Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଯୁବା ସଂଗମ’ ଫେଜ୍-୩ରେ ଓଡ଼ିଶା ଆସିଥିବା କେରଳର ଛାତ୍ରଛାତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

‘ଯୁବା ସଂଗମ’ ଫେଜ୍-୩ରେ ଓଡ଼ିଶା ଆସିଥିବା କେରଳର ଛାତ୍ରଛାତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

December 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି  ଭାରତ ସରକାରଙ୍କ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଧୀନରେ ଆରମ୍ଭ ହୋଇଥିବା ଯୁବା ସଂଗମର ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଆସିଥିବା କେରଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପଢୁଥିବା ଯୁବବର୍ଗଙ୍କୁ ଭେଟି ସେମାନଙ୍କର ଅନୁଭୂତି ଶୁଣିଛନ୍ତି।

ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଆଲୋଚନା କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ହେଉଛି ଏକ ଭାରତ-ଶ୍ରେଷ୍ଠ ଭାରତ। ଶିକ୍ଷାନୁଷ୍ଠାନ ଗୁଡିକରେ ଆଜିର ଯୁବପିଢିଙ୍କୁ  ଭାରତର ବିଭିନ୍ନ ରାଜ୍ୟକୁ ନେଇ ପର୍ଯ୍ୟଟକ ଭାବରେ ଭ୍ରମଣ କରାଇବା ସହ ସେଠାକାର ସାମାଜିକ ସମ୍ପର୍କ ସହ ସଂସ୍କୃତି, ପରମ୍ପରା, ଖାଦ୍ୟଶୈଳୀକୁ ଅନୁଭବ କରାଇବା ପାଇଁ ନେବା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ। ଯୁବା ସଂଗମର ତୃତୀୟ ପର୍ଯ୍ୟାୟ ଶୁଭାରମ୍ଭ ହୋଇଥିବା ବେଳେ ଆଇଆଇଏମ ସମ୍ବଲପୁର ନେତୃତ୍ୱରେ କେରଳର ବିଭିନ୍ନ ଶିକ୍ଷାନୁଷ୍ଠାନର ୪୨ ଜଣ ଛାତ୍ରଛାତ୍ରୀ ଓଡ଼ିଶା ଆସିଛନ୍ତି। ସେମାନେ ସମ୍ବଲପୁର, ପୁରୀ ଓ ଭୁବନେଶ୍ୱର ସହର ସମେତ ଅନ୍ୟାନ୍ୟ ବୁଲି ସ୍ଥାନୀୟ କଳା, ସଂସ୍କୃତି ଓ ସାମାଜିକ ସମ୍ପର୍କକୁ ଅନୁଭବ କରିଛନ୍ତି। ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଜ୍ଞାନ ପରମ୍ପରାକୁ ନେଇ ଛାତ୍ରଛାତ୍ରୀମାନେ ଗର୍ବ ଅନୁଭବ କରିଛନ୍ତି।

ଛାତ୍ରଛାତ୍ରୀମାନେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବା ସହିତ  ସମାଜ ଜୀବନର ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷଙ୍କୁ ଭେଟି ନିଜର ଖୁସି ପ୍ରକାଶ କରିଛନ୍ତି। ଏହିପରି ଭାବରେ ଓଡ଼ିଶାର ଛାତ୍ରଛାତ୍ରୀମାନେ ମଧ୍ୟ କେରଳର ଏନଆଇଟି କାଲିକଟ୍ ନେତୃତ୍ୱରେ ସେହି ରାଜ୍ୟକୁ ଯାଇ ସମାନ ଅନୁଭବ ନେଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଦେଶରେ ବିବିଧତା ମଧ୍ୟରେ ଆମେ କିପରି ଏକ ଅଛୁ, ତାହାକୁ ଯୁବାଶକ୍ତିଙ୍କ ମାଧ୍ୟମରେ ପ୍ରଦର୍ଶନ କରିବାର ଏହା ଅନନ୍ୟ ପ୍ରୟାସ। ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଯୁବା ସଂଗମ ଏକ ଭାରତ ଶ୍ରେଷ୍ଠ ଭାବନାକୁ ସୁଦୃଢ଼ କରୁଛି  ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି।

ଏହି ଆଲୋଚନା କାର୍ଯ୍ୟକ୍ରମରେ ବୈଦେଶିକ ବ୍ୟାପାର ଓ ସଂସଦୀୟ ରାଷ୍ଟ୍ର ମନ୍ତ୍ରୀ ଭି ମୂରଲିଧରଣ ଉପସ୍ଥିତ ଥିଲେ।

ଏକ ଭାରତ ଶ୍ରେଷ୍ଠ ଭାରତ କେନ୍ଦ୍ରମନ୍ତ୍ରୀ କେରଳ ଧର୍ମେନ୍ଦ୍ର ପ୍ରଧାନ ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.