Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ: କବିତା ମାଧ୍ୟମରେ ଆଦିବାସୀ ଜୀବନ, ସଂସ୍କୃତି ଓ ପରମ୍ପରାର ପ୍ରତିଛବି
ଆଜିର ଖବର

ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ: କବିତା ମାଧ୍ୟମରେ ଆଦିବାସୀ ଜୀବନ, ସଂସ୍କୃତି ଓ ପରମ୍ପରାର ପ୍ରତିଛବି

November 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ଏକ ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଆୟୋଜନ କରାଯାଇଛି। ବୁଧବାର ଦିନ ଏହାକୁ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଉଦଘାଟନ କରିଥିଲେ।

କବି ସମ୍ମିଳନୀର ପ୍ରଥମ ଦିନରେ ବିଭିନ୍ନ ଆଦିବାସୀ ସଂପ୍ରଦାୟର ୨୪ ଜଣ କବି ନିଜ ନିଜ ଭାଷାରେ କବିତା ପାଠ କରିଥିଲେ। ଏହି ଦୁଇଦିନିଆ ସମ୍ମିଳନୀରେ ବିନଝାଲ, ଦେଶିଆ, ଗଦବା, କୋୟା, କୁଇ, ଖଡ଼ିଆ, କୁଭି, ପରଜା, ସଉରା, ଲାଞ୍ଜିଆ ସଉରା, ଗଣ୍ଡ, ମୁଣ୍ଡା, ଭୂମିଜ, ଜୁଆଙ୍ଗ, ସାନ୍ତାଳୀ ଏବଂ ହୋ ଆଦି ସଂପ୍ରଦାୟର ୫୦ ଜଣ କବି ଭାଗ ନେଉଛନ୍ତି।
‘‘ଓଡ଼ିଶାରେ ବସବାସ କରୁଥିବା ଜନଜାତିଙ୍କର କଳା ଓ ସଂସ୍କୃତି ଅନନ୍ୟ। ସାହିତ୍ୟରେ ମଧ୍ୟ ଜନଜାତୀୟ କବି ଓ ଲେଖକମାନେ ସୁନାମ ଅର୍ଜନ କରିଛନ୍ତି। ଏଭଳି ଜନଜାତି କବି ସମ୍ମିଳନୀ ସ୍ଥାନୀୟ ସାହିତ୍ୟର ବିକାଶରେ ବିଶେଷ ସହାୟକ ହୋଇପାରିବ’’, କହିଛନ୍ତି ମନ୍ତ୍ରୀ ଜଗନ୍ନାଥ ସାରକା।

ଏଭଳି ଅଭିନବ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ ବିଶିଷ୍ଟ ସାହିତ୍ୟିକ ତଥା ‘ସରଗିଫୁଲ’ର ସମ୍ପାଦକ ଦାଶ ବେନହୁର। ସେ କହିଥିଲେ, ‘‘ଆଦିମ କାଳରେ ଜନଜାତି ସଂପ୍ରଦାୟର ଲୋକମାନେ ସାହିତ୍ୟ ରଚନା ଆରମ୍ଭ କରିଥିଲେ। ସେମାନେ ସବୁବେଳେ ପ୍ରକୃତି ସହ ଯୋଡ଼ିହୋଇ ରହୁଥିବାରୁ ସେମାନଙ୍କର କଳ୍ପନା ଶକ୍ତି ଅଧିକ ରହିଛି। ଏଥିପାଇଁ ବିଭିନ୍ନ ଜନଜାତୀୟ କବିତାରେ ଆଦିବାସୀ ସଂସ୍କୃତି, ପରମ୍ପରା ଏବଂ ପ୍ରକୃତି ଆଦି ବିଷୟ ଅତି ନିଖୁଣ ଭାବେ ବର୍ଣ୍ଣନା ହୋଇଥିବା ଦେଖିବାକୁ ମିଳେ। ତେଣୁ ବର୍ତ୍ତମାନ ସମୟରେ ଆଦିବାସୀ ସାହିତ୍ୟକୁ ଆହୁରି ଆଗକୁ ନେବାର ସମୟ ଆସିଛି।’’

ସମ୍ମିଳନୀରେ ଏସସିଏସଟିଆରଟିଆଇ ନିର୍ଦ୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀ ସମସ୍ତଙ୍କୁ ସ୍ୱାଗତ କରିବା ସହ କହିଥିଲେ ଯେ, ଆଦିବାସୀ ଭାଷା ଓ ସାହିତ୍ୟର ବ୍ୟାପକ ପ୍ରସାର ଲାଗି ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ସିରିଜ୍ ଅବସରରେ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ଏଭଳି ବ୍ୟାପକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

ଏସସିଏସଟିଆରଟିଆଇ ଓଏସଡି ସମରେନ୍ଦ୍ର ଭୁତିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ରଥ, ସହକାରୀ ନିର୍ଦ୍ଦେଶକ ମଧୁସ୍ମିତା ସାହୁ ଏବଂ ପ୍ରତିଷ୍ଠାନର ଅନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ। ସମ୍ମିଳନୀରେ ଯୋଗ ଦେଇଥିବା ଜନଜାତି କବିମାନଙ୍କୁ ଆୟୋଜକଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଏସସିଏସଟିଆରଟିଆଇ ଜନଜାତୀୟ ଗୌରବ ଦିବସ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.