ଆଜି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ, ଦର୍ଶନ କରିପାରିବେ ନାହିଁ ଭକ୍ତ, ଜାଣନ୍ତୁ କାରଣ

Published: Nov 29, 2023, 1:12 pm IST

ପୁରୀ: ଆଜି ଶ୍ରୀମନ୍ଦିର ୪ ଘଣ୍ଟା ପାଇଁ ବନ୍ଦ ରହିବ। ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ କୌଣସି ଭକ୍ତ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିପାରିବେ ନାହିଁ। ଏ ନେଇ ମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଆଜି ବନକଲାଗି ନୀତି ରହିଥିବାରୁ ଏହି ସମୟରେ କେହି ଶ୍ରୀଜିୟୁଙ୍କୁ ଦର୍ଶନ କରିପାରିବେ ନାହିଁ। ତେବେ ନୀତି ସରିବା ପରେ ସମସ୍ତଙ୍କୁ ଦର୍ଶନ କରିବାର ସୁଯୋଗ ଦିଆଯିବ।

ପରମ୍ପରା ଅନୁଯାୟୀ, ଆଜି ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭ ଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ।

Related posts