Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟାରେ ପରିବେଷଣ ହେଲା ଆଦିବାସୀ ନୃତ୍ୟ
ଆଜିର ଖବର

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟାରେ ପରିବେଷଣ ହେଲା ଆଦିବାସୀ ନୃତ୍ୟ

December 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟାରେ ପରିବେଷଣ ହେଲା ଆଦିବାସୀ ନୃତ୍ୟ

ଭୁବନେଶ୍ବର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ  ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟାରେ ବିଭାଗର ସ୍ବତନ୍ତ୍ର ଶାସନ ସଚିବ, ଶ୍ରୀ ସରୋଜ କୁମାର ପଟେଲ ମଞ୍ଚରେ ପ୍ରଦୀପ ପ୍ରଜ୍ଵଳନ କରି ଆଜିର ସାଂସ୍କୃତିକ ସନ୍ଧ୍ୟାକୁ ଉଦଘାଟନ କରିଥିଲେ।

ତାଙ୍କ ସହିତ ମଞ୍ଚରେ ଉପସ୍ଥିତଥିଲେ ସିଡ଼ାକ୍ ର ସଦସ୍ୟସଚିବ ଶ୍ରୀଯୁକ୍ତ ଶିଶିର କୁମାର ରଥ ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ସହକାରୀ ନିର୍ଦ୍ଦେଶକ(ହସ୍ତଶିଳ୍ପ), ଶ୍ରୀଯୁକ୍ତ ମାନଗୋବିନ୍ଦ ଜେନା ।

ଏହି ଜାତୀୟ ହସ୍ତଶିଳ୍ପ ମେଳାର ନବମ ସାଂସ୍କୃତିକ ସନ୍ଧ୍ୟା,ଓଡ଼ିଶାର ଲୋକ ନୃତ୍ୟ ପାଇଁ ସମର୍ପିତ ଥିଲା। ଭାବନୀପାଟଣାର ଧ୍ୟାନନନ୍ଦ ପଣ୍ଡା ଓ ସାଥିଙ୍କ ଦ୍ବାରା ଶିଂଗାରୀ  ନୃତ୍ୟ ଏବଂ ଗଜପତିର ସୁଦାମ ବରଦୋ ଓ ସାଥିଙ୍କ ଦ୍ବାରା ଲାଞ୍ଜିଆ ସୌରା ନୃତ୍ୟ ଦର୍ଶକମାନଙ୍କ ମନ ମୋହିଲାବେଳେ କୋରାପୁଟର କୁଳମଣୀ ଜେନା ଓ ସାଥୀଙ୍କ ଦୁରୁଆ ବିରଲି ନୃତ୍ୟ ଏବଂ ରାୟଗଡାର ଜେ. ସୁକାନ୍ତ ଓ ସାଥିଙ୍କ ଦ୍ବାରା ଢେମ୍ ଶା ନୃତ୍ୟ ଦର୍ଶକ ତଥା ପରିଦର୍ଶକ ମାନଙ୍କର ମନୋରଞ୍ଜନ କରିଥିଲା ।

ଡିସେମ୍ବର, ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଜାତୀୟ ମେଳାର ଅବଧି କ୍ରମେ କ୍ରମେ ସରିଆସୁଥିବାରୁ ଲୋକମାନଙ୍କ ମଧ୍ୟରେ ନିଜ  ମନପସନ୍ଦର ହସ୍ତତନ୍ତ  ଓ  ହସ୍ତଶିଳ୍ପ ସାମଗ୍ରୀ କିଣିବାପାଇଁ ପ୍ରବଳ ଉତ୍ସାହ ଏବଂ ମେଳାର ଖାଦ୍ଯ ପ୍ରାଙ୍ଗଣରେ ଅଧିକ ଭିଡ ପରିଲକ୍ଷିତ ହେଉଛି।

ଭୁବନେଶ୍ବରର ଜନତା ମଇଦାନ ଠାରେ ଅନୁଷ୍ଠିତ ଏହି ଜାତୀୟ ମେଳାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମେଳା ମଞ୍ଚରେ ପ୍ରତ୍ୟହ ସନ୍ଧ୍ୟା ୬ ଟା ରୁ ୯.୩୦ ପର୍ଯ୍ୟନ୍ତ ପରିବେଷିତ ହେବା ସହିତମେଳା ପ୍ରତ୍ୟହ ଅପରାହ୍ନ ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଦର୍ଶକ, ଗ୍ରାହକ ତଥା ସର୍ବସାଧାରଣଙ୍କ ପାଇଁ ଖୋଲା ରହୁଛି।

ତୋଷାଳି ମେଳା ତୋଷାଳି ମେଳା 2023
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Latest News

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.