Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଉଦଘାଟିତ
ଆଜିର ଖବର

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଉଦଘାଟିତ

December 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସ୍ଥାନୀୟ ପୋଲିସ ହାଇସ୍କୁଲ ପରିସରରେ ଆୟୋଜିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ମାର୍ଗଦର୍ଶନରେ ଆୟୋଜିତ ଉଦ୍ଘାଟନୀ ସମାରୋହରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଟେମଲାଲ ଦୁବେ ଅଧ୍ୟକ୍ଷତା କରିଥିଲେ।

ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ସମ୍ମାନିତ ଅତିଥି ଭାବେ ଆୟୋଜକ ସମ୍ପାଦକ ଜୟରାମ ସାହୁ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ପାଢ଼ୀ ପ୍ରମୁଖ ମଂଚାସୀନ ଥିଲେ। ବୋର୍ଡା ଜନତା ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରକାଶ ନିଶଙ୍କ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶଗଡା ହାଇସ୍କଲ ପ୍ରଧାନ ଶିକ୍ଷକ ସୁକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷୟିତ୍ରୀ ଶୃତି ସିଲଭା ପଣ୍ଡା ଓ ବର୍ଷାରାଣୀ ତ୍ରିପାଠୀ ମଂଚ ପରିଚାଳନା କରିଥିଲେ।

ସମଗ୍ର ୧୩ଟି ବ୍ଲକରୁ ମନୋନୀତ ୬୩ଟି ବିଜ୍ଞାନ ପ୍ରକଳ୍ପ ମାନଙ୍କ ବାଲ୍ ବୈଜ୍ଞାନିକମାନଙ୍କ ଦ୍ୱାରା ଏଥିରେ ପ୍ରଦର୍ଶିତ ହୋଇଥିଲା। ବିଚାରକ ଭାବେ ଅଧ୍ୟାପକ ତ୍ରିନାଥ ବିଷୋୟୀ, ଭି. ସୁରେନ୍ଦ୍ରନାଥ ରାଓ, ଅଟଳବିହାରୀ ନାୟକ, ରୁଦ୍ରମାଧବ ନାଗ ପ୍ରମୁଖ ଯୋଗ ଦେଇଥିଲେ। ଏହି ପ୍ରଦର୍ଶନୀ ଉପଲକ୍ଷେ ଆୟୋଜିତ କୁଇଜ ପ୍ରତିଯୋଗିତାରେ ସମଗ୍ର ଜିଲ୍ଲାର ୧୩୦ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। କୁଇଜ ମାଷ୍ଟର ଭାବେ ଶୁଭେନ୍ଦୁ ଶେଖର ବେହେରା, ପ୍ରକାଶ ମିଶ୍ର, ଶ୍ରୀନିବାସ ସେନାପତି, ବିଜୟାନନ୍ଦ ହୋତା, ସୋମନାଥ ସାହୁ ପ୍ରମୁଖ କୁଇଜ ପରିଚାଳନା କରିଥିଲେ।

ପ୍ରଦର୍ଶନୀର ମୁଖ୍ୟ ଆକର୍ଷଣ ସାଜିଥିଲା ପ୍ରକୃତି ବନ୍ଧୁ ରବୀନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଲୋକଖେଳ ଓ ବିଜ୍ଞାନ ଆଧାରିତ ବାଲୁକା କଳା। ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହାକୁ ପରିଚାଳନା କରିଥିଲେ ଶିକ୍ଷକ ରବି କାନୁନଗୋ, ମଙ୍ଗୁଳୁ ପ୍ରଧାନ ଓ ଦୀପ୍ତିମୟୀ ସିଂ।

ବିଜ୍ଞାନ ସମ୍ପର୍କିତ ଯାଦୁକାରୀ ପ୍ରଦର୍ଶନ ଦେଖେଇଥିଲେ ଶିକ୍ଷକ ସନ୍ତୋଷ କର ଓ ନିରୋଜ ସାହୁ। ଏଥିରେ ପ୍ରଦର୍ଶନୀ କମିଟିର ସମସ୍ତ ସଦସ୍ୟ ତଥା ପୋଲିସ ହାଇସ୍କୁଲ୍ ର ସମସ୍ତ ଶିକ୍ଷକ ସହଯୋଗ କରିଥିଲେ।

ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026
Latest News

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.