Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଷ୍ଟା ଦ୍ୱାରା ଆୟୋଜିତ ମେଧା ଅନ୍ୱେଷଣ ପରୀକ୍ଷା ଅନୁଷ୍ଠିତ
ଆଜିର ଖବର

ଓଷ୍ଟା ଦ୍ୱାରା ଆୟୋଜିତ ମେଧା ଅନ୍ୱେଷଣ ପରୀକ୍ଷା ଅନୁଷ୍ଠିତ

December 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଷ୍ଟାର ଦାବି
ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କର ସମସ୍ୟା ଦୂର କରିବା ପାଇଁ ଓଷ୍ଟାର ଦାବି

କଟକ: ରବିବାର ଦିନ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଆନୁକୁଲ୍ୟରେ ରାଜ୍ୟବ୍ୟାପୀ ୨୯ଟି ଜିଲ୍ଲା ର ୧୦୫ଟି ପରୀକ୍ଷା କେନ୍ଦ୍ର ରେ ଓଷ୍ଟା ମେଧା ଅନ୍ୱେଷଣ ପରୀକ୍ଷା ସୁରୁଖୁରୁରେ ସମାହିତ ହୋଇଯାଇଛି। ସମଗ୍ର ରାଜ୍ୟର ନବମ ଶ୍ରେଣୀରେ ପଢୁଥିବା ଯୋଗ୍ୟ ବିବେଚିତ ୯୫୯୭ ଜଣ ଛାତ୍ରଛାତ୍ରୀ ଏହି ମେଧା ଅନ୍ୱେଷଣ ପରୀକ୍ଷା ରେ ଅଂଶ ଗ୍ରହଣ କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଅଷ୍ଟମ ଶ୍ରେଣୀରେ ୬୦% ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା  ଦେବା ପାଇଁ ଯୋଗ୍ୟ ଅଟନ୍ତି । ଉକ୍ତ ପରୀକ୍ଷାରେ ସାହିତ୍ୟ, ଇଂରାଜୀ, ଗଣିତ, ସାଧାରଣ ଜ୍ଞାନ, ସାମାଜିକ ବିଜ୍ଞାନ, ମାନସିକ ଦକ୍ଷତା ଆଦି ବିଷୟରେ ମୋଟ୍ ୧୦୦ ଗୋଟି ବହୁଗୁଣିତ ମନୋନୀତ (ଗଙ୍କକ୍ଷଗ୍ଧସକ୍ଟ୍ରକ୍ଷର ଉଷକ୍ଟସମର) ପ୍ରଶ୍ନ ରହିଥାଏ।

ପ୍ରକାଶ ଥାଉକି ଏହି ପରୀକ୍ଷାରେ ଅବତୀର୍ଣ୍ଣ ହୋଇଥିବା ପରୀକ୍ଷାର୍ଥୀଙ୍କ ମଧ୍ୟରୁ ଶ୍ରେଷ୍ଠ ୧୦୦ ଜଣ କୃତୀ ଛାତ୍ରଛାତ୍ରୀଙ୍କ ଫଳାଫଳ ଆଗାମୀ ରାଜ୍ୟସ୍ତରୀୟ ଶିଶୁମେଳା ଅବସରରେ ପ୍ରକାଶ କରାଯିବ ଏବଂ ପରବର୍ତ୍ତୀ ସମୟରେ ସେମାନଙ୍କୁ ଓଷ୍ଟା ପରିସରକୁ ଡାକି ସମ୍ବର୍ଦ୍ଧିତ କରାଯିବା ସହିତ ବୃତ୍ତି ରାଶି ୩୦୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯିବ।

ପ୍ରିୟ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଓଷ୍ଟାର ଏହି ଲୋକାଭିମୁଖୀ ମେଧା ଅନ୍ୱେଷଣ କାର‌୍ୟ୍ୟକ୍ରମ ସଫଳତାର ସହ ସଂପନ୍ନ ହୋଇଥିବାରୁ ଓଷ୍ଟାର ସମସ୍ତ ପଦାଧିକାରୀ, ଜିଲ୍ଲା ସଂପାଦକ, ବ୍ଲକ୍ ସଂପାଦକ, ଓଷ୍ଟାର ଅନ୍ୟାନ୍ୟ କର୍ମକର୍ତ୍ତା, ପରୀକ୍ଷା କେନ୍ଦ୍ର ପରିଚାଳକ ଏବଂ ପରୀକ୍ଷାରେ ସହଯୋଗ କରିଥିବା ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କୁ ଓଷ୍ଟା ପକ୍ଷରୁ ସର୍ବଶ୍ରୀ ଅକ୍ଷୟ କୁମାର ମିଶ୍ର, ନୀଳମଣି ପୁରୋହିତ, ରଞ୍ଜନ କୁମାର ଦାଶ, ବ୍ରଜକିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ପ୍ରଣବ କୁମାର ଜେନା ପ୍ରମୁଖ କୃତଜ୍ଞତା ଜ୍ଞାପନ କରିବା ସହ ସାଧୁବାଦ ଜଣାଇଛନ୍ତି। ପରିଶେଷରେ ସମସ୍ତ ପରିକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛୁ।

ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ଓଷ୍ଟା ମେଧା ଅନ୍ୱେଷଣ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.