Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ସ୍କାଉଟସ୍ ଏବଂ ଗାଇଡସ୍‌ର ୧୯ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଉଦ୍‌ଘାଟିତ
ଆଜିର ଖବର

ଖୋର୍ଦ୍ଧାରେ ସ୍କାଉଟସ୍ ଏବଂ ଗାଇଡସ୍‌ର ୧୯ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଉଦ୍‌ଘାଟିତ

December 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Khodha
ଖୋର୍ଦ୍ଧାରେ ସ୍କାଉଟସ୍ ଏବଂ ଗାଇଡସ୍‌ର ୧୯ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଉଦ୍‌ଘାଟିତ

ଖୋର୍ଦ୍ଧା: ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡିସ୍ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡସ୍ଥିତ ରାଜ୍ୟ ତାଲିମ କେନ୍ଦ୍ର ପରିସରରେ ଆୟୋଜିତ ୧୯ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଉଦ୍‌ଘାଟିତ ହୋଇଅଛି । ବିଭିନ୍ନ ଜିଲ୍ଲାରୁ ୨୪୮୦ ଜଣ ସ୍କାଉଟ, ଗାଇଡ୍ ଏହି ଜାମ୍ବୋରେଟ୍‌ରେ ଯୋଗଦାନ କରିଛନ୍ତି ।

ଜାତୀୟ ଉପସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ କାଳିପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ଉଦ୍‌ଘାଟକ ଭାବେ ଖାଦ୍ୟଯୋଗାଣ ଓ ସମବାୟ, ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ସଭାପତି ଅତନୁ ସବ୍ୟସାଚୀ ନାୟକ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଶାନ୍ତର ପ୍ରତୀକ ବିଭିନ୍ନ ପ୍ରକାର ବେଲୁନ୍ ଆକାଶକୁ ଛାଡି ଉକ୍ତ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ।

ସମ୍ମାନୀତ ଅତିଥିଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ମହିଳା କମିଶନର ଅଧ୍ଯକ୍ଷା ତଥା ଉପସଭାପତି, ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଡଃ. ମିନତୀ ବେହେରା ପ୍ରମୁଖ ଉକ୍ତ ଉଦ୍‌ଘାଟନୀ ଉତ୍ସବରେ ଉପସ୍ଥିତ ଥିଲେ । ରାଜ୍ୟ ମୁଖ୍ୟ କମିଶନର ଡଃ ମିଶ୍ର ଅତିଥିମାନଙ୍କୁ ସ୍ୱାଗତ କରିବାକୁ ଯାଇ ଜାମ୍ବୋରେଟ୍‌ର ଉଦ୍ଦେଶ୍ୟ ତଥା ରାଜ୍ୟ ସଂଗଠନର ବର୍ଷ ବ୍ୟାପୀ ବିଭିନ୍ନ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରିଥିଲେ ।

ମୁଖ୍ୟଅତିଥି ମନ୍ତ୍ରୀ ଶ୍ରୀ ନାୟକ ରାଜ୍ୟ ସଂଗଠନର ଏଭଳି ଏକ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନରେ ସନ୍ତୋଷପ୍ରକଟ କରିବା ସହିତ ସ୍କାଉଟ ଓ ଗାଇଡ୍ ସଂଗଠନ ପ୍ରତ୍ୟେକ କ୍ଷେତ୍ରରେ ସର୍ବଦା ଉଲ୍ଲେଖନୀୟ କାର୍ଯ୍ୟ ସଂପାଦନ କରିଆସିଛି ବୋଲି ଅଭିହିତ କରିଥିଲେ । ରାଜ୍ୟ ସଂଗଠନ ଦ୍ୱାରା ଆୟୋଜିତ ଉକ୍ତ ଜାମ୍ବୋରେଟ୍ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ସମନ୍ଵୟ ରକ୍ଷାକରି ପାରସ୍ପରିକ ସ୍ନେହ ଓ ବନ୍ଧୁତା ସ୍ଥାପନ ପୂର୍ବକ ସମାଜରେ ଭାଇଚାରାର ଭାବ ଉଦ୍ରେକ କରିବା ପାଇଁ ପ୍ରେରଣାଦାୟକ ହେବ ବୋଲି ମୁଖ୍ୟ ଅତିଥି ଶ୍ରୀ ନାୟକ ମତବ୍ୟକ୍ତ କରିଥିଲେ ।

ପ୍ରତ୍ୟେକ କାର୍ଯ୍ୟରେ ଓଡିଶା ସଂଗଠନ ସବୁବେଳେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସିଥିବାରୁ ସାଧୁବାଦ ଜଣାଇଥିଲେ ।ଅପରାହ୍ନ ୫.୩୦ ମିନିଟ୍ ସାଂଧ୍ୟ ଅଧୂବେଶନରେ ମୁଖ୍ୟ ଅତିଥି ଭାବେ ଉପସଭାପତି ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଜଷ୍ଟିସ୍ ମନୋରଞ୍ଜନ ମହାନ୍ତି ଯୋଗଦେଇ ଅନୁରୂପ ଭାବେ ରାଜ୍ୟସ୍ତରୀୟ ଜାମ୍ବୋରେଟ୍‌ର ସଫଳତା କାମନା କରି ସ୍କାଉଟ ଓ ଗାଇଡ୍‌ମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ ।

ରାଜ୍ୟ ସଂଗଠନ କମିଶନର ତଥା ଆଡମିନିଷ୍ଟ୍ରେଟିଭ୍ ଅଫିସର ଅନାମିକା ଦାସ ସ୍ଵାଗତ ଭାଷଣ ଦେଇଥିବା ବେଳେ ରାଜ୍ୟ କୋଷାଧ୍ୟକ୍ଷ ଭବାନୀ ପ୍ରସାଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ସ୍କାଉଟ ଓ ଗାଇଡ୍‌ମାନଙ୍କ ଦ୍ୱାରା ଆକର୍ଷଣୀୟ ସଂହତି ନୃତ୍ୟ ଅତିଥିମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲା । ଏହି ଶିବିର ଯୁଗ୍ମ ସଂପାଦକ ଶ୍ରୀ ମିହିର ରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ପରିଚାଳିତ ହେଉଛି ।

khodha ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.