ଏ ସମାଜରେ ପାଞ୍ଚ ଜଣଙ୍କୁ ପିତା ପଦବାଚ୍ୟ ବୋଲି କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ

Published: Dec 25, 2023, 6:45 am IST

ନୂଆଦିଲ୍ଲୀ: ଆଚର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ପାଞ୍ଚ ଜଣଙ୍କୁ ପିତା ବୋଲି କୁହାଯିବ ବୋଲି ଉଲ୍ଲେଖ କରିଛନ୍ତି। ଏହି ପାଞ୍ଚ ଜଣ ହେଲେ 1-ଜନ୍ନଦାତା ପିତା, 2-ପୁରୋହିତ 3-ବିଦ୍ୟାଦାତା, 4-ଅନ୍ନଦାତା, 5- ରକ୍ଷାକର୍ତ୍ତା।

ଜନ୍ମଦାତା ସବୁବେଳେ ପିତା ଭାବେ କୁହାଯାଇଥାଏ। ସେ ବସ୍ତ୍ର ଏବଂ ବାସ ସ୍ଥାନର ବନ୍ଦୋବସ୍ତ କରନ୍ତି । ସେହିପରି ଯେ ପୂଜାଦି କାର୍ଯ୍ୟ କରିଥାନ୍ତି ସେ ମଧ୍ୟ ପିତା ପଦବାଚ୍ୟ। ଏଥିସହିତ ବିଦ୍ୟାଦାତା ଏବଂ ଅନ୍ନଦାତା ମଧ୍ୟ ପିତା ପଦବାଚ୍ୟ ବୋଲି ଚାଣକ୍ୟ ଉଲ୍ଲେଖ କରିଛନ୍ତି।

Related posts