Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡ ଦ୍ଵାରା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ଆଜିର ଖବର

କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡ ଦ୍ଵାରା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

December 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ବାଳକୃଷ୍ଣପୁର ଠାରେ କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡ ଓ କେନ୍ଦ୍ରୀୟ ଶ୍ରମିକ ସଂଗଠନ ହିନ୍ଦ୍ ମଜଦୂର ସଭା ଗଞ୍ଜାମ ଜିଲ୍ଲାର ମିଳିତ ଅନୁକୁଲ୍ୟରେ ଏକ ପ୍ରଶିକ୍ଷଣ ଶିବିର ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ ସମବାୟ ସେବା ସମିତି ସଭାପତି କାହ୍ନୁ ଚରଣ ପାତ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡର ଆଞ୍ଚଳିକ ନିର୍ଦ୍ଦେଶକ ଏମ.ଏ ଅଖତର ମୁଖ୍ୟ ଅତିଥିଭାବେ ଯୋଗଦେଇ ଶ୍ରମିକଙ୍କ ହିତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ପଠାଉଥିବା ଟଙ୍କା କିପରି ପାଇବେ, କହିବା ସହ କେନ୍ଦ୍ର ସରକାରଙ୍କ ଦ୍ଵାରା ଆରମ୍ଭ କରାଯାଇଥିବା ଇ-ଶ୍ରମ କାର୍ଡ ଦ୍ଵାରା ବିନା ମୂଲ୍ୟରେ ଦୁଇ ଲକ୍ଷ ଟଙ୍କାର ବିମା ସହାୟତା ସରକାର ଯୋଗାଉଥିବା ସେ ପ୍ରକାଶ କରିଥିଲେ।

ସମ୍ମାନିତ ଅତିଥି ଭାବେ କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡର ବରିଷ୍ଠ ଶିକ୍ଷା ଅଧିକାରୀ ଦିଲୀପ କୁମାର ଶତପଥୀ ଯୋଗଦେଇ ଶ୍ରମିକ ମାନେ ବିଭିନ୍ନ କାର୍ଡ କରିବା ସହ ତାର ସଦୁପଯୋଗ କରି ଜନ୍ମ ଠାରୁ ମୃତ୍ୟ ପର୍ଯ୍ୟନ୍ତ ମିଳୁଥିବା ବିଭିନ୍ନ ସହାୟତା ରାଶି କିପରି ପାଇବେ ସେ ଉଲ୍ଲେଖ କରିଥିଲେ। ମୁଖ୍ୟ ବକ୍ତା ଭାବେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ହିନ୍ଦ୍ ମଜଦୂର ସଭାର ଗଞ୍ଜାମ ଜିଲ୍ଲା ସଂଯୋଜକ ସତ୍ୟ ନାରାୟଣ ତ୍ରୀପାଠୀ ଶ୍ରମିକଙ୍କ ପାଇଁ ସରକାର କିଭଳି ନିଜକୁ ସେମାନଙ୍କ ଅତି ନିକଟତର ହେବେ ସେଥିପାଇଁ ପ୍ରତି ବ୍ଲକରେ ଜଣେ ଲେଖାଏ ସହାୟକ ଶ୍ରମ ଅଧିକାରୀ ନିଯୁକ୍ତି ଦେଇଛନ୍ତି। ସେ ବିଷୟରେ କହିବା ସହ ନିର୍ମାଣ ଶ୍ରମିକ ମାନେ ସେମାନଙ୍କ ପରିଚୟ ପତ୍ର ଠାରୁ ଆରମ୍ଭ କରି ଜନ୍ମ ସହାୟତା, ଶିକ୍ଷା ସହାୟତା, ବାହାଘର ସହାୟତା, ମୁତ୍ୟୁ କାଳୀନ ସହାୟତା ଭଳି ଅନେକ ସହାୟତା ମିଳୁଥିବା ତାଙ୍କ ବକ୍ତବ୍ୟ ଉଲ୍ଲେଖ କରିଥିଲେ।

ଏହି କାର୍ଯ୍ଯକ୍ରମରେ ଦୁଇ ଶହରୁ ଉର୍ଦ୍ଧ୍ବ ବିଭିନ୍ନ ଶ୍ରେଣୀୟ ଶ୍ରମିକ ଭାଇ ଭଉଣୀ ମାନେ ଯୋଗଦେଇ ପ୍ରଶିକ୍ଷଣ ନେଇଥିଲେ। ପୂର୍ବତନ ସରପଂଚ ନରସିଂହ ସାହୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶୁଭମ ପାଇକ,ରାଜେଶ ଡାକୁଆ, ପଦ୍ମ ଚରଣ ଗୌଡ, କୁଞ୍ଜ ବିହାରୀ ଗୌଡ ଓ ଅନନ୍ତ ରାମ ସାହୁ ପ୍ରମୁଖ କାର୍ଯକ୍ରମକୁ ସହାୟତା କରିଥିଲେ।

ଇ-ଶ୍ରମ କାର୍ଡ କେନ୍ଦ୍ର ସରକାର କେନ୍ଦ୍ରୀୟ ଶ୍ରମିକ ସଂଗଠନ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.