Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଯାଞ୍ଚ ଆରମ୍ଭ, ଜାଣନ୍ତୁ କେଉଁ ବର୍ଗ ପାଇଁ କେତେ ଆସିଛି ଆବେଦନ
ଆଜିର ଖବର

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଯାଞ୍ଚ ଆରମ୍ଭ, ଜାଣନ୍ତୁ କେଉଁ ବର୍ଗ ପାଇଁ କେତେ ଆସିଛି ଆବେଦନ

December 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ସାରା ରାଜ୍ୟରୁ ୭୯୫୬୫ ଜଣ ଆବେଦନ କରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଆବେଦନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି। ବିଭିନ୍ନ ସ୍ତରରେ ଯାଞ୍ଚ କରାଯାଇ ୧୪ଟି ବର୍ଗରେ ବିଭିନ୍ନ ସ୍ତରରେ ପୁରସ୍କାର ପାଇଁ ଶ୍ରେଷ୍ଠ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ଚୟନ କରାଯିବ। ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ପୁରସ୍କାର ପାଇଁ ମୋଟ ୫୦୨୫ଟି ବିଦ୍ୟାଳୟ ଆବେଦନ କରିଛନ୍ତି। ସେହିପରି ପ୍ରଧାନଶିକ୍ଷକ (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୪୩୦୪ ଜଣ ଓ ଶିକ୍ଷକ ପୁରସ୍କାର (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୧୪୨୬୨ ଜଣ ଶିକ୍ଷକ ଆବେଦନ କରିଛନ୍ତି। ପ୍ରାଥମିକ ବିଦ୍ୟାଳୟ ପୁରସ୍କାର ପାଇଁ ୧୦୦୨୩ ଟି ବିଦ୍ୟାଳୟ ଆବେଦନ କରିଥିବାବେଳେ ପ୍ରଧାନଶିକ୍ଷକ (ପ୍ରାଥମିକ ବିଦ୍ୟାଳୟ) ପୁରସ୍କାର ପାଇଁ ୮୪୫୪ ଜଣ ଆବେଦନ କରିଛନ୍ତି। ଶିକ୍ଷକ ପୁରସ୍କାର (ପ୍ରାଥମିକ ବିଦ୍ୟାଳୟ) ନିମନ୍ତେ ସାରା ରାଜ୍ୟରୁ ୩୦୯୯୯ ଜଣ ଶିକ୍ଷକ ଆବେଦନ କରିଛନ୍ତି। ସେହିପରି ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର ପାଇଁ ବିଭିନ୍ନ ବିଦ୍ୟାଳୟରୁ ସମୁଦାୟ ୩୫୯୫ଟି କମିଟି ଆବେଦନ କରିଛନ୍ତି। ଏହି ସମସ୍ତ ପୁରସ୍କାର ପାଇଁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ, ଜିଲ୍ଲା ପୁରସ୍କାର ପାଇଁ ୨୩, ବ୍ଲକ ପୁରସ୍କାର ପାଇଁ ୧୩୮, ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର ପାଇଁ ୨୪, ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର ପାଇଁ ୧୦୩, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ୩୦, ଗ୍ରାମପଞ୍ଚାୟତ ପୁରସ୍କାର ପାଇଁ ୧୨୧୭, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି) ପୁରସ୍କାର ପାଇଁ ୧୩୬୮ଟି ଆବେଦନ ଆସିଛି। ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରୀୟ କମିଟିରେ ଏହି ଆବେଦନର ଯାଞ୍ଚ କରାଯାଇ ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ଚୟନ କରାଯିବ। ଉଲ୍ଲେଖଯୋଗ୍ୟ, ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକର ମେଧାବୀ ଛାତ୍ରଛାତ୍ରୀ, ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶିକ୍ଷକ-ଶିକ୍ଷୟିତ୍ରୀ, ଶିକ୍ଷା ପ୍ରଶାସକ, ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ଉଲ୍ଲେଖନୀୟ ବ୍ୟକ୍ତିବିଶେଷ ଓ ବିଭିନ୍ନ ଅନୁଷ୍ଠାନକୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ରେ ପୁରସ୍କୃତ କରାଯିବ। ରାଜ୍ୟସ୍ତରରେ ୧୯,୪୬୭ଟି ପୁରସ୍କାର ବାବଦରେ ୩୨,୧୭,୨୯,୦୦୦ ଟଙ୍କା ପ୍ରଦାନ କରାଯିବ। ସେହିପରି ଜିଲ୍ଲାସ୍ତରରେ ୪,୬୮୦ଟି ପୁରସ୍କାର ପାଇଁ ୨୪,୫୮,୫୦,୦୦୦ ଟଙ୍କା ପୁରସ୍କାର ରାଶି ଦିଆଯିବ। ବ୍ଲକ୍‌ସ୍ତରରେ ୩୪,୮୫୪ଟି ପୁରସ୍କାର ବାବଦକୁ ୫୯,୯୭,୪୦,୦୦୦ ଟଙ୍କା ପ୍ରଦାନ କରାଯିବ। ମହାନଗର ନିଗମ ସ୍ତରରେ ୫୦ଟି ଓ ସବ୍‌ଡିଭିଜିନାଲ ସ୍ତରରେ ୫୮ଟି ପୁରସ୍କାର ପାଇଁ ୧୧ ଲକ୍ଷ ୬୦,୦୦୦ ପୁରସ୍କାର ରାଶି ଦିଆଯିବ।

ଭୁବନେଶ୍ୱର: ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ସାରା ରାଜ୍ୟରୁ ୭୯୫୬୫ ଜଣ ଆବେଦନ କରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଆବେଦନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି। ବିଭିନ୍ନ ସ୍ତରରେ ଯାଞ୍ଚ କରାଯାଇ ୧୪ଟି ବର୍ଗରେ ବିଭିନ୍ନ ସ୍ତରରେ ପୁରସ୍କାର ପାଇଁ ଶ୍ରେଷ୍ଠ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ଚୟନ କରାଯିବ।

‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ପୁରସ୍କାର ପାଇଁ ମୋଟ ୫୦୨୫ଟି ବିଦ୍ୟାଳୟ ଆବେଦନ କରିଛନ୍ତି। ସେହିପରି ପ୍ରଧାନଶିକ୍ଷକ (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୪୩୦୪ ଜଣ ଓ ଶିକ୍ଷକ ପୁରସ୍କାର (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୧୪୨୬୨ ଜଣ ଶିକ୍ଷକ ଆବେଦନ କରିଛନ୍ତି।

ପ୍ରାଥମିକ ବିଦ୍ୟାଳୟ ପୁରସ୍କାର ପାଇଁ ୧୦୦୨୩ ଟି ବିଦ୍ୟାଳୟ ଆବେଦନ କରିଥିବାବେଳେ ପ୍ରଧାନଶିକ୍ଷକ (ପ୍ରାଥମିକ ବିଦ୍ୟାଳୟ) ପୁରସ୍କାର ପାଇଁ ୮୪୫୪ ଜଣ ଆବେଦନ କରିଛନ୍ତି। ଶିକ୍ଷକ ପୁରସ୍କାର (ପ୍ରାଥମିକ ବିଦ୍ୟାଳୟ) ନିମନ୍ତେ ସାରା ରାଜ୍ୟରୁ ୩୦୯୯୯ ଜଣ ଶିକ୍ଷକ ଆବେଦନ କରିଛନ୍ତି। ସେହିପରି ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର ପାଇଁ ବିଭିନ୍ନ ବିଦ୍ୟାଳୟରୁ ସମୁଦାୟ ୩୫୯୫ଟି କମିଟି ଆବେଦନ କରିଛନ୍ତି। ଏହି ସମସ୍ତ ପୁରସ୍କାର ପାଇଁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି।

ଅନ୍ୟପକ୍ଷରେ, ଜିଲ୍ଲା ପୁରସ୍କାର ପାଇଁ ୨୩, ବ୍ଲକ ପୁରସ୍କାର ପାଇଁ ୧୩୮, ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର ପାଇଁ ୨୪, ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର ପାଇଁ ୧୦୩, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ୩୦, ଗ୍ରାମପଞ୍ଚାୟତ ପୁରସ୍କାର ପାଇଁ ୧୨୧୭, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି) ପୁରସ୍କାର ପାଇଁ ୧୩୬୮ଟି ଆବେଦନ ଆସିଛି। ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରୀୟ କମିଟିରେ ଏହି ଆବେଦନର ଯାଞ୍ଚ କରାଯାଇ ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ଚୟନ କରାଯିବ।

ଉଲ୍ଲେଖଯୋଗ୍ୟ, ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକର ମେଧାବୀ ଛାତ୍ରଛାତ୍ରୀ, ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶିକ୍ଷକ-ଶିକ୍ଷୟିତ୍ରୀ, ଶିକ୍ଷା ପ୍ରଶାସକ, ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ଉଲ୍ଲେଖନୀୟ ବ୍ୟକ୍ତିବିଶେଷ ଓ ବିଭିନ୍ନ ଅନୁଷ୍ଠାନକୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ରେ ପୁରସ୍କୃତ କରାଯିବ। ରାଜ୍ୟସ୍ତରରେ ୧୯,୪୬୭ଟି ପୁରସ୍କାର ବାବଦରେ ୩୨,୧୭,୨୯,୦୦୦ ଟଙ୍କା ପ୍ରଦାନ କରାଯିବ।

ସେହିପରି ଜିଲ୍ଲାସ୍ତରରେ ୪,୬୮୦ଟି ପୁରସ୍କାର ପାଇଁ ୨୪,୫୮,୫୦,୦୦୦ ଟଙ୍କା ପୁରସ୍କାର ରାଶି ଦିଆଯିବ। ବ୍ଲକ୍‌ସ୍ତରରେ ୩୪,୮୫୪ଟି ପୁରସ୍କାର ବାବଦକୁ ୫୯,୯୭,୪୦,୦୦୦ ଟଙ୍କା ପ୍ରଦାନ କରାଯିବ। ମହାନଗର ନିଗମ ସ୍ତରରେ ୫୦ଟି ଓ ସବ୍‌ଡିଭିଜିନାଲ ସ୍ତରରେ ୫୮ଟି ପୁରସ୍କାର ପାଇଁ ୧୧ ଲକ୍ଷ ୬୦,୦୦୦ ପୁରସ୍କାର ରାଶି ଦିଆଯିବ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.