Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିପୁଳ ଜନଭାଗିଦାରୀ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି
ଆଜିର ଖବର

ବିପୁଳ ଜନଭାଗିଦାରୀ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି

December 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଗତ ନଭେମ୍ବର ୧୫ ତାରିଖ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଆରମ୍ଭ କରାଯାଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଅଭୂତପୂର୍ବ ଜନଭାଗିଦାରୀ ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି। କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟରେ ଯାତ୍ରା ଆୟୋଜନ କରାଯାଉଛି।

ବଲାଙ୍ଗିର ଜିଲ୍ଲା ସଦର ବ୍ଲକ୍‌ ମାଧିଆପାଲି ଗ୍ରାମ ପଞ୍ଚାୟତ ପରିସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପହଞ୍ଚିବା ପରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଚେତନତା ରଥରେ ଲାଗିଥିବା ଏଲଇଡି ସ୍କ୍ରିନ୍‌ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକ ସମ୍ପର୍କରେ ସାଧାରଣ ଲୋକଙ୍କୁ ସଚେତନ କରାଯାଇଥିଲା। ହିତାଧିକାରୀମାନେ ଯୋଜନାର ସୁଫଳ ସମ୍ପର୍କରେ ସେମାନଙ୍କର ପ୍ରତିକ୍ରିୟା ରଖିଥିଲେ।

ସେହିପରି ସୁବର୍ଣ୍ଣପୁର ଜିଲ୍ଲା ଏସ. ପାତ୍ରପଲି ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ ହୋଇଯାଇଛି। ଏହି ଅବସରରେ ହିତାଧିକାରୀଙ୍କ ସଚେତନତା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଅନ୍ୟପଟେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ୍‌ ଗଡ଼ମାଣିତ୍ରୀ ପଞ୍ଚାୟତରେ ଆଜି ବିପୁଳ ଜନଭାଗିଦାରୀ ସହିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ଶନିବାର ଦିନ ଢେଙ୍କାନାଳ ଜିଲ୍ଲାର ପ୍ରବେଶ ପଥ ବାଲିଅମ୍ବା ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ସଚେତନତା ବାହନକୁ ମହିଳାମାନେ ପାରମ୍ପରିକ ଭାବେ ସ୍ୱାଗତ କରିଥିଲେ। ରଥ ପଞ୍ଚାୟତର ବିଭିନ୍ନ ସ୍ଥାନ ପରିକ୍ରମା କରିବା ସହିତ କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକ ବିଷୟରେ ସଚେତନତା ସୃଷ୍ଟି କରିଥିଲା।

ଅପରପକ୍ଷରେ ବରଗଡ଼ ଜିଲ୍ଲାର ଅଡ଼ଗା ପଞ୍ଚାୟତ, ପଦମପୁର ବ୍ଲକ୍‌ ସର୍ଗିବାହାଲ ଏବଂ ତୋରା ପଞ୍ଚାୟତ ପରିସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ ହୋଇଯାଇଛି । ଯାତ୍ରାରେ ବହୁସଂଖ୍ୟାରେ ପଞ୍ଚାୟତବାସୀ ସାମିଲ ହୋଇ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ ହେବା ସହିତ ବିକଶିତ ରାଷ୍ଟ୍ର ଗଠନ ପାଇଁ ସଂକଳ୍ପ ନେଇଥିଲେ।

ସେହିପରି ଯାଜପୁର ଜିଲ୍ଲା ବଡଚଣା ବ୍ଲକ ଅରଖପୁର ଓ ରାଧାଦେଇପୁର ପଞ୍ଚାୟତରେ ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ, ଅଙ୍ଗନୱାଡି କର୍ମୀ. ଆଶା ଦିଦି ଓ ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନା ଯଥା ଫସଲ ବୀମା, ଫସଲର ନ୍ୟୁନତମ ସହାୟକ ମୂଲ୍ୟ, ଆୟୁଷ୍ମାନ ଭାରତ, ଉଜ୍ଜଳା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆଦି ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲା। ବୈଷୟିକ କୃଷି ଅଧିକାରୀ ଚାଷ ଜମିରେ ଡ୍ରୋନ ବ୍ୟବହାର ସମ୍ପର୍କରେ ଚାଷୀଙ୍କୁ ବୁଝାଇବା ସହ ଡ୍ରୋନ୍‌ ଉଡ଼ାଇ ଏହାର ବ୍ୟବହାର କୌଶଳ ପ୍ରଦର୍ଶନ କରିଥିଲେ । ଏହି ଅବସରରେ ଉଜ୍ଜ୍ୱଳା ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିଲା।

ଜନଭାଗିଦାରୀ ନରେନ୍ଦ୍ର ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026
Latest News

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.