Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ନୂଆ ପ୍ରୟାସ: ରିଲିଜ ହେଲା ନୂଆ ସମ୍ବଲପୁରୀ ଚଳଚ୍ଚିତ୍ର “ଲାରେଲାପା”
ଆଜିର ଖବର

ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ନୂଆ ପ୍ରୟାସ: ରିଲିଜ ହେଲା ନୂଆ ସମ୍ବଲପୁରୀ ଚଳଚ୍ଚିତ୍ର “ଲାରେଲାପା”

December 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର ଅଗ୍ରଣୀ ଓଟିଟି ପ୍ଲାଟଫର୍ମ ‘କଞ୍ଚା ଲଙ୍କା’ ପାରମ୍ପରିକ ସିନେମା ହଲ୍ ରୁ ଆଉ ପାଦେ ଆଗେଇ ନିଜର ନୂଆ ଟି.ଭି.ଓ.ଡି. ସର୍ଭିସ୍ ‘କଞ୍ଚା ଲଙ୍କା ସିନେମା ହଲ୍’ କୁ ସିନେମା ଦୁନିଆରେ ଉପସ୍ଥାପନ କରିଛି।

କଞ୍ଚା ଲଙ୍କା ସିନେମା ହଲ୍’ ରେ ଏବେ ରିଲିଜ ହେଇସାରିଛି ନୂଆ ସମ୍ବଲପୁରୀ ଚଳଚ୍ଚିତ୍ର “ଲାରେଲାପା”। ଯଦୁମଣୀ ନାୟକଙ୍କ ଦ୍ୱାରା ନିର୍ମିତ ଓ ନିର୍ଦ୍ଦେଶିତ ‘ଲାରେଲାପା’
ଦିନେ ଗୋଟେ ପାର୍କରେ ଜଣେ ସ୍କୁଲ ପିଲା ହଜିଯାଇଥିବା ଲରେଲାପାକୁ ଖୋଜିବାରେ ବିଫଳ ହେଇ ରାତିରେ ସେହି ପାର୍କରେ ଶୋଇଥାଏ। ସେଦିନ ରାତିରେ ପାଟ୍ରୋଲିଂ କରୁଥିବା ପୋଲିସ ତାଙ୍କୁ ଭେଟି ତାଙ୍କ ଘରେ ଛାଡିଦେବାକୁ କହିଥିଲେ, କିନ୍ତୁ ସେ ପିଲା ତାଙ୍କ ପିତାମାତାଙ୍କ ନିକଟକୁ ଯିବାକୁ ମନା କରିଦେଇଥିଲେ। ହେଲେ କ’ଣ ପାଇଁ ସେ ଛୋଟ ପିଲା ତାଙ୍କ ପିତାମାତାଙ୍କ ପାଖକୁ ଯିବା ପାଇଁ ମନା କରୁଛି? ତାହାହିଁ ହଉଛି ଆମ କାହାଣୀ

କେବଳ ଓଡ଼ିଶାରୁ ନୁହେଁ ଦେଶ ବିଦେଶରୁ ଦର୍ଶକ କଞ୍ଚା ଲଙ୍କାରେ ଶୋ ବୁକ୍ କରି ଓଡ଼ିଆ ସିନେମା ଦେଖିପାରିବେ। କଞ୍ଚା ଲଙ୍କା ସିନେମା ହଲ୍ ମାଧ୍ୟମରେ ଏହି ଚଳଚ୍ଚିତ୍ର ବହୁ ଦର୍ଶକଙ୍କ ପାଖରେ ପହଁଚିପାରିବ ତଥା ଏହା ଏକ ସଫଳ ବ୍ଯବସାୟିକ ଚଳଚ୍ଚିତ୍ର ହେବ ବୋଲି ପ୍ରଯୋଜକ ଓ ନିର୍ଦ୍ଦେଶକ ଯଦୁମଣୀ ନାୟକ ଆଶା ପ୍ରକଟ କରିଛନ୍ତି ଏବଂ କଞ୍ଚା ଲଙ୍କା ଓଟିଟି ପ୍ଲାଟଫର୍ମ କୁ ଧନ୍ୟବାଦ ଦେଇଛନ୍ତି।

ଏହା ଉପରେ ଅଧିକ ସୂଚନା ଦେଇ ଲାରେଲାପା ନିର୍ଦ୍ଦେଶକ ଯଦୁମଣୀ ନାୟକ କହିଛନ୍ତି ଯେ, ‘ଓଡିଶାରେ ଏହି ମହତ୍ତ୍ୱପୂର୍ଣ୍ଣ ଡିଜିଟାଲ୍ ମିଶନ୍ ରେ ଅଂଶ ଗ୍ରହଣ କରି ମୁଁ ବହୁତ ଖୁସି। ମୁଁ ଆଶା କରୁଛି ଯେ ଅଧିକରୁ ଅଧିକ ଚଳଚ୍ଚିତ୍ର ନିର୍ମାତା ଏହି ମିଶନରେ ଯୋଗଦେବେ ଯାହା କେବଳ ଓଡିଶାର ସିନେମା ହଲ୍ ଅଭାବର ସମସ୍ୟାର ସମାଧାନ ପାଇଁ ଏକ ନିର୍ଦ୍ଦିଷ୍ଟ ପଦକ୍ଷେପ ନୁହେଁ ବରଂ ଆମକୁ ଓଡ଼ିଆ ସଂସ୍କୃତିକୁ ଚଳଚ୍ଚିତ୍ର ମାଧ୍ୟମରେ ଦେଶ ବିଦେଶରେ ପହଞ୍ଚାଇବାରେ ସାହାଯ୍ୟ କରିବ’।

‘କଞ୍ଚା ଲଙ୍କା’ ସିନେମା ହଲ୍ ୱେବସାଇଟ୍, ମୋବାଇଲ୍ ଆପ୍ (ଉଭୟ ଆଣ୍ଡ୍ରଏଡ୍ ଏବଂ ଆଇଓଏସ୍), ଆଣ୍ଡ୍ରଏଡ୍ ଟିଭି, ଫାୟାର ଟିଭି, ଆପଲ୍ ଟିଭି ସହ ଭାରତ ଏବଂ ଅନ୍ୟାନ୍ୟ ୧୬ଟି ଦେଶରେ ଉପଲବ୍ଧ। ଆପ୍ ଭିତରେ ବିଜ୍ଞପ୍ତି (ପ୍ରାୟ ୧୦ ଲକ୍ଷ ଆପ୍ ଇନଷ୍ଟଲ୍), ୟୁ ଟ୍ୟୁବ୍ ପୋଷ୍ଟ (୧ ଲକ୍ଷରୁ ଉର୍ଦ୍ଧ୍ବ ସବସ୍କ୍ରାଇବର୍), ଫେସ୍ ବୁକ୍ ପୋଷ୍ଟ (ପ୍ରାୟ ୫୦ ହଜାର ଫଲୋଅର), ଟ୍ୱିଟର୍, ଇନଷ୍ଟାଗ୍ରାମ୍ ଏବଂ ଅନ୍ୟାନ୍ୟ ମାଧ୍ୟମରେ ‘କଞ୍ଚା ଲଙ୍କା’ ଫିଲ୍ମକୁ ମାର୍କେଟିଂ ସହାୟତା ପ୍ରଦାନ କରିବ। ଫିଲ୍ମ ନିର୍ମାତାମାନେ ମଧ୍ୟ ମାର୍କେଟିଂ କରିବେ ଯାହା ଦ୍ବାରା ଅଧିକରୁ ଅଧିକ ଗ୍ରାହକ ଟି.ଭି.ଓ.ଡ଼ି. ବିଷୟରେ ଜାଣିପାରିବେ।

ଓଟିଟି ପ୍ଲାଟଫର୍ମ ଓଡିଆ ଚଳଚ୍ଚିତ୍ର କଞ୍ଚା ଲଙ୍କା ସିନେମା ହଲ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Latest News

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.