Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଯାପିତ – ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ଆକଳନ
ଆଜିର ଖବର

‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଯାପିତ – ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ଆକଳନ

December 27, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ୧୮ତମ “ତୋଷାଳି” ଜାତୀୟ ହସ୍ତଶିଳ୍ପ ମେଳା ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଡିସେମ୍ବର ୧୫ରୁ ଆରମ୍ଭ ହୋଇଥିବା ଏହି ଜାତୀୟ ସ୍ତରୀୟ ମେଳାରେ ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଥିବା ଆକଳନ କରାଯାଇଛି। ଶେଷ ଦିନରେ ମଧ୍ୟ ହସ୍ତତନ୍ତ ଓ ହସ୍ତଶିଳ୍ପ ବଜାର ସହିତ ଫୁଡ୍ କୋର୍ଟରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।

ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ପ୍ରତିବର୍ଷ ତୋଷାଳି ମେଳା ଆୟୋଜନ କରାଯାଉଛି। ଚଳିତବର୍ଷ ମେଳାରେ ଜିଆଇ ମାନ୍ୟତା ପାଇଥିବା ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପ ଜିନିଷ ସହିତ ଜନଜାତି କଳାକୃତି ପ୍ରମୁଖ ଆକର୍ଷଣ ପାଲଟିଥିଲା। ୧୨ ଦିନ ଧରି ଚାଲିଥିବା ଏହି ମେଳାକୁ ୨୫ ଲକ୍ଷରୁ ଅଧିକ ଲୋକ ଆସିଥିବା ଆକଳନ କରାଯାଇଛି।

ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟୋଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ଭିତରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ ପାଢ଼ୀ ଏବଂ ତ୍ରିପୁରାର ପୂର୍ବତନ ମୁଖ୍ୟ ଶାସନ ସଚିବ ସଞ୍ଜୟ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।

“ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରସ୍ତୁତି କରିବାରେ ସାରା ଦେଶରେ ଓଡ଼ିଶାର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି। ଏହାର ଅଧିକ ପ୍ରସାର ପାଇଁ ତୋଷାଳି ମେଳା ବିଶେଷ ସହାୟକ ହେଉଛିୟ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ପ୍ରଦର୍ଶନ ଓ ବିକ୍ରି ପାଇଁ ତୋଷାଳି ମେଳା ଗୋଟିଏ ବଡ଼ ବଜାର ସାଜିଥିବାରୁ ଆଜି ଏହା ସାରା ଦେଶର ଲୋକମାନଙ୍କ ପାଇଁ ଆକର୍ଷଣ ପାଲଟିଛି। ଆଗାମୀ ଦିନରେ ଏହାକୁ ଅନ୍ତର୍ଜାତୀୟ ସ୍ତରର କରିବା ଲାଗି ଲକ୍ଷ୍ୟ ରଖାଯାଇଛି”, କହିଛନ୍ତି ଡକ୍ଟର ଅରବିନ୍ଦ ପାଢ଼ୀ।

ଚଳିତବର୍ଷ ତୋଷାଳି ମେଳା ସଫଳତାର ସହ ଶେଷ ହୋଇଥିବାରୁ ଏହି ଅବସରରେ ଡକ୍ଟର ପାଢ଼ୀ ବିଭାଗ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।

ଶେଷ ସନ୍ଧ୍ୟାରେ “ତୋଷାଳି” ମଞ୍ଚରେ ଆକର୍ଷଣ ଥିଲେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ସୋନାଲି ମହାପାତ୍ର। ତାଙ୍କ ନେତୃତ୍ୱରେ ସାଥୀ କଳାକାରମାନେ ଓଡ଼ିଶୀ ନୃତ୍ୟ ପରିବେଷଣ କରି ଦର୍ଶକଙ୍କ ମନ ମୁଗ୍ଧ କରିଥିଲେ। ସେହିପରି ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନସ୍ଥ ବିଭିନ୍ନ ଚାଇଲ୍ଡ କେୟାର ଇନଷ୍ଟିଚ୍ୟୁଟର (ସିସିଆଇ) ପିଲାମାନେ ଏଠାରେ ନୃତ୍ୟ ପରିବେଷଣ କରିଥିଲେ। ଏଥିରେ ଖୋର୍ଦ୍ଧା, ପୁରୀ ଓ କଟକ ଜିଲ୍ଲାର ସିସିଆଇର ମୋଟ ୩୯ ଜଣ ଝିଅ ଅଂଶଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ଅଧ୍ୟକ୍ଷ ପଦ୍ମବିଭୂଷଣ ଡକ୍ଟର ସୁଦର୍ଶନ ସାହୁ, ବିଭାଗୀୟ ସ୍ୱତନ୍ତ୍ର ସଚିବ ସରୋଜ ପଟେଲ, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ଶୋଭନକୃଷ୍ଣ ସାହୁ, ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ପ୍ରଣତି ଛୋଟରାୟ, ବିଭାଗୀୟ ଅତିରିକ୍ତ ସଚିବ ବିକ୍ରମାଦିତ୍ୟ ବାରିକ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶକ କଲ୍ୟାଣୀ ପଟ୍ଟନାୟକ, ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ତଥା ଏସଆଇଡିଏସିର ସଦସ୍ୟ ସଚିବ ଶିଶିର କୁମାର ରଥ ପ୍ରମୁଖ ଯୋଗ ଦେଇଥିଲେ।

ଚଳିତବର୍ଷ ତୋଷାଳି ମେଳାରେ ୬୦୦ରୁ ଅଧିକ ଷ୍ଟଲ ଖୋଲା ଯାଇଥିଲା। ଏଥିରେ ଓଡ଼ିଶା ତଥା ବିଭିନ୍ନ ରାଜ୍ୟର ହସ୍ତତନ୍ତ ଓ ହସ୍ତଶିଳ୍ପ ଜିନିଷ ପ୍ରମୁଖ ଆକର୍ଷଣ ପାଲଟିଥିଲା। ସମ୍ବଲପୁରୀ ବାନ୍ଧ ଓ ଇକତ ଶାଢ଼ି ତଥା କପଡ଼ା, ଗୋପାଳପୁର ଟସର ଜିନିଷ ଓ କୋଟପାଡ଼ ଶାଢ଼ି ସହିତ ବେଙ୍ଗାଳୁରୁ ଓ ବନାରସର ସିଲ୍କ, ଆନ୍ଧ୍ରପ୍ରଦେଶର ପୋଚମପାଲି, ବେଙ୍ଗଲ ଟାଙ୍ଗାଇଲ୍ ଏବଂ କଶ୍ମୀରର ଉଲ୍ ଜିନିଷର ଭଲ ଚାହିଦା ରହିଥିଲା।

ସେହିପରି ପଥର ଓ କାଠ ଖୋଦେଇ ମୂର୍ତ୍ତି, ପଟ୍ଟଚିତ୍ର, ପିପିଲି ଚାନ୍ଦୁଆ ସହିତ ଢୋକ୍ରା, ଟେରାକୋଟା, ଜନଜାତି କଳାକୃତି ଓ ଅଳଙ୍କାର ଏବଂ ସବାଇ ଘାସରୁ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀକୁ ଲୋକେ ଆଗ୍ରହର ସହିତ କିଣିଥିଲେ।

“ତୋଷାଳି” ମେଳାରେ ଏଥର ପ୍ରମୁଖ ଆକର୍ଷଣ ଥିଲା “ଥିମ୍ ପାଭିଲିୟନ୍‌”। ଏଥିରେ ଓଡ଼ିଶାର ବିଭିନ୍ନ ଜନଜାତି କଳାକୃତି ସହିତ ଜିଆଇ ମାନ୍ୟତା ପାଇଥିବା ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା। ତା’ସହ ଅହିଂସା ଉପାୟରେ ଓଡ଼ିଶା ପ୍ରସ୍ତୁତ କରୁଥିବା କରୁଣା ସିଲ୍କର ଲାଇଭ୍ ଡେମୋ ଅନ୍ୟତମ ଆକର୍ଷଣ ପାଲଟିଥିଲା।

ତୋଷାଳି ମେଳାରେ ଓଡ଼ିଶାର ବିଭିନ୍ନ କଳା, କାରିଗରିର ଲାଇଭ୍ ଡେମୋ ପ୍ରଦର୍ଶନ କରାଯାଇଥିଲା। ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର୍ ଡେଭଲପମେଣ୍ଟ ଅଫ୍ ଆର୍ଟ୍ସ ଆଣ୍ଡ କ୍ରାଫ୍ଟସର (ଏସଆଇଡିଏସି) ପ୍ରଶିକ୍ଷାର୍ଥୀମାନେ ମେଳାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।

ଚଳିତବର୍ଷ ତୋଷାଳି ମେଳାକୁ ଆସୁଥିବା ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ବିଭାଗ ପକ୍ଷରୁ ହୁଇଲ ଚେୟାର ବ୍ୟବସ୍ଥା କରାଯାଇଥିଲା।

ସେହିପରି ତୋଷାଳି ମେଳା ବୁଲିବାକୁ ଆସୁଥିବା ଲୋକଙ୍କ ପାଇଁ ଖୋଲିଥିଲା ସ୍ୱତନ୍ତ୍ର ଫୁଡ୍ କୋର୍ଟ। ଏଠାରେ ୨୫ଟି ଷ୍ଟଲରେ ଓଡ଼ିଶା ସହିତ ବିଭିନ୍ନ ରାଜ୍ୟର ପାରମ୍ପରିକ ଓ ଆଧୁନିକ ଖାଦ୍ୟର ପସରା ଖୋଲିଥିଲା।

 

ଜନତା ମଇଦାନ ଜାତୀୟ ହସ୍ତଶିଳ୍ପ ମେଳା ତୋଷାଳି
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.