Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନଆଇଟି, ରାଉରକେଲାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଏନଆଇଟି, ରାଉରକେଲାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

November 30, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୩୬ରେ ଓଡିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ଓ ୨୦୪୭ରେ ଦେଶ ସ୍ୱତନ୍ତ୍ରତା ପୂର୍ତ୍ତିର ୧୦୦ ବର୍ଷ ପୂରଣ କରିବ। ଏହି ୧୩ ବର୍ଷ ଓ ୨୫ ବର୍ଷ ସମୟ ମଧ୍ୟରେ ୧୦୦ କୋଟି ଟଙ୍କା ରୋଜଗାର କରାଇବା ଭଳି ୧୦୦ ଜଣ ଓଡ଼ିଆ ପିଲାଙ୍କୁ ତିଆରି କରିବାକୁ ହେବ। ଏହି ଲକ୍ଷ୍ୟକୁ ସାକାର କରିବାକୁ ହେଲେ ଏନଆଇଟି ରାଉରକେଲା ଭଳି ଶିକ୍ଷାନୁଷ୍ଠାନକୁ ନେତୃତ୍ୱ ନେବାକୁ ପଡିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ ଗୁରୁବାର ଏନଆଇଟି ରାଉରକେଲା ଠାରେ ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ସୁବିଧା ପାଇଁ ପ୍ରାୟ ୨୫୦ କୋଟି ଟଙ୍କା ବ୍ୟୟରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ ଓ ଭୂମିପୂଜନ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ହେଲା ୭୭.୫୩ କୋଟି ବ୍ୟୟରେ ୧ ହଜାର ସିଟ୍ ସଂଖ୍ୟା ବିଶିଷ୍ଟ ଛାତ୍ରାବାସ, ୩୮.୮୭ କୋଟି ବ୍ୟୟରେ ୫୦୦ ସିଟ୍ ବିଶିଷ୍ଟ ଛାତ୍ରୀନିବାସ, ୧୩.୨୧ କୋଟି ବ୍ୟୟରେ ୧.୫ ଏମଏଲଡି ସ୍ୱରେଜ୍ ଟ୍ରିଟମେଣ୍ଟ ପ୍ଲାଣ୍ଟ ଓ ୩୬.୨୦ କୋଟି ବ୍ୟୟରେ ଅଧ୍ୟାପକ ନିବାସ ନିର୍ମାଣ ହେବ । ସେହିପରି ଏମସିଏଲ ଦ୍ୱାରା ୪୨.୬୯ କୋଟି ବ୍ୟୟରେ ୫୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଓ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଛାତ୍ରୀଙ୍କ ପାଇଁ ୫୦୦ ସିଟ୍ ବିଶିଷ୍ଟ ହଷ୍ଟେଲ ନିର୍ମାଣ ହେବ । ଏହାବ୍ୟତିତ ଏନଆଇଟି ରାଉରକେଲା କ୍ୟାମ୍ପସ ପରିସରରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ମଧ୍ୟ ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଏନଆଇଟି, ରାଉରକେଲା ଆମ ଦେଶର ଗୌରବ । ଆମ ରାଜ୍ୟର ବୌଦ୍ଧିକ ପରିପ୍ରକାଶର ପରିଚୟ ପତ୍ର  । ଦେଶ ବିଦେଶର ୮ ହଜାର ଛାତ୍ରଛାତ୍ରୀ ଏହି ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଛନ୍ତି । ଓଡ଼ିଶାର ୩ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏଠାରେ ପାଠ ପଢୁଛନ୍ତି । ଏନଆଇଟି ରାଉରକେଲାର ଛାତ୍ରଛାତ୍ରୀମାନେ ଦେଶ ବିଦେଶରେ ସଫଳ ନାଗରିକ ଭାବେ ଦାୟିତ୍ୱ ନେଇଛନ୍ତି । ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ, ପିଏସୟୁ ଓ ଅନ୍ୟାନ୍ୟ ବ୍ୟବସ୍ଥାରୁ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଗୌରବମୟ ଉପଲବ୍ଧି । ଆଜିର ସୁବିଧା ଦ୍ୱାରା ଅଧିକ ଅଢେଇ ହଜାର ଛାତ୍ରଛାତ୍ରୀମାନେ ଲାଭ ପାଇବେ । ଏହାବ୍ୟତିତ ରାଉରକେଲାରେ ପୂର୍ବରୁ ୨ଟି କେଭି ଥିଲା ବେଳେ ଆଜି ଏନଆଇଟି ରାଉରକେଲା ପରିସରରେ ତୃତୀୟ କେଭି ହେବା ଖୁସିର ବିଷୟ । ନିକଟରେ ସଫଳ ହୋଇଥିବା ଚନ୍ଦ୍ରାୟାନ ମିଶନରେ ସାମିଲ ଥିବା ଅଧିକରୁ ଅଧିକ ବୈଜ୍ଞାନିକ କେଭିରୁ ହିଁ ପାଠ ପଢିଛନ୍ତି ।  ତେଣୁ ଆଜି ଶୁଭାରମ୍ଭ ହୋଇଥିବା କେନ୍ଦ୍ରୀୟ ବିଦ୍ୟାଳୟରୁ ଭବିଷ୍ୟତର ନୂଆ ନୂଆ ନେତୃତ୍ୱ ନେଉଥିବା ପିଲା ବାହାରିବେ ବୋଲି ଆଶାବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେ କହିଛନ୍ତି ଦେଶରେ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ତାଲିକାରେ ଏନଆଇଟି, ରାଉରକେଲାର ସ୍ୱତନ୍ତ୍ର ପରିଚୟ ଅଛି । ସ୍ଥାନୀୟ ଅଞ୍ଚଳର ସ୍କୁଲ, କଲେଜ ଓ ବୈଷୟିକ ଅନୁଷ୍ଠାନକୁ ନେଇ ଏନଆଇଟି ରାଉରକେଲା ନ୍ୟୁ ଏଜୁକେସନ ମଡେଲ ବିକଶିତ କରିବାର ଆବଶ୍ୟକତା ରହିଛି । ମୋଦିଙ୍କ ଶାସନ ପ୍ରଣାଳୀରେ ସାମାନ୍ୟ ଘରର ପିଲା ବି କୋଟିପତି ହେବାର ସ୍ୱପ୍ନ ସାକାର ହେଉଛି । ଏନଆଇଟି ରାଉରକେଲାର ଆଇଆଇଟି ଓ ପଲିଟେକନିକ କରିଥିବା ଗରିବ ଓ ସାମାନ୍ୟ ଘର ପିଲାଙ୍କୁ ନିଜର ବୃଦ୍ଧି ଖର୍ଚ୍ଚ କରି ଆଗକୁ ବଢିବା ପାଇଁ ଇନକ୍ୟୁବେସନ ସେଣ୍ଟର କରାଯାଇଛି । ସେହିଭଳି ସେଣ୍ଟରାଲ ଟୁଲ ରୁମର ଗୋଟିଏ ଶାଖା ଏଠାରେ ଖୋଲାଯିବାର ଯୋଜନା ହୋଇଛି । ଏଥିରେ ରାଜ୍ୟ ସରକାର ସହଯୋଗୀ ହେବା ଦରକାର ।

ପ୍ରଧାନମନ୍ତ୍ରୀ ବିକଶିତ ଭାରତର କଳ୍ପନା କରୁଛନ୍ତି । ବିକଶିତ ଭାରତର ଅର୍ଥ ନୁହେଁ ଭଲ ପ୍ୟାକେଜରେ ଚାକିରି କରିବା ।  ବିକଶିତ ଭାରତର ପ୍ରକୃତ ଅର୍ଥ ହେଉଛି ଓ୍ୱେଲଥ କ୍ରିଏଟର ହେବା, ଉଦ୍ୟମୀ ହେବା । । ଆମ ଦେଶ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଥିବା ବେଳେ ଖୁବ ଶୀଘ୍ର ତୃତୀୟ ବୃହତମ ଅର୍ଥନୀତିର ଦେଶ ହେବା ଦୌଡରେ ଅଛି । ଏହି ସମୟରେ  ଆମେ ଦାସତ୍ୱ ମାନସିକତାରୁ ମୁକ୍ତି ଦେବା ପାଇଁ ପଡିବ । ଆଗାମୀ ୨୫ ବର୍ଷ ଭିତରେ ଭାରତ ସମୃଦ୍ଧ ଏକ ସମୃଦ୍ଧ ଅର୍ଥନୀତି ଓ ବିକଶିତ ହେବ । ଆମେ ଉଦ୍ୟମିତା ବଢାଇବାକୁ ହେବାକୁ ହେବ । ଚାକିରି କରିବା ନୁହେଁ ଚାକିରି ଦେବାର ନୂଆ ଯୁଗ ଆରମ୍ଭ କରିବା ପାଇଁ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଉଲ୍ଲେଖନୀୟ ଯେ, ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶିକ୍ଷାନୁଷ୍ଠାନର ଫାଉଣ୍ଡେସନ ଫର୍ ଟେକ୍ନୋଲୋଜି ଆଣ୍ଡ ବିଜନେସ୍ ଏଫଟିବିଆଇ ବୁଲି ଦେଖିବା ସହ ଯୁବ ଉଦ୍ୟୋଗୀଙ୍କ ପ୍ରତିଭାକୁ ପ୍ରଶଂସା କରିଥିଲେ ।

ଧର୍ମେନ୍ଦ୍ର ପ୍ରଧାନ ରାଉରକେଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.