Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲାରେ ଡାଇରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ରାଉରକେଲାରେ ଡାଇରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

December 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ
Two-Day National Conference on Building and Other Construction Workers (BOCW) to Begin in Mumbai Today

ନୂଆଦିଲ୍ଲୀ: ରାଉରକେଲା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହ ରୋକିବା ପାଇଁ ଏହି ସବୁ ଅଞ୍ଚଳକୁ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ରାଉରକେଲାରେ ଡାଇରିଆ ସଂକ୍ରମଣ ବୃଦ୍ଧି ପାଇବା କାରଣରୁ ଲୋକଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ଦେଖାଯାଇଛି । ବର୍ତ୍ତମାନ ସୁଦ୍ଧା ଏହି ରୋଗରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦୦ରୁ ଅଧିକ ଲୋକମାନେ ଚିକିତ୍ସାଧୀନ ଥିବା କୁହାଯାଉଛି । ପାଣି ସଂକ୍ରମିତ ହୋଇଥିବା କାରଣରୁ ଏହି ରୋଗ ବ୍ୟାପୁଥିବା ସନ୍ଦେହ କରାଯାଉଛି । ଫଳସ୍ୱରୂପ ଅଧିକରୁ ଅଧିକ ଲୋକମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସମସ୍ୟା ପରିଲକ୍ଷିତ ହେଉଛି । ରାଉରକେଲା ଏବଂ ଆଖପାଖ ଅଞ୍ଚଳର ଲୋକଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ରାଉରକେଲାକୁ କେନ୍ଦ୍ରୀୟ ସହାୟତା ପଠାଇ ସଂକ୍ରମଣକୁ ରୋକିବା ଦିଗରେ ବିହିତ ପଦକ୍ଷେପ ନେବାକୁ ଶ୍ରୀ ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ।

ଅନୁରୂପ ଭାବରେ ଏହି ଘଟଣାରେ ପତ୍ର ଲେଖିବା ପୂର୍ବରୁ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଥିଲେ ଯେ ରାଉରକେଲା ସହର ସହିତ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ଡାଇରିଆ ଲାଗି ରହିଥିବା କାରଣରୁ ଲୋକମାନେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।

ରାଉରକେଲା ଭଳି ମହାନଗର ଅଞ୍ଚଳରେ ଡାଇରିଆ ସଂକ୍ରମଣରେ ଶତାଧିକ ଲୋକ ଆକ୍ରାନ୍ତ ହେବା ଓ ପ୍ରଶାସନର ନିୟନ୍ତ୍ରଣ ବାହାରକୁ ଚାଲିଥିବା ଚିନ୍ତାଜନକ । ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ । ସଂକ୍ରମିତ ଅଞ୍ଚଳରେ ଘର ଘର ବୁଲି ଲୋକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସଚେତନତା ସୃଷ୍ଟି କରାଯାଉ । ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ସହ ଉକ୍ତ ଅଞ୍ଚଳରେ ନାଗରିକଙ୍କୁ ଅତ୍ୟାବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ତ୍ୱରିତ ପଦକ୍ଷେପ ନିଅନ୍ତୁ ବୋଲି ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଥିଲେ ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ଧର୍ମେନ୍ଦ୍ର ପ୍ରଧାନ ମନସୁଖ ମାଣ୍ଡଭୀୟ ରାଉରକେଲା
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.