Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସଂଗ୍ରହାଳୟରେ ‘ମଲ୍‌ ରୁ ମ୍ୟୁଜିୟମ୍‌’, ପରିବେଷିତ ହେଲା ଓଡ଼ିଶୀ ଓ ସମ୍ବଲପୁରୀ ନୃତ୍ୟ
ଆଜିର ଖବର

ରାଜ୍ୟ ସଂଗ୍ରହାଳୟରେ ‘ମଲ୍‌ ରୁ ମ୍ୟୁଜିୟମ୍‌’, ପରିବେଷିତ ହେଲା ଓଡ଼ିଶୀ ଓ ସମ୍ବଲପୁରୀ ନୃତ୍ୟ

December 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସଂଗ୍ରହାଳୟ
ରାଜ୍ୟ ସଂଗ୍ରହାଳୟରେ ‘ମଲ୍‌ ରୁ ମ୍ୟୁଜିୟମ୍‌’, ପରିବେଷିତ ହେଲା ଓଡ଼ିଶୀ ଓ ସମ୍ବଲପୁରୀ ନୃତ୍ୟ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିସରରେ ସାଂସ୍କୃତିକ ସନ୍ଧ୍ୟା ‘ମଲ୍‌ ରୁ ମ୍ୟୁଜିୟମ୍‌’ ଆୟୋଜିତ ହୋଇଯାଇଛି। ଯୁବଗୋଷ୍ଠୀଙ୍କୁ ରାଜ୍ୟର କଳା, ସଂସ୍କୃତି ଓ ଐତିହ୍ୟ ପ୍ରତି ଆକୃଷ୍ଟ କରିବା ନିମନ୍ତେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ରାଜ୍ୟ ସଂଗ୍ରହାଳୟ ଓଡ଼ିଶାର ପ୍ରାଚୀନ କଳାକୃତି ଓ ଇତିହାସର ପ୍ରତୀକ ଭାବେ ପରିଚିତ। ଏହାର ମହାନତା ସଂପର୍କରେ ଜାଣିବାର ଆବଶ୍ୟକତା ଥିବାରୁ ଯୁବଗୋଷ୍ଠୀଙ୍କୁ ରାଜ୍ୟ ସଂଗ୍ରହାଳୟ ପ୍ରତି ଆକୃଷ୍ଟ କରିବା ନିମନ୍ତେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଦ୍ୱାରା ନିଜର ସଂସ୍କୃତି ଓ ଇତିହାସ ଜାଣିବା ସହ ଭବିଷ୍ୟତ ପିଢ଼ି ସୁରକ୍ଷିତ ହୋଇପାରିବେ।

ଆଜିର ସନ୍ଧ୍ୟାରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ଓଟିଡିସି ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି, ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ, ଅବସରପ୍ରାପ୍ତ ବରିଷ୍ଠ ପ୍ରଶାସକ ସଂଜୀବ ଚନ୍ଦ୍ର ହୋତା, ରାଜେନ୍ଦ୍ର କିଶୋର ପଂଡ଼ା, ବରିଷ୍ଠ ଐତିହାସିକ ଡ. ନିହାର ରଞ୍ଜନ ପଟ୍ଟନାୟକ, ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରତି ଶନିବାର ଓ ରବିବାର ସନ୍ଧ୍ୟା ୫ରୁ ୬ ଘଟିକା ପର୍ଯ୍ୟନ୍ତ ସଂଗ୍ରହାଳୟ ଉଦ୍ୟାନ ପରିସରରେ ଥିବା ବର୍ଣ୍ଣାଳି ମଞ୍ଚରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଆଜି ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀ ଓ ସାଥି ଓଡ଼ିଶୀ ସମବେତ ନୃତ୍ୟ ଏବଂ ସମ୍ବଲପୁର ‘ରଙ୍ଗବତୀ’ ଲୋକନୃତ୍ୟ ପରିବେଷଣ କରିଛନ୍ତି। ଆସନ୍ତାକାଲି ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଓଡ଼ିଶୀ, ଡାଲଖାଇ ଓ ରସରକେଲି ପରିବେଷଣ କରାଯିବ । ଆଜିର କାର୍ଯ୍ୟକ୍ରମରେ ସଂଗ୍ରହାଳୟର କୁ୍ୟରେଟର ଡ. ଭାରତୀ ପାଲ୍‌, ଧନ୍ୟବାଦ ଅର୍ପଣ କରିଥିବାବେଳେ ଜାଗୃତି ମିଶ୍ର ମଂଚ ସଂଚାଳନ କରିଥିଲେ।

ରାଜ୍ୟ ସଂଗ୍ରହାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Latest News

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.