Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉଦ୍‌ଘାଟିତ, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ
ଆଜିର ଖବର

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉଦ୍‌ଘାଟିତ, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ

December 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉଦ୍‌ଘାଟିତ, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଭିନ୍ନକ୍ଷମମାନଙ୍କୁ ମାନସିକ ଓ ଶାରୀରିକ ସ୍ତରରେ ସଶକ୍ତ କରି ସାମାଜିକ ମୂଳସ୍ରୋତରେ ସାମିଲ କରିବା ଗୁରୁତ୍ୱପୂର୍ଣ୍ଣ। ସେମାନଙ୍କ ପ୍ରତି ଥିବା ବୈଷମ୍ୟ ବିଚାରର ବିଲୋପ ସାଙ୍ଗକୁ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ବର୍ତ୍ତମାନର ବଡ଼ ଆବଶ୍ୟକତା ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଆୟୋଜିତ ୩ ଦିନିଆ ସମାବେଶର ଉଦ୍‌ଘାଟନ ପର୍ବରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପଣ୍ଡା କହିଛନ୍ତି ଯେ ଭିନ୍ନକ୍ଷମମାନଙ୍କ ପ୍ରତିଭା ଓ ଅନ୍ତର୍ନିହିତ ଗୁଣରାଜିର ପର୍ଯ୍ୟାପ୍ତ ଉପଯୋଗ କରି ସେମାନଙ୍କୁ ସମାଜ ଓ ଅଭିବୃଦ୍ଧିର ସମର୍ଥ ଅଂଶୀଦାର କରିବାକୁ ସବୁସ୍ତରରେ ଉଦ୍ୟମ ହେବା ଆବଶ୍ୟକ।

ମନ୍ତ୍ରୀ ଶ୍ରୀ ପଣ୍ଡା ଭୁବନେଶ୍ୱରରେ ଭିନ୍ନକ୍ଷମମାନଙ୍କ ଖେଳକୁଦ ବିକାଶ ନିମନ୍ତେ ଏକ ସାଟେଲାଇଟ୍‌ ସେଣ୍ଟର ଖୋଲିବାକୁ ପ୍ରସ୍ତାବ ରହିଛି ବୋଲି ପ୍ରକାଶ କରିଥିଲେ। ସମାରୋହରେ ସମ୍ମାନିତ ଅତିଥି ଭାବରେ ଯୋଗଦେଇ କନ୍ଧମାଳ ସାଂସଦ ଶ୍ରୀ ଅଚ୍ୟୁତ ସାମନ୍ତ କହିଲେ ଯେ ପରିବର୍ତ୍ତିତ ପରିସ୍ଥିତିରେ ଭିନ୍ନକ୍ଷମମାନଙ୍କ କଲ୍ୟାଣ ନିମନ୍ତେ ସରକାର ଅନେକାନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଭିନ୍ନକ୍ଷମମାନଙ୍କୁ ସଶକ୍ତ କରିବାରେ ପିତାମାତା, ଶିକ୍ଷକ, ନାଗରିକ ସମାଜ, ବିଭିନ୍ନ ସଂଗଠନ ଓ ସରକାରଙ୍କ ଉଦ୍ୟମ ରହିଛି।

ଓଡ଼ିଶାରେ ବିଭିନ୍ନ କ୍ଷେତ୍ରରେ ଭିନ୍ନକ୍ଷମମାନଙ୍କ ସଫଳତା ବୃଦ୍ଧି ପାଇବାରେ ଲାଗିଛି ବୋଲି ଦର୍ଶାଇ ଶ୍ରୀ ସାମନ୍ତ ଭିନ୍ନକ୍ଷମମାନଙ୍କ ମଧ୍ୟରେ ଶିକ୍ଷା ବିସ୍ତାର ଉପରେ ଗୁରୁତ୍ୱ ଦେଇଥିଲେ। ଭୁବନେଶ୍ୱର(ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର(ଉତ୍ତର) ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇ ଭିନ୍ନକ୍ଷମ ସଶକ୍ତିକରଣ ପାଇଁ ସରକାରୀ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଉପରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଲେ ଯେ ଭିନ୍ନକ୍ଷମମାନେ ଆମ ସମାଜର ସମ୍ବଳ ଓ ସେମାନଙ୍କ ବିକାଶ ହେଲେ ସମାଜ ଆଗକୁ ବଢ଼ିବ। ବିଭିନ୍ନ ଯୋଜନାର କାର୍ଯ୍ୟାନ୍ୱୟନ ହେତୁ ଭିନ୍ନକ୍ଷମମାନଙ୍କ ସାମାଜିକ-ଅର୍ଥନୈତିକ ଜୀବନଧାରାରେ ଆଖିଦୃଶିଆ ପରିବର୍ତ୍ତନ ଦେଖା ଦେଇଛି।

ଓଏବି ଭଗବତୀ ଦୃଷ୍ଟିବାଧିତ ମଡେଲ ବିଦ୍ୟାଳୟର ଶିକ୍ଷାର୍ଥୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିବାବେଳେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦିଲ୍ଲୀପ କୁମାର ରାୟ ସ୍ୱାଗତ ଭାଷଣ ଦେଇଥିଲେ। ଶୁଭମ୍‌ ବେହେରା ଓ ଅଳକା ଯୋଶୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ ବିଭାଗର ନିର୍ଦ୍ଦେଶକ ନିୟତି ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ କ୍ରୀଡ଼ା ପ୍ରତିଯୋଗିତା

ଏହି ୩ ଦିନିଆ ସମାବେଶରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସହଯୋଗୀ ଅନୁଷ୍ଠାନ ତଥା ସଂପୃକ୍ତ ସଂଗଠନଗୁଡ଼ିକ ପକ୍ଷରୁ ଆୟୋଜିତ ପ୍ରଦର୍ଶନୀରେ ୪୦ଟି ଷ୍ଟଲ ଖୋଲା ଯାଇଛି ।

ସେହିପରି ଭିନ୍ନକ୍ଷମ ଶିଳ୍ପୀମାନଙ୍କ ଦ୍ୱାରା ଅଙ୍କିତ ତଥା ପ୍ରସ୍ତୁତ ବିଭିନ୍ନ ଚିତ୍ର ଓ କଳାକୃତିର ଏକ ପ୍ରଦର୍ଶନୀ ଆୟୋଜିତ ହୋଇଛି। ଦୂତୀ ଚାନ୍ଦ ଇଣ୍ଡୋର ଷ୍ଟାଡିୟମ୍‌ରେ ଭିନ୍ନକ୍ଷମମାନଙ୍କ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇଥିବାବେଳେ ଆଜି ସ୍ୱତନ୍ତ୍ର ବିଦ୍ୟାଳୟ ତଥା ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଅବସରରେ ଦୈନିକ ଚଳଚିତ୍ର ପ୍ରଦର୍ଶନର ବ୍ୟବସ୍ଥା ହୋଇଛି।

ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ

ସକାଳେ ପୋଖରୀପୁଟସ୍ଥିତ ରାଜ୍ୟ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନ(ସିପ୍‌) ରେ ଏକ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ ହୋଇଛି। ସାଇଟ୍‌ସେଭର୍ସ ତଥା ସହଯୋଗୀ ସଂଗଠନଗୁଡ଼ିକର ପରିଚାଳନାରେ ଆୟୋଜିତ ଏହି ଶିବିର ଉଦ୍‌ଘାଟନରେ ମନ୍ତ୍ରୀ ଶ୍ରୀ ପଣ୍ଡା, ପ୍ରମୁଖ ଶାସନ ସଚିବ ଶ୍ରୀ ସେଠୀ ଓ ବିଭାଗର ଅତିରିକ୍ତ ଶାସନ ସଚିବ ସୋନିଆ ବେହେରା ଉପସ୍ଥିତ ଥିଲେ । ଶିବିରରେ ଚକ୍ଷୁ ରୋଗ, ଦନ୍ତ ରୋଗ, ମାନସିକ ରୋଗ ତଥା ଆନୁଷଙ୍ଗିକ ଶାରୀରିକ ସମସ୍ୟାର ପରୀକ୍ଷା କରାଯାଉଛି। ଏହି ଶିବିର ତିନି ଦିନ ଧରି ଚାଲିବ।

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.