Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଓଘର ଜନ ଔଷଧି କେନ୍ଦ୍ର ପରିଚାଳକ ଓ ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
ଆଜିର ଖବର

ଦେଓଘର ଜନ ଔଷଧି କେନ୍ଦ୍ର ପରିଚାଳକ ଓ ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

December 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହିଳା କିଷାନ ଡ୍ରୋନ କେନ୍ଦ୍ରର ଶୁଭାରମ୍ଭ ମଧ୍ୟ କରାଯାଇଛି। ଏହି  କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଆଜି ଝାଡଖଣ୍ଡର ଦେଓଘରସ୍ଥିତ ଏମ୍ସରେ ଦେଶର ୧୦ ହଜାରତମ ଜନଔଷଧୀ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି। ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ସଂକ୍ରାନ୍ତ କାର୍ଯ୍ୟକ୍ରମ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଛି।

ପ୍ରଧାନମନ୍ତ୍ରୀ ଗତ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଇଥିବା ଭାଷଣରେ ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୨୫ ହଜାର କରିବା ଏବଂ ମହିଳା କିଷାନ ଡ୍ରୋନ କେନ୍ଦ୍ର  ସ୍ଥାପନ ସମ୍ପର୍କରେ ଘୋଷଣା କରିଥିଲେ। ସେହି ପ୍ରତିଶ୍ରୁତି ପାଳନ ପର୍ବ ଆଜିଠାରୁ ଆରମ୍ଭ ହୋଇଛି।

ଦେଓଘର ଠାରେ  ଖୋଲିଥିବା ଜନ ଔଷଧି କେନ୍ଦ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏହି କେନ୍ଦ୍ରର ପରିଚାଳକ ରୁଚି କୁମାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ଆଲୋଚନା କରିଥିଲେ। ରୁଚି କହିଥିଲେ ଯେ ବଜାର ଦରଠାରୁ ଯଥେଷ୍ଟ ଶସ୍ତାରେ ଜନଔଷଧି କେନ୍ଦ୍ରରୁ ଉନ୍ନତ ମାନର ଔଷଧ ମିଳୁଥିବାରୁ ଗରିବ ଓ ମଧ୍ୟବିତ୍ତ ବର୍ଗର ଲୋକେ ବିଶେଷ ଉପକୃତ ହେବେ। ଏସବୁ କେନ୍ଦ୍ରରେ ୧୦୦ ଟଙ୍କାର ବଜାର ମୂଲ୍ୟ ଔଷଧ ୧୦ ରୁ ୫୦ଟଙ୍କା ମଧ୍ୟରେ ମିଳୁଛି। ବାବା ଧାମରେ ଦେଶର ୧୦ହଜାରତମ ଜନ ଔଷଧି କେନ୍ଦ୍ର ଖୋଲିବା ଖୁସିର ବିଷୟ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜନ ଔଷଧି କେନ୍ଦ୍ର ଓ ଏହାର ବିଶେଷତ୍ୱ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଲୋକଙ୍କୁ ସଚେତନ କରାଯିବା ଉଚିତ। ରୁଚି କୁମାରୀଙ୍କୁ ଏହି କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ପ୍ରଧାନମନ୍ତ୍ରୀ ମଧ୍ୟ ଜନଔଷଧି ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ। ସୋନା ମିଶ୍ର ନାମକ ଜଣେ ଦୋକାନୀ  ତଥା ହିତାଧିକାରୀ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ ଯେ ଆଗରୁ ସେ ଯେଉଁ ଔଷଧ ବଜାରରୁ କିଣୁଥିଲେ, ସେଥି ପାଇଁ ଯେତେ ଟଙ୍କା ଖର୍ଚ୍ଚ ହେଉଥିଲା ଜନ ଔଷଧି କିଣିବା ପରେ ତାଙ୍କ ମାସିକ ପ୍ରାୟ ୧୦ହଜାର ଟଙ୍କା କମ୍ ପଡୁଛି। ଶସ୍ତା ଔଷଧ ମିଳିବା ଘେନି ଲୋକଙ୍କୁ ସଚେତନ କରିବାକୁ ନିଜ ଦୋକାନରେ ଏକ ବୋର୍ଡ ଲଗାଇବାକୁ ପ୍ରଧାନମନ୍ତ୍ରୀ ଏହି ହିତାଧିକାରୀ ଶ୍ରୀ ମିଶ୍ରଙ୍କୁ ପରାମର୍ଶ ଦେଇଥିଲେ।

ସ୍ଥାନୀୟ ଲୋକ ଜନ ଔଷଧି ଯୋଜନା ସମ୍ପର୍କରେ ଅବଗତ ଥିବା ପ୍ରଧାନମନ୍ତ୍ରୀ ଜାଣିବା ପରେ ସନ୍ତୋଷ ପ୍ରକାଶ କରିଥିଲେ। ଲୋକଙ୍କୁ ଉତ୍ତମ ମାନର ଓ ସୁଲଭ ମୂଲ୍ୟରେ ଔଷଧ ଯୋଗାଇବା ଏକ ବଡ ସେବା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଥିଲେ।

ଜନ ଔଷଧି କେନ୍ଦ୍ର ଝାଡ଼ଖଣ୍ଡ ଦେଓଘର ନରେନ୍ଦ୍ର ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରା ଭିଡିଓ କନ୍‌ଫରେନ୍‌ସିଂ ଲାଲକିଲ୍ଲା ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ୩୭୮ ରନ୍ ଟାର୍ଗେଟ ଦେଲା ଭାରତ: ବୈଭବଙ୍କ ପରେ ଅନୁକୂଳଙ୍କ ବିସ୍ଫୋରକ ପାଳି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026

International Day of Yoga:କୋଲକାତାରେ ବହୁ ଅଭ୍ୟାସକାରୀଙ୍କ ଗହଣରେ ଯୋଗ କଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ: କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଯୋଗାଭ୍ୟାସ

June 21, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ୩୭୮ ରନ୍ ଟାର୍ଗେଟ ଦେଲା ଭାରତ: ବୈଭବଙ୍କ ପରେ ଅନୁକୂଳଙ୍କ ବିସ୍ଫୋରକ ପାଳି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

International Day of Yoga:କୋଲକାତାରେ ବହୁ ଅଭ୍ୟାସକାରୀଙ୍କ ଗହଣରେ ଯୋଗ କଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ: କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଯୋଗାଭ୍ୟାସ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.