବ୍ୟ ଭାରତ ଶିକ୍ଷା ମାଧ୍ୟମରେ ହିଁ ହୋଇପାରିବ ବୋଲି ଆଜି ସମ୍ବଲପୁର ଶାସନ ପାବନ ସରୋବର ଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଳରେ “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ପ୍ରଜାପିତା ବ୍ରହ୍ମକୁମାରୀ ଅନୁଷ୍ଠାନ ପକ୍ଷରୁ ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଏହି ରାଷ୍ଟ୍ରୀୟ ଅଭିଯାନକୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ୨୦୨୦ରେ ଦେଶରେ ନୂଆ ଜାତୀୟ ଶିକ୍ଷା ନୀତି ପ୍ରଣୟନ କରାଯାଇଛି। ଗୋଟିଏ ସମୟରେ ଆମ ଦେଶ ସୁନାର ଭାରତ ଥିଲା। ମାତ୍ର ଲମ୍ବା ସମୟର ପରାଧୀନତା କାରଣରୁ ଏଥିରେ ଅଧୋଗତି ଦେଖାଗଲା। ଏହାକୁ ସୁଧାରିବା ଦିଗରେ ବ୍ରହ୍ମାକୁମାରୀ ଅନୁଷ୍ଠାନର ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ସମ୍ବଲପୁରରୁ ଆରମ୍ଭ ହେବା ଖୁସିର ବିଷୟ।

ଦେଶରେ ୧୪୦ କୋଟି ନାଗରିକଙ୍କ ମଧ୍ୟରୁ ୩ ରୁ ୨୩ ବର୍ଷ ବୟସର ପ୍ରାୟ ୫୦ କୋଟି ନାଗରିକ ଅଛନ୍ତି । ବର୍ତ୍ତମାନ ସମୟରେ ଚ୍ୟାଲେଞ୍ଜ୍ ହେଉଛି ସେମାନଙ୍କୁ ଆମେ ମନୁଷ୍ୟ କରିବା ନା ମେସିନ୍ ବନାଇବା ? ଆଜି ଏଆଇ ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଦରକାର ନା ଏଚଆଇ ବା ହୁମ୍ୟାନ ଇଣ୍ଟେଲିଜେନ୍ସ ଦରକାର। ଏହାର ଗୋଟିଏ ସୂତ୍ର ଆଧ୍ୟାତ୍ମିକତା। ଭାରତକୁ ଏକବିଂଶ ଶତାବ୍ଦୀରେ ଭବ୍ୟ ଓ ବିକଶିତ କରିବାର ଚାବିକାଠି ହେବା ଶିକ୍ଷା। ଦେଶରେ ସମାନତା ଓ ଦାରିଦ୍ୟକୁ ମୂଳତ୍ପାଟନ କରିବାର ଏକମାତ୍ର ପୁଞ୍ଜି ଶିକ୍ଷା। ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ସମାଜରେ ନିରନ୍ତର ଶିକ୍ଷା ଜାରୀ ରଖିବାର ପରମ୍ପରା ପ୍ରଶଂସନୀୟ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସ ମଧ୍ୟ ଯୋଗଦେଇ ନିଜର ଅଭିଭାଷଣ ରଖିଥିଲେ।

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଦ୍ରୌପଦୀ ମୁର୍ମୁ ଧର୍ମେନ୍ଦ୍ର ପ୍ରଧାନ ବ୍ରହ୍ମକୁମାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.