Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଞ୍ଚା ଲଙ୍କାରେ ମୁକ୍ତିଲାଭ କଲା ବାରଙ୍ଗ ୧୯୯୯
ଆଜିର ଖବର

କଞ୍ଚା ଲଙ୍କାରେ ମୁକ୍ତିଲାଭ କଲା ବାରଙ୍ଗ ୧୯୯୯

December 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର ଆଗ ଧାଡ଼ିର ମନୋରଞ୍ଜନ ଆପ୍ ‘କଞ୍ଚା ଲଙ୍କା’ ର ନୂତନ ୱେବ୍‌ ସିରିଜ୍, ‘ବାରଙ୍ଗ ୧୯୯୯’ ସାରା ରାଜ୍ୟରେ ଚହଳ ସୃଷ୍ଟି କରିବା ପାଇଁ ପ୍ରସ୍ତୁତ ହୋଇଛି। ଏହି ମହାଗାଥାକୁ ନିର୍ଦ୍ଦେଶନା ଦେଇଛନ୍ତି ଯୁବ ନିର୍ଦ୍ଦେଶକ ଅଜୟ ପାଢ଼ୀ। ୭ ଏପିସୋଡ୍ ବିଶିଷ୍ଟ ଏହି ସିରିଜ୍ ଦର୍ଶକଙ୍କ ମନୋରଞ୍ଜନ କରିବା ସହ ରାଜନୈତିକ ଚକ୍ରବ୍ୟୁହ ଏବଂ ନାରୀ ଶକ୍ତିର ରୂପରେଖକୁ ମଧ୍ୟ ଦର୍ଶାଇବ।

ବାରଙ୍ଗ ୧୯୯୯ କେବଳ ଗୋଟେ ୱେବ୍‌ ସିରିଜ୍ ନୁହେଁ। ଏହା ନ୍ୟାୟ, ନାରୀ ଜାତିର ବର୍ଷ ବର୍ଷର ସଂଘର୍ଷ ଏବଂ ସଶକ୍ତିକରଣର ନିଚ୍ଛକ ପ୍ରତିଛବି । ଏହି ରାଜନୈତିକ କାହାଣୀର ମୂଳରେ ଅଛନ୍ତି ଅମ୍ରିତା ପାଢ଼ୀ ଏବଂ ସରକାରୀ ବ୍ୟବସ୍ଥା ସହିତ ତାଙ୍କର ଲଢେଇ ରହିଛି ଏହାର ପ୍ରମୁଖ ବିଷୟବସ୍ତୁ। ନିଜ ପରିବାର ଏବଂ ସରକାରୀ ବ୍ୟବସ୍ଥାର ଅନ୍ୟାୟ ସତ୍ତ୍ବେ, ମନରେ ଆଶା ଏବଂ ଦୃଢ ଆତ୍ମବିଶ୍ବାସ ରଖି , ଅମ୍ରିତା ଅନବରତ ଲଢି ଚାଲନ୍ତି। ପୁରୁଷ ପ୍ରଧାନ ସମାଜରେ ଅମ୍ରିତା ସାଜନ୍ତି ଇଚ୍ଛାଶକ୍ତି ଏବଂ ସାହସର ପ୍ରତିଛବି। ତାଙ୍କର ଏହି ଯାତ୍ରା କେବଳ ବ୍ୟକ୍ତିଗତ ନ ରହି ସାଜିଯାଏ ସାମାଜିକ ପରିବର୍ତ୍ତନର ସୂତ୍ର। ଓଡିଆ ସିନେମାରେ ନିକଟରେ ଚହଳ ସୃଷ୍ଟି କରିଥିବା ସୁପ୍ରିୟା ନାୟକ ଅମ୍ରିତା ଭୂମିକାରେ ଥିଲାବେଳେ, ପରଦା ରେ ଦିଶିବେ ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଦୁଇ ଜଣ ଚମତ୍କାର ଅଭିନେତା – ନିକଟରେ ମନୋନୀତ NSD ଡିରେକ୍ଟର ଚିତ୍ତରଞ୍ଜନ ତ୍ରିପାଠୀ (ସ୍ୟାକରେଡ୍‌ ଗେମ୍ସ, ଫାଣ୍ଟମ ଏବଂ ଶୁଭ୍ ମଙ୍ଗଲ୍ ସାବଧାନ) ଏବଂ ମହାରାଣୀ, ଜେଙ୍ଗାବୁରୁ ଏବଂ ୧୨ତମ ଫେଲ୍ ଇତ୍ୟାଦିରେ ଦର୍ଶକଙ୍କ ହୃଦୟ ଜିତି ଥିବା ସୁକୁମାର ଟୁଡୁ। ଏହା ବ୍ୟତୀତ ଚନ୍ଦନ ମହାନ୍ତି, ଅସିତ ପାତ୍ର, ନିଶାନ୍ତ ମଜିଠିଆ, ଭାସ୍ବତୀ ବସୁ, କେପି, ସୋମେନ ପୂଜାରୀ, ଭୂପତି ତ୍ରିପାଠୀ ଏବଂ ଆହୁରି ଅନେକ ଓଡ଼ିଶାର ସୁନାମଧନ୍ୟ କଳାକାର ବାରଙ୍ଗରେ ଦିଶିବେ।

ଏହି ମନୋରଞ୍ଜକ କାହାଣୀର ସ୍ରଷ୍ଟା ହେଉଛନ୍ତି ବର୍ଷୀୟାନ ସାମ୍ବାଦିକ ଦିଲୀପ ବିଷୋଇ, ଚିତ୍ରନାଟ୍ୟ ଲେଖୁଛନ୍ତି ସରୋଜ ମହାପାତ୍ର ଏବଂ ଦମଦାର ସଂଳାପରେ ସଜେଇଛନ୍ତି, ଯୁବ ସଂଳାପକାର ନିଶାନ୍ତ ମଜିଠିଆ। ମୁମ୍ବାଇରେ କାର୍ଯ୍ୟରତ ଡିରେକ୍ଟର ଅଫ ଫୋଟୋଗ୍ରାଫୀ, ଯୁଧିଷ୍ଠିର ବେହେରାଙ୍କ ଆକର୍ଷଣୀୟ ଚିତ୍ରତ୍ତୋଳନ ଏବଂ ରଶ୍ମୀ ରଞ୍ଜନଙ୍କ ନିଖୁଣ ସମ୍ପାଦନା ନିଶ୍ଚିତ ଭାବେ ଏହି ସିରିଜ୍ କୁ ନେଇ ପାରିବ ଓଡ଼ିଶାର ଶ୍ରେଷ୍ଠ ସିରିଜ୍ ତାଲିକାରେ। ଏହି ସିରିଜ୍ ର ମଙ୍ଗ ଧରିଥିବା ନିର୍ଦ୍ଦେଶକ ଅଜୟ ପାଢ଼ୀ କହିଛନ୍ତି, “ବାରଙ୍ଗ ୧୯୯୯ ମୋ ପାଇଁ ଗୋଟେ ବହୁତ ବଡ଼ ଚ୍ୟାଲେଞ୍ଜ ଥିଲା। କାରଣ କାନଭାସ୍ ବହୁତ ବଡ଼ ଥିଲା ଏବଂ କାହାଣୀ ବହୁତ ରୋମାଞ୍ଚକର ଥିଲା। 90s କୁ ରୀକ୍ରିଏଟ କରିବା କଷ୍ଟ ଥିଲା କିନ୍ତୁ ବହୁତ ମଜା ଲାଗିଲା। ପୁରା ଟିମ୍ ଭରପୁର ଚେଷ୍ଟା ଏବଂ ପରିଶ୍ରମ କରିଛନ୍ତି। ମୁଁ ଆଶା କରୁଛି ଆମକୁ ବନେଇବାରେ ଯେତେ ମଜା ଲାଗିଛି, ଦର୍ଶକ ମାନଙ୍କୁ ଦେଖିବାରେ ମଧ୍ୟ ସେତିକି ମଜା ଲାଗିବ।

କଞ୍ଚା ଲଙ୍କାର ସହ-ପ୍ରତିଷ୍ଠାତା ଏବଂ ଅଧ୍ୟକ୍ଷ ଅକ୍ଷୟ ପରିଜା ଏହି ଅବସରରେ କହିଲେ, ‘‘ଏହି କାହାଣୀ ମନୋରଞ୍ଜକ ହବା ସହିତ ପ୍ରେରଣାଦାୟକ ମଧ୍ୟ। ଲୋକଙ୍କ ପାଖକୁ ଏମିତି ଗୋଟେ_କାହାଣୀ ଆଣି ପାରିଥିବାରୁ ଆମେ ବହୁତ ଉତ୍ସାହିତ। ଏହି କାହାଣୀ, କୌଣସି ଜଣେ ମହିଳାଙ୍କର ନୁହେଁ, ଏହି କାହାଣୀ ସେଇ ସବୁ ନାରୀଙ୍କର ଯିଏକି ନ୍ୟାୟ ପାଇଁ ଲଢେଇ କରିଛନ୍ତି। ଏହା ଓଡ଼ିଶାର ପ୍ରଥମ ଏବଂ ସବୁଠୁ ବଡ଼ ପଲିଟିକାଲ ଡ୍ରାମା। ଆଶା କରୁଛି ଦର୍ଶକଙ୍କୁ ନିଶ୍ଚୟ ଭଲ ଲାଗିବ‘। ଏହି ୱେବ୍ ସିରିଜ୍, ଆପଣ ଦେଖି ପାରିବେ କଞ୍ଚା ଲଙ୍କା ଆପ୍ ରେ ଯାହାକି ଗୁଗୁଲ୍ ପ୍ଲେ ଷ୍ଟୋର୍, ଆପେଲ୍ ଷ୍ଟୋର୍, ୱେବ୍‌ ସାଇଟ୍ ସହିତ, ଜିଓ ଟିଭି, ଐରଟେଲ୍‌ ଏକ୍ସଷ୍ଟ୍ରିମ୍, ଓ.ଟି.ଟି ପ୍ଲେ ଏବଂ ପ୍ଲେ ବକ୍ସ ଇତ୍ୟାଦି ସୁପର୍ ଆପ୍ ଗୁଡିକରେ ମଧ୍ୟ ଉପଲବ୍ଧ।

କଞ୍ଚା ଲଙ୍କା ବାରଙ୍ଗ ୧୯୯୯ ୱେବ୍ ସିରିଜ୍‌
Share. Facebook Twitter LinkedIn Email WhatsApp Copy Link

Related Posts

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026
Latest News

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.