Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟା,ଓଲିଉଡ କଣ୍ଠଶିଳ୍ପୀଙ୍କ ଗୀତରେ ଝୁମିଲେ ଦର୍ଶକ
ଆଜିର ଖବର

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟା,ଓଲିଉଡ କଣ୍ଠଶିଳ୍ପୀଙ୍କ ଗୀତରେ ଝୁମିଲେ ଦର୍ଶକ

December 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଅତିଥି ଭାବରେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ର ପ୍ରମୁଖ ଶାସନ ସଚିବ, ଶ୍ରୀ ବିଶାଲ କୁମାର ଦେବ ଏବଂ  ମହିଳା ଓ ଶିଶୁ ବିକାଶ ବିଭାଗର ଶାସନ ସଚିବ, ଶ୍ରୀମତୀ ଶୁଭା ଶର୍ମା, ସାଂସ୍କୃତିକ ସନ୍ଧ୍ୟାକୁ ଉଦଘାଟନ କରିଥିଲେ।

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଅତିଥିଦ୍ୱୟଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ  କରିଥିଲେ। ତାଙ୍କ ସହିତ ମଞ୍ଚରେ ଉପସ୍ଥିତ ଥିଲେ, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ରୀ ଶୋଭନ କ୍ରୀଷ୍ଣା ସାହୁ ଏବଂ ବୟନିକାର ପରିଚାଳନା ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତୀ ଛୋଟରାୟ।

ଏହି ଜାତୀୟ ମେଳାର, ପଞ୍ଚମ ସାଂସ୍କୃତିକ ସନ୍ଧ୍ୟା ଅବସରରେ ମେଳା ପରିସରରେ ଥିବା ମଞ୍ଚରେ ଓଲିଉଡ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀବିଷ୍ଣୁ ମୋହନ କବି, ଅନ୍ତରା ଚକ୍ରବତ୍ତୀ, ପୂଜା ପ୍ରତ୍ୟୁଶା ଓ ସ୍ଵୟମ ପାଢୀଙ୍କ ଦ୍ବାରା ପରିବେଷିତ ସଙ୍ଗୀତ ଦର୍ଶକ ତଥା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ କାରିଗରମାନଙ୍କ ମନରେ ଆନନ୍ଦ ଭରିଦେଇଥିଲା।

ଆଜି ମେଳା ପରିସରରେ ଅଧିକ ଭିଡ ପରିଲକ୍ଷିତ ହୋଇଥିଲା। ଡିସେମ୍ବର, ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଜାତୀୟ ମେଳାର ଅବଧି  ଆସନ୍ତା କାଲି ସରି ଯାଉଥିବାରୁ ଦର୍ଶକମାନେ ହସ୍ତଶିଳ୍ପ ଓ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ଉଠାଇବ ସହିତ ଖାଦ୍ଯ ପ୍ରାଙ୍ଗଣରେ ରାଜ୍ୟ ତଥା ରାଜ୍ୟ ବାହାରର ସୁସ୍ଵାଦ ଓ ପାରମ୍ପରିକ ବ୍ୟଞ୍ଜନ ମନଭରି ଉପଭୋଗ କରିବା  ସହିତ ଛୋଟ ଛୋଟ ପିଲାମାନେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ।

ଭୁବନେଶ୍ବରର ଜନତା ମଇଦାନ ଠାରେ ଅନୁଷ୍ଠିତ ଏହି ଜାତୀୟ ମେଳାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମେଳା ମଞ୍ଚରେ ପ୍ରତ୍ୟହ ସନ୍ଧ୍ୟା ୬ ଟା ରୁ ୯.୩୦ ପର୍ଯ୍ୟନ୍ତ ପରିବେଷିତ ହେବା ସହିତମେଳା ପ୍ରତ୍ୟହ ଅପରାହ୍ନ ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଦର୍ଶକ, ଗ୍ରାହକ ତଥା ସର୍ବସାଧାରଣଙ୍କ ପାଇଁ ଖୋଲା ରହୁଛି।

ତୋଷାଳୀ ଜାତୀୟ ହସ୍ତଶିଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026
Latest News

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.