Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ହ୍ରଦରେ ପକ୍ଷୀ ଗଣନା: ଗତ ବର୍ଷ ତୁଳନାରେ ବୃଦ୍ଧି ପାଇଛି ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା, ଜାଣନ୍ତୁ କେତେ?
ଆଜିର ଖବର

ଚିଲିକା ହ୍ରଦରେ ପକ୍ଷୀ ଗଣନା: ଗତ ବର୍ଷ ତୁଳନାରେ ବୃଦ୍ଧି ପାଇଛି ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା, ଜାଣନ୍ତୁ କେତେ?

January 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଚିଲିକା ହ୍ରଦରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ ଅଧିକ ଥିବା ହେତୁ ବିଦେଶାଗତ ପକ୍ଷୀଙ୍କ ଆଗମନ ଚିଲିକାରେ ବଢିଥିବାର ଜଣାପଡିଛି। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଅମ୍ଲାନ ନାୟକଙ୍କ ସୂଚନା ମୁତାବକ, ଚଳିତ ବର୍ଷ ଚିଲିକାରେ ସମୁଦାୟ ୧୮୭ ପ୍ରଜାତିର ୧୧ ଲକ୍ଷ ୩୭ ହଜାର ୭୫୯ ପକ୍ଷୀ ଆସିଛନ୍ତି। ଯାହାକି ଗତ ବର୍ଷ ୧୧ ଲକ୍ଷ ୩୧ ହଜାର ୯୨୯ ରୁ ସାମାନ୍ୟ ଅଧିକ।

ସୂଚନା ମୁତାବକ ଆଜି ସକାଳ ୬ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ପକ୍ଷୀ ଗଣନା କାର୍ଯ୍ୟ ଚାଲୁରହିଥିଲା। ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯାଇଥିବା ବେଳେ ୨୧ ଟି ଟିମ ନିୟୋଜିତ ହୋଇଥିଲେ। ଏବଂ ପ୍ରତି ଟିମରେ ୬-୭ ଜଣ ସଦସ୍ୟ ରହିଥିଲେ। ଟାଙ୍ଗୀ ଜୋନରେ ୮ଟି ଟିମ, ବାଲୁଗାଁରେ ୬ ଟି, ସାତପଡ଼ାରେ ୪ ଟି, ରମ୍ଭାରେ ୨ ଟି ଏବଂ ଚିଲିକାରେ ୧ ଗୋଟି ଟିମ ନିୟୋଜିତ ରହିଥିଲେ।

ତେବେ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ଏବଂ ଅନ୍ୟ ଉପକରଣ ଆଦି ବ୍ୟବହୃତ କରାଯାଇଥିବା ବେଳେ ପକ୍ଷୀପ୍ରେମୀ, ପକ୍ଷୀ ସୁରକ୍ଷା ଶିବିରର କର୍ମକର୍ତ୍ତା, ଓୟୁଏଟି ଛାତ୍ରଛାତ୍ରୀ, ପକ୍ଷୀ ବିଶେଷଙ୍ଗ, ସାମାଜିକ କର୍ମୀ, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ ଏବଂ ବିଏନଏଚଏସ ସାମିଲ ହୋଇଥିଲେ।

ଗତବର୍ଷ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ହଜାର ୯୨୯ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୫ ପ୍ରଜାତିର ୧୦ ଲକ୍ଷ ୯୩ ହଜାର ୪୯ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ ହଜାର ୮ ଶହ ୮୦ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଥିଲେ l

ସେହିପରି ଚଳିତବର୍ଷ ସମୁଦାୟ ୧୮୭ ପ୍ରଜାତିର ୧୧ ଲକ୍ଷ ୩୭ ହଜାର ୭୫୯ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୮ ପ୍ରଜାତିର ୧୦ ଲକ୍ଷ ୯୮ ହଜାର ୮୧୩ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ ହଜାର ୯ ଶହ ୪୬ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଅଛନ୍ତି।

ଚିଲିକା ହ୍ରଦ ପକ୍ଷୀ ଗଣନା
Share. Facebook Twitter LinkedIn Email WhatsApp Copy Link

Related Posts

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.