Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୭ ବର୍ଷରେ ପଦାର୍ପଣ କଲା ବିଜୁ ଜନତା ଦଳ: ପ୍ରତିଷ୍ଠା ଦିବସ ପାଳିଲା ରଣପୁର ବିଜେଡି
ଆଜିର ଖବର

୨୭ ବର୍ଷରେ ପଦାର୍ପଣ କଲା ବିଜୁ ଜନତା ଦଳ: ପ୍ରତିଷ୍ଠା ଦିବସ ପାଳିଲା ରଣପୁର ବିଜେଡି

December 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ସାରା ରାଜ୍ୟରେ ବିଜୁ ଜନତା ଦଳ ୨୭ତମ ପ୍ରତିଷ୍ଠା ଦିବସ ପାଳିଥିଲା। ଏହି ଅବସରରେ ରଣପୁର ବିଜୁ ଜନତା ଦଳ ମଧ୍ୟ ଧୁମ ଧାମ ସହ ପ୍ରତିଷ୍ଠା ଦିବସ ପାଳନ କରିଥିଲା।

୧୯୯୭ରେ ଜନ୍ମ ନେଇଥିବା ବିଜୁ ଜନତା ଦଳ ଏପର୍ଯ୍ୟନ୍ତ ୨୬ଟି ବର୍ଷ ପାଳନ କରି ସାରିଥିବା ବେଳେ ମଙ୍ଗଳବାର ଦିନ ୨୭ ବର୍ଷରେ ପାଦ ଥାପି ପ୍ରତିଷ୍ଠା ଦିବସ ପାଳନ କରିଥିଲା। ଏହି ପ୍ରତିଷ୍ଠା ଦିବସ ଅବସରରେ ବିଜେଡି ଆରମ୍ଭ କରିଛି ୨୦୨୪ ନିର୍ବାଚନ ଯାତ୍ରା। ତୃଣମୂଳ ଲୋକଙ୍କ ପାଖରେ ପହଂଚି ଘରେ ଘରେ ବିଜେଡି କର୍ମୀ ପହଞ୍ଚାଇବେ ନବୀନଙ୍କ ବିକାଶ ବାର୍ତ୍ତା। ଜାନୁଆରୀ ୨୩ ରୁ ମାର୍ଚ୍ଚ ୫ ତାରିଖ ଯାଏଁ ପ୍ରତି ଘରକୁ ଯିବେ ବିଜେଡି କର୍ମୀ। ଜନ ସମ୍ପର୍କ ଯୋଡ଼ିବେ, ଦଳର ପ୍ରଚାର କରିବେ।

ଏହି ପରିପ୍ରେକ୍ଷୀରେ ରଣପୁର ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ଗଣଦୌଡ଼, ନଗର ପରିକ୍ରମା ସହ ବିଶାଳ ସଭା ଆୟୋଜିତ ହୋଇଥିଲା। ପ୍ରଥମେ ରଣପୁର ପଞ୍ଚୁଦୋଳ ପଡିଆରେ ଥିବା ଶହୀଦ ରଘୁଦିବାକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା। ଏହା ପରେ ମଣିନାଗ ପର୍ଯ୍ୟନ୍ତ ଏକ ପଦଯାତ୍ରା କରା ଯାଇଥିଲା। ଏହା ପରେ ମଣିନାଗ ପୀଠ ଠାରେ ଏକ ବିଶାଳ ସଭା ଆୟୋଜନ କରାଯାଇଥିଲା। ଏହି ସଭାରେ ପ୍ରାୟ ୫ ହଜାର ଲୋକ ଯୋଗ ଦେଇଥିଲେ।

ଏଥିରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଏବଂ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଅଭିଭାଷଣ ଦେଇ କର୍ମୀମାନଙ୍କୁ ଆଗାମୀ ନିର୍ବାଚନ ପାଇଁ ମନ୍ତ୍ର ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ନଗର ସଭାପତି ଲିଙ୍ଗରାଜ ନାୟକ, ସାଂସଦ ପ୍ରତିନିଧି ସ୍ୱରାଜ ମହାନ୍ତି, ବ୍ଲକ ସଭାପତି ସଚିକାନ୍ତ ଷଡ଼ଙ୍ଗୀ, କିଶୋର ପଟ୍ଟନାୟକ, ନାରାୟଣ ମହାପାତ୍ର, ବିଜୟକେତନ ସାହୁ, ରଞ୍ଜନ ଦାଶ, ଲିଟୁ ସ୍ୱାଇଁ, ଦିନେଶ ପରିଡା, କମଳାକ୍ଷୀ ଦେଵିଦର୍ଶିନୀଙ୍କ ସହ ସମସ୍ତ ବିଜେଡି କର୍ମୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ପ୍ରତିଷ୍ଠା ଦିବସ ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.