ପୁରୀରେ 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପର କଲେ ସମୀକ୍ଷା

Published: Dec 9, 2023, 11:25 am IST
ପୁରୀରେ 5ଟି

ପୁରୀ: ଆଜି ବଡି ଭୋରରୁ ପୁରୀରେ ପହଁଚିଛନ୍ତି 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ସେ ସେଠାରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ବିଭାଗୀୟ ଅଧିକାରୀଙ୍କ ସହିତ ସମୀକ୍ଷା କରିଛନ୍ତି। ପ୍ରଥମେ ସେ ଶ୍ରୀମନ୍ଦିର ଭିତରକୁ ଯାଇ ସେଠାରେ ଶ୍ରୀଜିୟୁଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିଥିଲେ।

ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସେ ସମୀକ୍ଷା କରିଛନ୍ତି। ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରି ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ।

ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ।

Related posts