Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଣୀପୁର-ଝରିଆଲର ଚଉଶଠି ଯୋଗିନୀ ମନ୍ଦିର: ଭାରତୀୟ ବାସ୍ତୁକଳାର ଅନନ୍ୟ ରୂପକ
ଆଜିର ଖବର

ରାଣୀପୁର-ଝରିଆଲର ଚଉଶଠି ଯୋଗିନୀ ମନ୍ଦିର: ଭାରତୀୟ ବାସ୍ତୁକଳାର ଅନନ୍ୟ ରୂପକ

December 6, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ରାଣୀପୁର-ଝରିଆଲ, ବଲାଂଗିର ଜିଲ୍ଲାର ଟିଟିଲାଗଡ ସହର ପାଖାପାଖି ଦୁଇଟି ଛୋଟିଆ ଗାଁ। ଏ ଦୁଇ ଗାଁ କୁ ସଂଯୋଗ କରୁଛି ଏକ ବିଶାଳକାୟ ପଥର ଚଟାଣ। ଚଟାଣର କେନ୍ଦ୍ରରେ ଛାତ ନଥିବା ଏକ ଗୋଲାକାର ମନ୍ଦିର। ଏ ପ୍ରକାର ମନ୍ଦିର ଓଡିଶାର ସ୍ଥାପତ୍ୟ ଇତିହାସରେ ମାତ୍ରା ଦୁଇଟି। ରାଣିପୁର-ଝରିଆଲ ବ୍ୟତୀତ ଖୋର୍ଦ୍ଧା ଜିଲ୍ଲାର ହୀରାପୁର ଠାରେ ଏମିତି ଆଉ ଏକ ମନ୍ଦିର ରହିଛି। ତେବେ ହୀରାପୁର ମନ୍ଦିର ଆକାରରେ ଯଥେଷ୍ଟ ଛୋଟ।

ରାଣିପୁର-ଝରିଆଲର ବିଶାଳକାୟ ପଥର ଉପରେ ନିର୍ମିତ ଏହି ବିଚିତ୍ର ଦେଉଳର ନାମ ଚୌଶଠି ଯୋଗିନୀ ମନ୍ଦିର। ଭାରତୀୟ ତନ୍ତ୍ର ପରମ୍ପରାରେ ଯୋଗିନୀ ହେଉଛନ୍ତି ଦେବୀଂକ ଅଂଗରୁ ଜାତ ହୋଇଥିବା ଲୌକିକ ଶକ୍ତି। କୌଳ ତନ୍ତ୍ର ଅନୁସାରେ ଦେବୀଂକୁ କୁଳ ଓ ଶିବଂକୁ ଅକୁଳ ବୋଲି କୁହାଯାଇଥାଏ। ଶିବଂକୁ କେନ୍ଦ୍ରକରି ଦେବୀଙ୍କର ୬୪ ସ୍ବରୂପ ଯୋଗିନୀ ରୂପରେ ନୃତ୍ୟ କରୁଥାନ୍ତି। ଉତ୍ତର ଓ ପୂର୍ବ ଭାରତରେ ମାତ୍ର କେତୋଟି ଯୋଗିନୀ ମନ୍ଦିର ରହିଛି। ଶାହଡୋଲ୍, ଖଜୁରାହୋ, ଭେଡାଘାଟ ଓ ଗୋଆଲିଅର ସମେତ ଓଡିଶାରେ ଦୁଇଟି ୬୪ ଯୋଗିନୀ ମନ୍ଦିର ରହିଛି। ଭାରତୀୟ ତନ୍ତ୍ର ପରମ୍ପରାର ଏକ ଅଳ୍ପଚର୍ଚ୍ଚିତ, କିନ୍ତୁ ଅଧିକ ଗୁରୁତ୍ବ ବହନ କରୁଥିବା ୬୪ ଯୋଗିନୀ ମନ୍ଦିରକୁ ନେଇ କିଛି କଥା-

– ଯୋଗିନୀ ତନ୍ତ୍ରକୁ କୌଳ ତନ୍ତ୍ର ବା ସୋମ ତନ୍ତ୍ର ବୋଲି କୁହାଯାଇଥାଏ। ଶୈବ-ତନ୍ତ୍ର ର ଏକ ପ୍ରମୁଖ ଧାରାକୁ ମତ୍ତ ମୟୂର ଶାଖା ବୋଲି  କୁହାଯାଉଥିଲା। ଏହି ଧାରାର ଜଣେ ପ୍ରମୁଖ ସାଧକ “ଗଗନଶିବ”  ରାଣିପୁର –ଝରିଆଲରେ ସାଧନା କରିଥିଲେ ବୋଲି ଏକ ଶିଳାଲିପି ରହିଛି। ଏଠାରେ ସୋମେଶ୍ବର ଶିବଂକ ପୀଠ ରହିଛି ଓ ଏଥିରେ ଥିବା ପୁଷ୍କରିଣୀକୁ ସୋମତୀର୍ଥ ବୋଲି ନାମିତ କରାଯାଇଛି। ତେବେ ଗଗନଶିବ ଯୋଗିନୀ ସାଧକ ଥିଲେ କି ନାହିଁ ତାହାର ପ୍ରମାଣ ମିଲେ ନାହିଁ।

– ଯୋଗିନୀ ସାଧନା ସହିତ କୌଳ ଓ ଲୌକିକ ସମନ୍ବୟ ରହିଛି।  ଯୋଗିନୀ ମାନେ ମୂଳତଃ ଲୋକ ଦେବୀ। ଏମାନେ ବଶୀକରଣ (ଅନ୍ୟକୁ ନିଜ ବଶ କରି ରଖିବା),ଗୁତିକାଂଜନ (ଏକ ପ୍ରକାର କଜଳ ଯାହା ଲଗାଇଲେ ଗୁପ୍ତ ଧନ ଦୃଶ୍ୟ ହୁଏ ), ଧାତୁବାଦ ( ଧାତୁ କୁ ବହୁମୂଲ୍ୟ ସୁନା ରେ ରୂପାନ୍ତର କରିବାର କଳା ), ବିଦଗ୍ଧ (ଶତ୍ରୁ କୁ ଧ୍ବଂସ କରିବାର କଳା ), ଅଗ୍ନିସ୍ତମ୍ଭନ(ନିଆଁକୁ ଆୟତ୍ତ କରିବାର କଳା), ଖେଚରୀ ବିଦ୍ୟା ( ଆକାଶରେ ଭ୍ରମଣ କରିବାର କଳା) ଇତ୍ୟାଦି ସାଧନା ର ମହାଦେବୀ ଭାବରେ ସାଧକ ଦ୍ବାରା ପୂଜା ପାଇଥାନ୍ତି।

– ରାଣିପୁର –ଝରିଆଲ ର ୬୪ ଯୋଗିନୀ ମନ୍ଦିର ସହିତ ଏଠାରେ ଆହୁରି ଅନେକ ଶିବ, ଶକ୍ତି ଓ ଭୈରବଂକ ମନ୍ଦିର ରହିଛି। ଏହା ବ୍ୟତୀତ ତପସ୍ୟା ଲାଗି ଅନେକ କୋଟର ଓ ଗୁମ୍ଫା ମଧ୍ୟ ଏଠାରେ ଦେଖିବାକୁ ମିଳେ। ଏହାର ଅଳ୍ପ ଦୂରରେ ଇଟା ରେ ନିର୍ମିତ ବିରଳ ଇନ୍ଦ୍ରଲାଠ ମନ୍ଦିର ରହିଛି।

– ଯୋଗିନୀ ମନ୍ଦିର ନବମ ଶତାବ୍ଦୀରେ ସୋମବଂଶି ରାଜାମାନେ ନିର୍ମାଣ କରିଥିବାର ଅନୁମାନ କରାଯାଏ। ସୋମ ବଂଶୀ  ମାନେ ଉତ୍ତର ଦିଗରୁ ଆସିଥିବାରୁ  ଓ ଉତ୍ତର ଭାରତରେ ଏକ ପ୍ରତଷ୍ଠିତ ଯୋଗିନୀ ପରମ୍ପରା ରହିଥିବାରୁ, ଏହା ଅନେକାଂଶରେ ଠିକ ମନେ ହୁଏ।

– ଭାରତର ଅନ୍ୟାନ୍ୟ ଯୋଗିନୀ ମନ୍ଦିର ତୁଳନାରେ ରାଣୀପୁର୍-ଝରିଆଲର ନିର୍ଦିଷ୍ଟ ସ୍ବାତନ୍ତ୍ର ରହିଛି। ଭରତ ମୁନି ପ୍ରଣୀତ ନାଟ୍ୟ ଶାସ୍ତ୍ର ରେ ବର୍ଣିତ ବିବିଧ କରଣ ରେ ଏଠି କାର  ଯୋଗିନୀ ମାନେ ଉଭା ହୋଇଛନ୍ତି। କେନ୍ଦ୍ରରେ ଏକ ବିଶାଳକାୟ ଶିବ ପ୍ରତିମା ନୃତ୍ୟ ଉଦ୍ୟତ ଭଂଗୀ ରେ ଅଛନ୍ତି. ଶିବନକର ସତେ ଯେମିତି ମନ୍ଦିର ଟି ଏକ ମେଳ ନୃତ୍ୟର ଭ୍ରମ ସୃଷ୍ଟି କରୁଛି।

– କେନ୍ଦ୍ରାଧିପତି ଶିବଂକର ତିନୋଟି ମୁଖ, ଆଠ ହସ୍ତ ରହିଛି ଓ ତାଂକ ସହ ଗଣେଶ ଓ ନନ୍ଦୀ ମଧ୍ୟ ରହିଛନ୍ତି। ୬୪ ଯୋଗିନୀ ମଧ୍ୟରୁ କିଛି ଯୋଗିନୀ ମୂର୍ତ୍ତି ଏବେ ଆଉ ଦୃଶ୍ୟମାନ ହେଉ ନାହାନ୍ତି।

– ତେବେ ହିରାପୁର ଯୋଗିନୀ ଗଣ ଯେମିତି ଦେଖିବାକୁ ସୁନ୍ଦରୀ, ରାଣିପୁର –ଝରିଆଲ ରେ ସେମାନେ ଅତୀବ ଭୟଂକରୀ। ପ୍ରାୟ ଯୋଗିନୀ ତ୍ରିଶୂଳ, ପାଶ ଓ ମାଳ ଧାରଣ କରନ୍ତି. ପ୍ରାୟ ୧୫ ଜଣ ଯୋଗିନୀ ମୁଖ ରେ ପଶୁ ବେଶ ଧାରଣ କରିଛନ୍ତି। ବିରାଡି ମୁହଁ ରେ ମାର୍ଜାରୀ, ହାତୀ ମୁହଁ ରେ ଗଣେଶାନୀ, ବରାହ ମୁହଁରେ ବାରାହୀ ଇତ୍ୟାଦି ।

– ସ୍ଥାପତ୍ୟ ଦୃଷ୍ଟିରୁ ଏହି ମନ୍ଦିର ଯେତିକି ଗୁରୁତ୍ବପୂର୍ଣ ସେଇ ସମୟର ଇତିହାସ ଓ ସଂସ୍କୃତି ଅଧ୍ୟୟନ ଲାଗି ମଧ୍ୟ ଯୋଗିନୀ ମୂର୍ତ୍ତିର ସାଂକେତିକ ଗୁରୁତ୍ବ ରହିଛି. ବୌଦ୍ଧ ତନ୍ତ୍ର ସହ ଶୈବ ତନ୍ତ୍ର ର ସମନ୍ବୟ ଯୋଗିନୀ ମନ୍ଦିରରେ ଦେଖିବାକୁ ମିଳେ।

– ୫୦ ଫୁଟ୍ ପରିଧି ବିଶିଷ୍ଟ ଗୋଲାକାର ଯୋଗିନୀ ମନ୍ଦିରର ୬୪ ଟି ଖୋପରେ ରହିଥିବା ଯୋଗିନୀ ଗଣ ମୂର୍ତ୍ତି ସବୁ କ୍ଷୟୀଷ୍ଣୁ କୁଂଡା ପଥରରେ ନିର୍ମିତ ହୋଇଥିବାରୁ, ସମୟ କ୍ରମେ ମୂର୍ତ୍ତି ସ୍ଥାପତ୍ୟ ଲିଭି ଲିଭି ଆସୁଛି। ଏହାର ସଂରକ୍ଷଣ ନିତାନ୍ତ ଜରୁରୀ। ସେହିପରି ମୂର୍ତ୍ତିଚୋର ମାନେ କିଛି ଯୋଗିନୀ ମୂର୍ତ୍ତି ଖୋଲି ନେଇ ସାରିଲେଣି।

– ପର୍ଯ୍ୟଟନ ତଥା ଇତିହାସ ଦୃଷ୍ଟିରୁ ରାଣିପୁର-ଝରିଆଲ ର କୌଣସି ବିକଳ୍ପ ନାହିଁ। ହେଲେ ଏହାର ବିକାଶ ଲାଗି କାହାର ଆନ୍ତରିକତା ଦେଖିବାକୁ ମିଳୁନି. ଟିଟିଲାଗଡ ଓ କଂଟାବାଂଜୀ ସହର ଠାରୁ ଏଠିକି ପହନଚିବାକୁ ଘଣ୍ଟାଏ ସମୟ ଲାଗେ। ଏହାକୁ ଏକ ପ୍ରମୁଖ ପର୍ୟଟନ  ସ୍ଥଳ ର ମର୍ୟଦା ମିଳିଥିଲେ ବି ଆବଶ୍ୟକୀୟ ଭିତ୍ତିଭୂମି ର ବିକାଶ କରାଯାଇ ନାହିଁ।

ଭାରତୀୟ ବାସ୍ତୁକଳା ଯୋଗିନୀ ରୂପ ରାଣିପୁର-ଝରିଆଲ ହୀରାପୁର
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.