Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ସହରରେ ବିକଶିତ ଭାରତ ସଂକଳ୍ପ ଯାତ୍ରା: ଅନୁଭୂତି ବାଣ୍ଟିଲେ ହିତାଧିକାରୀ
ଆଜିର ଖବର

କଟକ ସହରରେ ବିକଶିତ ଭାରତ ସଂକଳ୍ପ ଯାତ୍ରା: ଅନୁଭୂତି ବାଣ୍ଟିଲେ ହିତାଧିକାରୀ

December 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କଟକ ମହାନଗର ନିଗମ ଅଞ୍ଚଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଆଜି ଖାନନଗର ଅଞ୍ଚଳରେ ସଂକଳ୍ପ ଯାତ୍ରାର ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) ବାହନ ପହଞ୍ଚିଛି। ଯାତ୍ରା ରହଣୀ ସ୍ଥଳରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇ କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯାଇଛି। ଯାତ୍ରା ବାହନରେ ଲାଗିଥିବା ଏଲଇଡି ସ୍କ୍ରିନ୍‌ ଜରିଆରେ ଭିଡିଓ ବାର୍ତ୍ତା ପ୍ରସାରଣ କରାଯାଇ ସରକାରୀ ଯୋଜନା ସମ୍ପର୍କରେ ସୂଚନା ଦିଆଯାଇଥିଲା। ଯାତ୍ର ରହଣୀ ସ୍ଥଳରେ ପ୍ରଧାନମନ୍ତ୍ରୀ ଉଠାଦୋକାନୀ ଆତ୍ମନିର୍ଭର ନିଧି (ପିଏମ୍‌ ସ୍ୱନିଧି), ପିଏମ ଉଜ୍ଜ୍ୱଳା ଯୋଜନା, ପ୍ରଧାନମନ୍ତ୍ରୀ ସହରୀ ଆବାସ ଯୋଜନା ଆଦିର ଷ୍ଟଲ୍‌ ଖୋଲାଯାଇ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିଲା। ହିତାଧିକାରୀଙ୍କ ସଚେତନତା ପାଇଁ କ୍ୟାଲେଣ୍ଡର ଓ ପ୍ରଚାର ପୁସ୍ତିକା ବଣ୍ଟନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସରକାରୀ ଯୋଜନାର ହିତାଧିକାରୀମାନେ ସେମାନଙ୍କର ଅନୁଭୂତି ପ୍ରକାଶ କରିଥିଲେ। ବିଶେଷ କରି ଉଜ୍ଜ୍ୱଳା ଯୋଜନାରେ ମାଗଣା ଗ୍ୟାସ ସଂଯୋଗ ଓ ରିହାତି ମୂଲ୍ୟରେ ସିଲିଣ୍ଡର ପାଇଥିବା ମହିଳା ହିତାଧିକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସରକାରଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ପୂର୍ବରୁ କାଠ ଚୁଲିରେ ରୋଷେଇ କରୁଥିବା କାରଣରୁ ସେମାନେ ଧୂଆଁରେ ଅଣନିଃଶ୍ୱାସୀ ହୋଇପଡ଼ୁଥିଲେ। ଏବେ ସେମାନେ ପ୍ରଦୂଷଣମୁକ୍ତ ପରିବେଶରେ ରୋଷେଇ କରୁଥିବାରୁ ନିଜ ସ୍ୱାସ୍ଥ୍ୟ ରକ୍ଷା କରିପାରୁଛନ୍ତି।

ସେହିପରି ସ୍ୱଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ପାଇଖାନା ନିର୍ମାଣ ପାଇଁ ସହାୟତା ପାଇଥିବା ହିତାଧିକାରୀ ମଧ୍ୟ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ । ଯାତ୍ରା ରହଣୀ ସ୍ଥଳରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆୟୋଜିତ ସ୍ୱାସ୍ଥ୍ୟ ଶିବିରରେ ରୋଗୀଙ୍କର ସ୍ୱାସ୍ଥ୍ୟ ଯାଞ୍ଚ କରାଯିବା ସହିତ ବିଭିନ୍ନ ରୋଗ ପାଇଁ ଅଧିକ ଚିକିତ୍ସା ନିମନ୍ତେ ସୁପାରିସ କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍ଥାନୀୟ ଜନପ୍ରତିନିଧି, ଆଶା, ଅଙ୍ଗନୱାଡ଼ି କର୍ମୀ, ବିକଶିତ ଭାରତ ସଂକଳ୍ପ ଯାତ୍ରାର ନୋଡାଲ୍‌ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ମିଶି ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଲାଗି ଶପଥ ପାଠ କରିଥିଲେ।

କଟକ ବିକଶିତ ଭାରତ ସଂକଳ୍ପ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.