Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାମାଜିକ ବିକାଶ ନିମନ୍ତେ ସୋଆ ଏବଂ ସିୱାଇଏସ୍‌ଡି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଆଜିର ଖବର

ସାମାଜିକ ବିକାଶ ନିମନ୍ତେ ସୋଆ ଏବଂ ସିୱାଇଏସ୍‌ଡି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

December 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାମାଜିକ ବିକାଶ ନେଇ ବିଭିନ୍ନ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ ଲୋକଙ୍କର ଜୀବନର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ‘ସେଂଟର ଫର ୟୁଥ ଆଣ୍ଡ ସୋସିଆଲ୍ ଡେଭଲପ୍‌ମେଂଟ’ (ସିୱାଇଏସ୍‌ଡି) ମଧ୍ୟରେ ବୁଧବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି।

ବୁଝାମଣା ଅନୁଯାୟୀ ସୋଆ ଏବଂ ସିୱାଇଏସ୍‌ଡି ମିଳିତ ଭାବେ ବିଭିନ୍ନ କର୍ମଶାଳା, ସମ୍ମିଳନୀ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରିବେ। ଛାତ୍ରଛାତ୍ରୀ ଓ ଗବେଷଣାରତ ସ୍କଲାରମାନଙ୍କୁ ସମାଜ ସହ ସମ୍ପର୍କ ଓ ଲିଙ୍ଗଗତ ଅଧ୍ୟୟନ କ୍ଷେତ୍ରରେ ଅବଗତ କରାଯିବ।

ସେହିପରି କୃଷି ଜଙ୍ଗଲ, ସାମୂହିକ ଚାଷ, ଜଳସେଚନ ବିକାଶ ଓ ସ୍ଥାୟୀ ବିକାଶ ଲକ୍ଷ୍ୟ ବିଷୟରେ ମଧ୍ୟ ପ୍ରଶକ୍ଷିଣ ଦିଆଯିବ।

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ସିୱାଇଏସ୍‌ଡିର ସହ ପ୍ରତିଷ୍ଠାତା ଶ୍ରୀ ଜଗଦାନନ୍ଦ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ। ସୋଆ ଏବଂ ସିୱାଇଏସ୍‌ଡି ମିଳିତ ଭାବେ ସାମଗ୍ରିକ କୃଷି ପଦ୍ଧତି ଉପରେ କାର୍ଯ୍ୟ କରିବେ ଓ ଓଡିଶାର କେତେକ ପଛୁଆ
ଅଂଚଳରେ ଏହାକୁ ନେଇ ପାଇଲଟ ପ୍ରୋଜେକ୍ଟ କରାଯିବ। ଯୁବଶକ୍ତି କୁ ବିକାଶ ତଥା ବିପର୍ଯ୍ୟୟ ପ୍ରସ୍ତୁତି କ୍ଷେତ୍ରରେ ବ୍ୟବହାର କରାଯିବ।

ଏହି ଅବସରରେ ଶ୍ରୀ ଜଗଦାନନ୍ଦ କହିଥିଲେ ସିୱାଇଏସ୍‌ଡି ଏବଂ ସୋଆ ଗ୍ରାମାଂଚଳର ଲୋକଙ୍କ ମଧ୍ୟରେ ନେତୃତ୍ୱ ବିକାଶରେ ସାହାଯ୍ୟ କରିବା ସହ ତୃଣମୂଳ ସ୍ତରର ଅନୁଷ୍ଠାନ ଗୁଡ଼ିକୁ ସେମାନଙ୍କ ଦକ୍ଷତା ବୃଦ୍ଧି ଦିଗରେ ସହାୟତା କରିବେ। ଗ୍ରାମାଂଚଳର ସାମାଜିକ ସ୍ତରରେ ସୋଆ ଯେଉଁ କାର୍ଯ୍ୟ କରୁଛି ସେଗୁଡ଼ିକରେ ମଧ୍ୟ ସିୱାଇଏସ୍‌ଡି ସହାୟତା କରିବ ବୋଲି ସେ କହିଥିଲେ।

ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, ଇନ୍‌ଷ୍ଟିଚ୍ୟୁଟ୍ ଅଫ ଏଗ୍ରିକଲଚରାଲ ସାଇନ୍‌ସେସ୍ (ଆଇଏଏସ୍‌)ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆର ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ପ୍ରମୋଦ କୁମାର ପଣ୍ଡା, ସିୱାଇଏସ୍‌ଡିର ଚିଫ୍ ଅପରେଟିଙ୍ଗ୍ ଅଫିସର ହରିଶ ଚନ୍ଦ୍ର ସିଂ ଏବଂ ପ୍ରୋଗ୍ରାମ ଡାଇରେକ୍ଟର ବସନ୍ତ କୁମାର ନାୟକ ଉପସ୍ଥିତ ଥିଲେ।

ବୁଝାମଣା ସ୍ୱାକ୍ଷରିତ ଶିକ୍ଷା ଓ ଅନୁସନ୍ଧାନ ସାମାଜିକ ବିକାଶ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

October 17, 2026

ମାନବିକ ଭାବନା ଓ ଅଭିବ୍ୟକ୍ତି ମଧ୍ୟରେ ଏକ ସୃଜନଶୀଳ ସେତୁର ଭୂମିକା ନିର୍ବାହ କରେ ସାହିତ୍ୟ

October 17, 2026

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026
Latest News

ମର୍ମନ୍ତୁଦ ଦୁର୍ଘଟଣା: ୮ ମୃତ, ୧୫ରୁ ଉର୍ଦ୍ଧ୍ୱ ଗୁରୁତର

October 17, 2026

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

October 17, 2026

ସିଜେପି ପ୍ରୋଟେଷ୍ଟକୁ ନେଇ ଆମେରିକାରେ ହଲଚଲ: ରୁବିଓଙ୍କୁ ଚିଠି ଲେଖିଲେ ୬ ଡେମୋକ୍ରାଟ୍ ସାଂସଦ

October 17, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ରୁଷରୁ ତୈଳ ଏବଂ ଗ୍ୟାସ କ୍ରୟ ପାଇଁ ଭାରତ ଉପରେ ଲାଗୁ ହେବ ନାହିଁ ଶୁଳ୍କ

October 17, 2026

ମାନବିକ ଭାବନା ଓ ଅଭିବ୍ୟକ୍ତି ମଧ୍ୟରେ ଏକ ସୃଜନଶୀଳ ସେତୁର ଭୂମିକା ନିର୍ବାହ କରେ ସାହିତ୍ୟ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.