Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡ଼ରେ ଜୋନସ୍ତରୀୟ ଶିଶୁ ମହୋତ୍ସବ “ସର୍‌ଗି ଫୁଲ୍‌”, ଜନଜାତି ଛାତ୍ରଛାତ୍ରୀଙ୍କ ଭିତରେ ଉତ୍ସାହ
ଆଜିର ଖବର

ସୁନ୍ଦରଗଡ଼ରେ ଜୋନସ୍ତରୀୟ ଶିଶୁ ମହୋତ୍ସବ “ସର୍‌ଗି ଫୁଲ୍‌”, ଜନଜାତି ଛାତ୍ରଛାତ୍ରୀଙ୍କ ଭିତରେ ଉତ୍ସାହ

December 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ସୁନ୍ଦରଗଡ଼ ଭବାନିପୁରସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ଚାଲିଛି ଉତ୍ତର-ଓଡ଼ିଶା ଜୋନସ୍ତରୀୟ ଶିଶୁ ମହୋତ୍ସବ “ସରଗି ଫୁଲ୍‌”। ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା ଜନଜାତି ବର୍ଗର ଛାତ୍ରଛାତ୍ରୀମାନଙ୍କ ପାଇଁ ଶୁକ୍ରବାର ଦିନ ବିଭିନ୍ନ କର୍ମଶାଳା ଓ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଡକ୍ଟର ସୁରେଶ ଚନ୍ଦ୍ର ଦଳାଇ, ହକି ଇଣ୍ଡିଆ ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲ୍ଲୀପ ତିର୍କୀ, ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ମହାଜନ ଯୋଗଦେଇ ଜନଜାତି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

“ଆମ ରାଜ୍ୟର ଜନଜାତି ଛାତ୍ରଛାତ୍ରୀଙ୍କ ଭିତରେ ଅନେକ ପ୍ରତିଭା ରହିଛି। ପ୍ରତିଭା ପ୍ରଦର୍ଶନ ପାଇଁ ସର୍‌ଗି ଫୁଲ୍ ହେଉଛି ଏକ ଉପଯୁକ୍ତ ମାଧ୍ୟମ। ଉତ୍ତର-ଓଡ଼ିଶା ଜୋନସ୍ତରୀୟ କାର୍ଯ୍ୟକ୍ରମ ସୁନ୍ଦରଗଡ଼ ଜିଲ୍ଲାରେ ହେଉଥିବାରୁ ଏହା ଆମ ସମସ୍ତଙ୍କ ପାଇଁ ଖୁସିର କଥା”, କହିଛନ୍ତି ଡକ୍ଟର ସୁରେଶ ଚନ୍ଦ୍ର ଦଳାଇ।

“ଜନଜାତି ଛାତ୍ରଛାତ୍ରୀଙ୍କ ଭିତରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ “ସର୍‌ଗି ଫୁଲ୍‌” ହେଉଛି ଉପଯୁକ୍ତ ପ୍ଲାଟଫର୍ମ। ତେଣୁ ପିଲାମାନେ ଏହାର ସୁଯୋଗ ନେଇ ନିଜର ଦକ୍ଷତା ଓ ପାରଦର୍ଶିତା ଦେଖାନ୍ତୁ”, କହିଛନ୍ତି ପଦ୍ମଶ୍ରୀ ଡକ୍ଟର ଦିଲ୍ଲୀପ ତିର୍କୀ।

“ସର୍‌ଗି ଫୁଲ୍‌” କାର୍ଯ୍ୟକ୍ରମରେ ଜନଜାତି ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। ଏହି ଅବସରରେ ଶୁକ୍ରବାର ଦିନ ବିଭିନ୍ନ କର୍ମଶାଳା ଆୟୋଜନ କରାଯାଇଥିଲା। ତା’ଭିତରେ “ଶିଶୁ ସାମ୍ବାଦିକ” କର୍ମଶାଳା ବିଶେଷ ଆକର୍ଷଣ ପାଲଟିଥିଲା।

ବକୁଳ ଫାଉଣ୍ଡେସନ ସହଯୋଗିତାରେ ଆୟୋଜିତ ଏହି କର୍ମଶାଳାରେ ବରିଷ୍ଠ ସାମ୍ବାଦିକ ଅନୁଜ ଦାସ ଯୋଗଦେଇ ପିଲାମାନଙ୍କୁ ସାମ୍ବାଦିକତା ବିଷୟରେ ସୂଚନା ଦେଇଥିଲେ। ଜନଜାତି ଛାତ୍ରଛାତ୍ରୀମାନେ ଏଥିରେ ଭାଗନେଇ ଖବରର ସଂଜ୍ଞା, ଖବର ସଂଗ୍ରହ ଓ ପରିବେଷଣ ଏବଂ ସମ୍ପାଦନା ଆଦି ବିଷୟରେ ବୁଝିଥିଲେ।

ସେହିପରି ମୋ ସ୍କୁଲ ଅଭିଯାନ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଟିଙ୍କରିଂ, କାର୍ଟୁନ୍‌, ୱାର୍ଡ ପଜଲ୍ ଏବଂ ପୁସ୍ତକ ସମୀକ୍ଷା ଆଦି କାର୍ଯ୍ୟକ୍ରମ କରାଯାଇଥିଲା। ଏହାସହ ରଙ୍ଗିନ କାଗଜରୁ ବିଭିନ୍ନ ଆକର୍ଷଣୀୟ ସାମଗ୍ରୀ ଓ ଅଦରକାରୀ କାଗଜରୁ ବ୍ୟବହାର୍ଯ୍ୟ ଜିନିଷ ପ୍ରସ୍ତୁତି, ଷ୍ଟୋରି ଟେଲିଂ, ଥିଏଟର, ମ୍ୟାଥ୍ ଗେମ୍‌, ଓଡ଼ିଶୀ ନୃତ୍ୟ ଏବଂ ମ୍ୟାଜିକ୍ ସୋ’ ଭଳି କାର୍ଯ୍ୟକ୍ରମ ପ୍ରମୁଖ ଆକର୍ଷଣ ପାଲଟିଥିଲା।

“ସର୍‌ଗି ଫୁଲ୍‌” କାର୍ଯ୍ୟକ୍ରମରେ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ଭିତରେ ବିଭିନ୍ନ ପ୍ରତିଯୋଗିତା କରାଯାଉଛି। ସର୍ଜନାତ୍ମକ ଲେଖା ସହିତ ବକ୍ତୃତା, ଓପନ ସ୍ଲୋଗାନ, ଏକକ ନୃତ୍ୟ, ଦଳଗତ ନୃତ୍ୟ ଏବଂ କ୍ରୀଡ଼ା ପ୍ରତିଯୋଗିତା ହୋଇଥିଲା। ଏଥିରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ଦେଖାଇଥିଲେ।

ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହି ଶିଶୁ ମହୋତ୍ସବ ଆୟୋଜନ କରାଯାଉଛି। ଏଥିରେ ୧୫ଟି ଜିଲ୍ଲାର ୬୦୦ରୁ ଅଧିକ ଜନଜାତି ଛାତ୍ରଛାତ୍ରୀ ଭାଗ ନେଇଛନ୍ତି।

"ସର୍‌ଗି ଫୁଲ୍‌'' ଜୋନସ୍ତରୀୟ ଶିଶୁ ମହୋତ୍ସବ ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026
Latest News

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.