Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟପାଳଙ୍କ କରକମଳରେ ଉଦଘାଟିତ ହେଲା “କାଉଁରୀ-୨୦୨୩”
ଆଜିର ଖବର

ରାଜ୍ୟପାଳଙ୍କ କରକମଳରେ ଉଦଘାଟିତ ହେଲା “କାଉଁରୀ-୨୦୨୩”

December 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା “କାଉଁରୀ ମହୋତ୍ସବ” ପଞ୍ଚମ ବର୍ଷରେ ସଫଳତାର ସହ ପାଦ ଥାପିଛି। ଏହି ପଞ୍ଚମ ବର୍ଷର”କାଉଁରୀ ମହୋତ୍ସବ-୨୦୨୩” ପ୍ରଥମ ଦିବସର ମୁଖ୍ୟ ଅତିଥି ତଥା ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ କରକମଳରେ ଉଦଘାଟିତ ହୋଇ ଯାଇଛି।

ମୁଖ୍ୟ ବକ୍ତା ଭାବେ ଜାତୀୟ ପର୍ଯ୍ୟଟକ ବିଭାଗର ଅଧ୍ୟକ୍ଷ ସମ୍ବିତ ପାତ୍ର, ସମ୍ମାନିତ ଅତିଥି ଭାବେ ନୟାଗଡ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ, ସେବା ଉତ୍ସବ ଅଧ୍ୟକ୍ଷ ଶିବରାମ ମହାପାତ୍ର, ରଣପୁର ବାର ଆସୋସିଏସନର ଅଧ୍ୟକ୍ଷ ଗିରିଜାକାନ୍ତ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ଏହି ପରିପ୍ରେକ୍ଷୀରେ ରାଜସୁନାଖଳାର ଐତିହ୍ୟ ପରମ୍ପରା, ଶିକ୍ଷା, କଳା, ସଂସ୍କୃତି ଓ ଇତିହାସକୁ ନେଇ ଏକ ବାର୍ଷିକ ବିଶେଷାଙ୍କ ”କାଉଁରୀ” ଉନ୍ମୋଚିତ ହୋଇ ଯାଇଛି।  ରାଜସୁନାଖଳାକୁ ଭଲ ପାଉଥିବା ପ୍ରତ୍ୟେକ କବି, ଲେଖକ ତଥା ବାହୁ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କର ଗଳ୍ପ, କବିତା ଆଦି ଏହି ପତ୍ରିକାରେ ସ୍ଥାନିତ ହୋଇଛି।

ରାଜସୁନାଖଳା ମହୋତ୍ସବ ପାଇଁ ନିର୍ଦ୍ଧିଷ୍ଟ ଜାଗା ଯୋଗାଇ ଦେବା ପାଇଁ ଜିଲ୍ଲାପାଳଙ୍କୁ ରଣପୁର ବାର ଆସୋସିଏସନର ଅଧ୍ୟକ୍ଷ ଗିରିଜା କାନ୍ତ ମହାପାତ୍ର ବକ୍ତବ୍ୟ ମାଧ୍ୟମରେ ନିବେଦନ କରିଥିଲେ।

ଏହି ଅବସରରେ ବିଭିନ କ୍ଷେତ୍ରରେ କୃତି ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ରାଜ୍ୟପାଳ ସମ୍ବର୍ଦ୍ଧିତ କରିଥିଲେ। ଏହା ପରେ ମହୋତ୍ସବ କମିଟି ତରଫରୁ କମିଟିର ଅଧ୍ୟକ୍ଷ ଆର୍ତ୍ତତ୍ରାଣ ପ୍ରଧାନ ରାଜ୍ୟପାଳ ମହୋଦୟଙ୍କୁ ମୁମେଣ୍ଟମ ଉପହାର ଭାବେ ପ୍ରଦାନ କରିଥିଲେ।

ମହାମହିମ ରାଜ୍ୟପାଳ କହିଥିଲେ ଯେ ମୁଁ ଏଠି ଜନସାଧାରଣଙ୍କ ସେବକ ଭାବେ ଉପସ୍ଥିତ ଅଛି। ଶହୀଦ ରଘୁଦିବାକରଙ୍କ ସମେତ ସମସ୍ତ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଉତ୍ସବ ବିନା ଜୀବନ ବ୍ୟର୍ଥ ଅଟେ। ତେଣୁ ସମୟ ସମୟରେ ଉତ୍ସବ କରି ଜୀବନକୁ ସାର୍ଥକ କରିବାର ଆବଶ୍ୟକତା ରହିଛି।

ଏହି ଉତ୍ସବ ମାଧ୍ୟମରେରେ ସଂସ୍କୃତି, ପ୍ରଥା, ପରମ୍ପରାର ପ୍ରଚାର ପ୍ରସାର ହୋଇ ପାରିଛି।  ଏହା ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କ କଳା ପ୍ରଦର୍ଶନ କରିବାର ସୁଯୋଗ ମଧ୍ୟ ପାଇ ପାରନ୍ତି। ସଭାକାର୍ଯ୍ୟ ପରେ ବିଭିନ୍ନ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟ ପରିବେଷଣ କରାଯାଇଥିଲା।

ଓଡ଼ିଶାର ରାଜ୍ୟପାଳ ନୟାଗଡ଼ ଜିଲ୍ଲା ରଘୁବର ଦାସ ରଣପୁର ରାଜସୁନାଖଳା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026

ବନ୍ଦେ ମାତରମ୍ ଗାନକୁ ବାରଣ କଲା କଂଗ୍ରେସ?: ସ୍ପଷ୍ଟୀକରଣ ଜାରି କଲେ ଜୟରାମ ରମେଶ

August 15, 2026

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026
Latest News

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026

ବନ୍ଦେ ମାତରମ୍ ଗାନକୁ ବାରଣ କଲା କଂଗ୍ରେସ?: ସ୍ପଷ୍ଟୀକରଣ ଜାରି କଲେ ଜୟରାମ ରମେଶ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.