Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡ୍‌ସିର ୨୭ତମ “ବୋର୍ଡ ଅଫ୍ ଡାଇରେକ୍ଟର୍ସ” ବୈଠକ
ଆଜିର ଖବର

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡ୍‌ସିର ୨୭ତମ “ବୋର୍ଡ ଅଫ୍ ଡାଇରେକ୍ଟର୍ସ” ବୈଠକ

December 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମର (ଓମ୍ବାଡସି) ୨୭ତମ ବୋର୍ଡ ଅଫ୍ ଡାଇରେକ୍ଟର୍ସ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଦିନ ମୁଖ୍ୟ ଶାସନ ସଚିବ ତଥା ଓମ୍ବାଡ୍‌ସି ଅଧ୍ୟକ୍ଷ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଓମ୍ବାଡସି ସହାୟତାରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ବିଷୟରେ ଆଲୋଚନା କରାଯାଇଥିଲା।

ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗ, ଓମ୍ବାଡ୍‌ସି ସିଇଓ ଜି ରାଜେଶଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ବୈଠକରେ ଓମ୍ବାଡ୍‌ସି ସିଇଓ ରାଜ୍ୟର ୮ଟି ଖଣି ପ୍ରଭାବିତ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ବିଷୟରେ ସୂଚନା ଦେଇଥିଲେ।

ଓମ୍ବାଡ୍‌ସି ସିଇଓ କହିଥିଲେ ଯେ, ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନରେ ଜନକଲ୍ୟାଣ କାର୍ଯ୍ୟକ୍ରମ ଚାଲିଛି । ପଞ୍ଚାୟତିରାଜ ଓ ପାନୀୟଜଳ, ସ୍କୁଲ ଓ ଗଣଶିକ୍ଷା, ଗୃହ ଏବଂ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, କୃଷି ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ସହଯୋଗରେ ବିଭିନ୍ନ ପ୍ରକଳ୍ପ କାମ ହାତକୁ ନିଆଯାଇଛି । ଓମ୍ବାଡ୍‌ସି ପାଣ୍ଠିରୁ ଏଥିପାଇଁ ଆର୍ଥିକ ସହାୟତା ଦିଆଯାଉଛି ।

ଏହି ପ୍ରକଳ୍ପ ଭିତରୁ ଗୃହ ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ମହିଳା ସଶକ୍ତିକରଣ କ୍ଷେତ୍ରରେ ଯେଉଁସବୁ ସଫଳତା ମିଳିଛି ସେ ବିଷୟରେ ସିଇଓ ଜି ରାଜେଶ ବୈଠକରେ କହିଥିଲେ । ଏହାସହ ଗୃହ ନିର୍ମାଣ ଓ ପାନୀୟ ଜଳ ଯୋଗାଣ ପ୍ରକଳ୍ପରେ ସିଏଏମପିଏ ପାଣ୍ଠିର ବିନିଯୋଗ ଏବଂ ପ୍ରକଳ୍ପର କାର୍ଯ୍ୟକାରିତା ବିଷୟରେ ମଧ୍ୟ ବୋର୍ଡକୁ ଓମ୍ବାଡସି ସିଇଓ ସୂଚନା ଦେଇଥିଲେ ।

ଏହାଛଡ଼ା ବୈଠକରେ ବିଭିନ୍ନ ଖଣି ପ୍ରଭାବିତ ଜିଲ୍ଲାରେ ରାସ୍ତା ସଂଯୋଗୀକରଣ ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଲାଗୁ ହେବାକୁ ଥିବା ୮ଟି ନୂତନ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା । ତୃଣମୂଳ ସ୍ତରରେ ପ୍ରକଳ୍ପଗୁଡ଼ିକର ସଠିକ କାର୍ଯ୍ୟାନ୍ୱୟନ ପାଇଁ ଏକ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ଓମ୍ବାଡସି ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ୨୦୨୨-୨୩ ବର୍ଷ ଲାଗି ଓମ୍ବାଡସିର ଆନୁଆଲ ରିପୋର୍ଟ, ସୂଚନା ପୁସ୍ତିକା ଏବଂ ସ୍ୱୱତନ୍ତ୍ର ୱେବସାଇଟ୍ ଉନ୍ମୋଚନ କରାଯାଇଥିଲା ।

ଓମ୍ବାଡ୍‌ସି ସହାୟତାରେ ବିଭିନ୍ନ ଖଣି ପ୍ରଭାବିତ ଜିଲ୍ଲାରେ ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଲାଗି ସରକାରୀ ଆଇଟିଆଇ ଓ ବୈଷୟିକ ଶିକ୍ଷା ଅନୁଷ୍ଠାନର ନବୀକରଣ କରାଯାଉଛି । ଏହାସହ ଛାତ୍ରଛାତ୍ରୀଙ୍କ ସ୍ୱପ୍ନ ପୂରଣ ପାଇଁ ସରକାରୀ ସ୍କୁଲଗୁଡ଼ିକର ରୂପାନ୍ତରଣ କରାଯାଉଛି । ତା\’ଛଡ଼ା ରାସ୍ତା ସଂଯୋଗୀକରଣ, ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସହିତ ଲୋକଙ୍କ ଜୀବିକା ପାଇଁ ମାଛଚାଷ, ଛେଳି ଓ ବ୍ରଏଲର କୁକୁଡ଼ା ପାଳନ ଆଦିକୁ ପ୍ରୋତ୍ସାହନ ଦିଆଯାଉଛି । ଏହି କାର୍ଯ୍ୟକ୍ରମ ଅଧୀନରେ ଉପକୃତ ହୋଇଥିବା ହିତାଧିକାରୀମାନଙ୍କୁ ନେଇ ପ୍ରସ୍ତୁତ ସ୍ୱତନ୍ତ୍ର ଭିଡିଓକୁ ମୁଖ୍ୟ ଶାସନ ସଚିବ ଉନ୍ମୋଚନ କରିଥିଲେ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ସୁଶିଲ କୁମାର ଲୋହାନୀ, ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଦେବୀଦତ୍ତ ବିଶ୍ୱାଳ, ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀଙ୍କ ସହ ଓମ୍ବାଡ୍‌ସିର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

ଓମ୍ବାଡ୍‌ସି ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026
Latest News

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

ପାଲଘରରେ ଭୟାବହ ଅଗ୍ନିକାଣ୍ଡ: ଦୁଇ ମହିଳା ମୃତ, ୬ ଗୁରୁତର

October 14, 2026

ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

October 14, 2026

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.