Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ଅମୃତ କାଳ ବିମର୍ଶ ବିକଶିତ ଭାରତ କାର୍ଯ୍ୟକ୍ରମ ଆୟୋଜିତ
ଆଜିର ଖବର

ସୋଆରେ ଅମୃତ କାଳ ବିମର୍ଶ ବିକଶିତ ଭାରତ କାର୍ଯ୍ୟକ୍ରମ ଆୟୋଜିତ

December 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ (ଆଇଏଏସ୍‌) ରେ ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଅମୃତ କାଳ ବିମର୍ଶ ବିକଶିତ ଭାରତ ଅ ୨୦୪୭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବେଙ୍ଗାଲୁରୁ ସ୍ଥିତ ସିଏସ୍‌ଆଇଆର ଫୋର୍ଥ ପାରାଡାଇମ୍ ଇନ୍‌ଷ୍ଟିଚ୍ୟୁଟର ବରିଷ୍ଠ ପ୍ରମୁଖ ବୈଜ୍ଞାନିକ ଡଃ କୃଷ୍ଣ ଚନ୍ଦ୍ର ଗୌଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତର ପ୍ରଗତିରେ ସ୍ଥାୟୀ ବିକାଶ ଲକ୍ଷ୍ୟ (ଝଙ୍କଗ୍ଦଗ୍ଧବସଦ୍ଭବଭକ୍ଷର ଊରଙ୍ଖରକ୍ଷକ୍ଟକ୍ଟ୍ରଜ୍ଞରଦ୍ଭଗ୍ଧ ଏକ୍ଟବକ୍ଷଗ୍ଦ) ର ଭୂମିକା ଉପରେ ଆଲୋକପାତ କରିଥିଲେ। ଏହା ସହ ସେ କୃଷି ବିଜ୍ଞାନ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତା ର ପ୍ରୟୋଗ ଦ୍ୱାରା ଉଭୟ ଫସଲ ଉତ୍ପାଦନ ଓ ସଂରକ୍ଷଣ କ୍ଷେତ୍ରରେ ଆସିଥିବା ନୂତନ ଜ୍ଞାନ କୌଶଳ ବିଷୟରେ ମଧ୍ୟ ଆଲୋଚନା କରିଥିଲେ।

ଏହା ଛଡ଼ା ବିଜ୍ଞାନର ବିଭିନ୍ନ ବିଭାଗ ଯଥା ଯାନ୍ତ୍ରିକ ବିଦ୍ୟା, ଚିକିତ୍ସା ବିଜ୍ଞାନ ଓ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ଉପଯୁକ୍ତ ପ୍ରୟୋଗ ଦେଶର ବିକାଶରେ ଅନେକ ଲାଭଦାୟକ ହେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଉତ୍ସବରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ ବିକଶିତ ଭାରତରେ ଗବେଷଣା ର ଭୂମିକା ବିଷୟରେ ମତ ରଖିବା ସହ ଛାତ୍ରଛାତ୍ରୀ ମାନେ ଶିକ୍ଷକ ମାନଙ୍କ ସହିତ ଗବେଷଣା ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ।

କୃଷି ମହାବିଦ୍ୟାଳୟ ର ଡିନ ପ୍ରଫେସର ସନ୍ତୋଷ କୁମାର ରାଉତ ସ୍ୱାଗତ ଭାଷଣ ଦେବା ସହିତ ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉତ୍ସବର ଆଭିମୁଖ୍ୟ ସଂପର୍କରେ କହିଥିଲେ। ପ୍ରଫେସର ପ୍ରଭାତ କୁମାର ଷଡଙ୍ଗୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ଆଇଏଏସ୍‌ର ଉପଦେଷ୍ଟା ଡଃ ବିଜୟ କୁମାର ସାହୁ ଓ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଉପସ୍ଥିତ ଥିଲେ। ଡଃ ଅଂଶୁମାନ ଜେନା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀ, ଫ୍ୟାକଲ୍‌ଟି, ଟେକ୍‌ନିକାଲ କର୍ମଚାରୀଙ୍କୁ ମିଶାଇ ୫୦୦ରୁ ଊର୍ଦ୍ଧ୍ୱ ଜଣ ଯୋଗ ଦେଇଥିଲେ।

ଯୋଗ ଦେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସେମାନଙ୍କର ଅଭିନବ ଚିନ୍ତାକୁ ବିକଶିତ ଭାରତ ପ୍ଲାଟଫର୍ମ ରେ ଆୟୋଜିତ ହେଉଥିବା ‘ଭଏସ୍ ଅଫ୍ ୟୁଥ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋଚନା କୁ ଆଣିବା ନିମନ୍ତେ ଉତ୍ସାହିତ କରାଯାଇଥିଲା।

ଆଇଏଏସ୍‌ ଭାରତ ସରକାର ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.