Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ୯ ରେ ଇନଫିନିଟି ଫୋରମ ୨.୦ କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଡିସେମ୍ବର ୯ ରେ ଇନଫିନିଟି ଫୋରମ ୨.୦ କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

December 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୯, ୨୦୨୩ ପୂର୍ବାହ୍ନ ୧୦ ଟା ୩୦ମିନିଟ୍‌ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫିନଟେକ୍‌ର ଏକ ବିଶ୍ୱସ୍ତରୀୟ ବିଚାର ନେତୃତ୍ୱ ମଂଚ ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣକୁ ସମ୍ବୋଧିତ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ସମ୍ବୋଧିତ କରିବେ।

ଇନଫିନିଟି ଫୋରମ୍‌ର ଦ୍ୱିତୀୟ ସଂସ୍କରଣର ଆୟୋଜନ ଭାଇବ୍ରାଂଟ ଗୁଜରାଟ ଗ୍ଲୋବାଲ୍ ସମିଟ ୨୦୨୪ର ଅଗ୍ରଦୂତ କାର୍ଯ୍ୟକ୍ରମ ରୂପରେ ଭାରତ ସରକାରଙ୍କ ତତ୍ତ୍ୱାବଧାନରେ ଅନ୍ତର୍ଜାତୀୟ ଆର୍ଥିକ ସେବା କେନ୍ଦ୍ର କର୍ତ୍ତୃପକ୍ଷ (ଆଇଏଫ୍‌ଏସ୍‌ସିଏ) ଏବଂ ଜିଆଇଏଫ୍‌ଟି ସିଟିର ମିଳିତ ଆନୁକୂଲ୍ୟରେ ଆୟୋଜନ କରାଯାଇଛି। ଏହି ଫୋରମ ଏକ ଏମିତି ମଂଚ ପ୍ରଦାନ କରେ, ଯେଉଁଠାରେ ସମଗ୍ର ବିଶ୍ୱର ପ୍ରଗତିଶୀଳ ଚିନ୍ତାଧାରା, ଜଟିଳ ସମସ୍ୟା, ଅଭିନବ ଜ୍ଞାନକୌଶଳ ଆବିଷ୍କାର, ଆଲୋଚନା ଏବଂ ସମାଧାନ ଏବଂ ସୁଯୋଗରେ ବିକଶିତ ହୁଏ।

ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣର ବିଷୟବସ୍ତୁ ହେଉଛି – ‘ଜିଆଇଏଫ୍‌ଟି – ଆଇଏଫ୍‌ଏସ୍‌ସି: ନର୍ଭ ସେଂଟର ଫର୍ ନ୍ୟୁ ଏଜ୍ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ସର୍ଭିସେସ୍‌’/ ନୂତନ ଯୁଗର ବିଶ୍ୱସ୍ତରୀୟ ଆର୍ଥିକ ସେବା ପାଇଁ ସ୍ନାୟୁ କେନ୍ଦ୍ର , ଯାହାକୁ ନିମ୍ନଲିଖିତ ତିନୋଟି ଟ୍ରାକ୍ ମାଧ୍ୟମରେ ସଂଯୋଗ କରାଯିବ:

ପ୍ଲେନାରି ଟ୍ରାକ୍‌: ଏକ ନୂତନ ଯୁଗର ଅନ୍ତର୍ଜାତୀୟ ଆର୍ଥିକ କେନ୍ଦ୍ର ନିର୍ମାଣ

ଗ୍ରୀନ୍ ଟ୍ରାକ୍‌: “ଗ୍ରୀନ୍ ଷ୍ଟେକ୍‌’ ପାଇଁ ଏକ ପ୍ରସଙ୍ଗ ତିଆରି କରିବା

ସିଲ୍‌ଭର ଟ୍ରାକ୍‌: ଜିଆଇଏଫ୍‌ଟି – ଆଇଏଫଏସସିରେ ଦୀର୍ଘକାଳୀନ ଆର୍ଥିକ କେନ୍ଦ୍ର

ପ୍ରତ୍ୟେକ ଟ୍ରାକରେ ଜଣେ ବରିଷ୍ଠ ଉଦ୍ୟୋଗ ନେତାଙ୍କ ଦ୍ୱାରା ଏକ ଇନଫିନିଟି ଅଭିଭାଷଣ ପ୍ରଦାନ କରାଯିବ ଏବଂ ଭାରତ ଓ ସମଗ୍ର ବିଶ୍ୱର ଆର୍ôଥକ କ୍ଷେତ୍ରର ଶିଳ୍ପ ବିଶେଷଜ୍ଞ ଏବଂ ପେଶାଦାର ମାନଙ୍କର ଏକ ପ୍ୟାନେଲ ଦ୍ୱାରା ଆଲୋଚନା କରାଯିବ, ଯାହା ବ୍ୟବହାରିକ ବୁଝାମଣା ଏବଂ କାର୍ଯ୍ୟକାରୀ ସମାଧାନ ପ୍ରଦାନ କରିବ।

ଏହି ମଂଚରେ ଆମେରିକା, ବ୍ରିଟେନ, ସିଙ୍ଗାପୁର, ଦକ୍ଷିଣ ଆଫ୍ରିକା, ୟୁଏଇ, ଅଷ୍ଟ୍ରେଲିଆ ଏବଂ ଜର୍ମାନୀ ସମେତ ୨୦ରୁ ଅଧିକ ଦେଶରେ ଭାରତ ଏବଂ ବିଶ୍ୱସ୍ତରୀୟ ଦର୍ଶକଙ୍କ ଦୃଢ଼ ଅନଲାଇନ୍ ଅଂଶଗ୍ରହଣ ସହିତ ୩୦୦ରୁ ଅଧିକ ସିଏକ୍ସଓ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ବିଦେଶୀ ବିଶ୍ୱବିଦ୍ୟାଳୟର କୁଳପତି ଓ ବିଦେଶୀ ଦୂତାବାସର ପ୍ରତିନିଧିମାନେ ଯୋଗ ଦେବେ।

ଇନଫିନିଟି ଫୋରମ ୨.୦ ଡିସେମ୍ବର ୯ ତାରିଖ
Share. Facebook Twitter LinkedIn Email WhatsApp Copy Link

Related Posts

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Latest News

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.