Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ସକ୍ରିୟ ଅବପାତ, ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି
ଆଜିର ଖବର

ବଙ୍ଗୋପସାଗରରେ ସକ୍ରିୟ ଅବପାତ, ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

December 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଙ୍ଗୋପସାଗରରେ ସକ୍ରିୟ ଅବପାତ, ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

ଭୁବନେଶ୍ୱର: ଦକ୍ଷିଣ – ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି
ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି।

ତଥ୍ୟ ଅନୁଯାୟୀ ଡିସେମ୍ବର ୩ ତାରିଖ ଅପରାହ୍ଣ ସୁଦ୍ଧା ପୂର୍ବ ତାମିଲନାଡୁରୁ ଉପକୂଳର ୪୦୦ କିମି ଦୂରରେ ଏହି ଅବପାତ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଉତର-ପ୧⁄୨ିମ ଦିଗରେ ଗତି କରିବା ସହ ଡିସେମ୍ବର ୪ ତାରିଖ ରାତି କିମ୍ବା ଡିସେମ୍ବର ୫ ତାରିଖ ସକାଳେ ଆନ୍ଧ୍ର ପ୍ରଦେଶର ମଛଲିପଟନମ୍ ଠାରେ ଉପକୂଳ ଅତିକ୍ରମ କରିବ ବୋଲି ସିଇସି ବୁଲେଟିନ୍ ପ୍ରକାଶ କରିଛି।

ପରବର୍ତୀ ସମୟରେ ଏହା ନିଜର ଗତିପଥ ବଦଳାଇ ଉତର-ଉତରପୂର୍ବ ଦିଗରେ ସ୍ଥଳ ଭାଗରେ ଆନ୍ଧ୍ରପ୍ରଦେଶ ଉପକୂଳରେ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯେପରିକି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ୍‌ରେ ଡିସେମ୍ବର ୫ ତାରିଖରେ ପବନର ବେଗ ଘଂଟା ପ୍ରତି ୭୫ କିମି ରହିବାର ସମ୍ଭାବନା ରହିଛି ।

ଏଥି ସହିତ ଏହି ସବୁ ଜିଲ୍ଲା ସମେତ କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି କହିଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଡିସେମ୍ବର ୫ ଓ ୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବେଳେ ଡିସେମ୍ବର ୫ ରୁ ୭ ତାରିଖ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକ ଜିଲ୍ଲା ସମେତ ଏହାର ନିକଟବର୍ତୀ ଅଂଚଳଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ, ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସିଇସି କହିଛି।

ବଙ୍ଗୋପସାଗର ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.